ମାଛ ଉତ୍ପାଦନରେ ଓଡ଼ିଶା ୪ର୍ଥ ବୃହତ୍ତମ ରାଜ୍ୟ:ଅସିତ୍‌

ଭୁବନେଶ୍ୱର, ୧୩ା୧୦(ସୁନିତ୍‌ ମିଶ୍ର):ଦେଶରେ ମାଛ ଉତ୍ପାଦନରେ ଓଡ଼ିଶା ହେଉଛି ୪ର୍ଥ ବୃହତ୍ତମ ରାଜ୍ୟ। ମାଛ ଯାଆଁଳ ଉତ୍ପାଦନରେ ବର୍ତ୍ତମାନ ଓଡ଼ିଶା ଆତ୍ମନିର୍ଭରଶୀଳ ହୋଇପାରିଛି। ବାର୍ଷିକ ୩୧.୫୦% ହାରରେ ମତ୍ସ୍ୟ ଉତ୍ପାଦନରେ ରାଜ୍ୟରେ ଅଭିବୃଦ୍ଧି ଦେଖିବାକୁ ମିଳିଛି ବୋଲି ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସିତ୍‌ ତ୍ରିପାଠୀ ସୂଚନା ଦେଇଛନ୍ତି। ଏନେଇ ଗୁରୁବାର ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗର ସମୀକ୍ଷା ବୈଠକ ଖାରବେଳ ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଦେଶରେ ସାମୁଦ୍ରିକ ମତ୍ସ୍ୟ ଉତ୍ପାଦନରେ ଓଡ଼ିଶା ୭ମ ବୃହତ୍ତମ ରାଜ୍ୟ ହୋଇପାରିଥିବା ବେଳେ ମାଛ ରପ୍ତାନିରେ ଓଡ଼ିଶା ଆଗୁଆ ରହିଛି। ଗତ ୫ ବର୍ଷରେ ରାଜ୍ୟରେ ମତ୍ସ୍ୟ ଉତ୍ପାଦନ, ବିକ୍ରୟ ଓ ବିତରଣରେ ଆଖିଦୃଶିଆ ଅଭିବୃଦ୍ଧି ହୋଇପାରିଛି ବୋଲି ଅସିତ ମତବ୍ୟକ୍ତ କରିଛନ୍ତି। ବୈଠକରେ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ଉପସ୍ଥିତ ଥିଲେ। ୧୦୦ କୋଟିର ବ୍ୟୟବରାଦରେ ହୀରାକୁଦ ଜଳଭଣ୍ଡାରରେ ଆକ୍ବା କଲ୍‌ଚର ଫାର୍ମ ନିର୍ମାଣ କରାଯିବା ସହ ସେଠାରେ ମାଛ ଉତ୍ପାଦନ ସ୍ଥାନ, ପ୍ରକ୍ରିୟାକରଣ, ସାଧାରଣ ଭିତ୍ତିଭୂମି, ଆଦି ନିର୍ମାଣ କରାଯିବା ନେଇ ବୈଠକରେ ଆଲୋଚନା କରାଯାଇଛି। ମଧୁର ଜଳ ମାଛଚାଷକୁ ସମର୍ଥନକରି ରାଜ୍ୟ ସରକାର ଅନେକ ପ୍ରକାର ଯୋଜନା ହାତକୁ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ମାଧ୍ୟମରେ ବିଭିନ୍ନ ଜଳାଶୟକୁ ମାଛଚାଷ ପାଇଁ ପ୍ରସ୍ତୁତ କରିବା, ଯାଆଁଳ ଉତ୍ପାଦନ ବୃଦ୍ଧି କରିବା, ମାଛ ଚାଷୀମାନଙ୍କୁ ରିହାତି ଦେବା ଏବଂ ଚାଷୀଙ୍କୁ ମାଛଖାଦ୍ୟ ଯୋଗାଇବାରେ ବିଭାଗ ପକ୍ଷରୁ ସମସ୍ତ ସହାୟତା ଯୋଗାଇ ଦିଆଯାଉଛି। ରାଜ୍ୟରେ ମାଛ ଉତ୍ପାଦନ ୭ ଲକ୍ଷ ୬୨ ହଜାର ମେଟ୍ରିକ ଟନ୍‌କୁ ବୃଦ୍ଧି ପାଇଛି। ଆଗକୁ ଉପକୂଳ ଓଡ଼ିଶାରେ ଲୁଣିଜଳରେ ମାଛଚାଷ କରିବା ପାଇଁ ଯୋଜନା ପ୍ରସ୍ତୁତ କରାଯିବ। ଉପକୂଳ ଓଡ଼ିଶାର ମତ୍ସ୍ୟଜୀବୀଙ୍କୁ ଟ୍ରଲର, ମାଛ ଧରିବା ଜାଲ, ଜେଟି, ମାଛ ବଜାର ସୃଷ୍ଟି କରାଯିବା ନେଇ ବୈଠକରେ ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri