ଓଡ଼ିଶା ଶ୍ରେଷ୍ଠ କ୍ରୀଡ଼ା ପ୍ରୋତ୍ସାହନକାରୀ ରାଜ୍ୟ

ଭୁବନେଶ୍ବର, ୨୮ା୨(ବ୍ୟୁରୋ):କ୍ରୀଡ଼ା ପ୍ରୋତ୍ସାହନ କ୍ଷେତ୍ରରେ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟ ଭାବେ ପୁରସ୍କାର ମିଳିଛି। ପ୍ରସିଦ୍ଧ କ୍ରୀଡ଼ା ପତ୍ରିକା ସ୍ପୋଟର୍‌ସ ଷ୍ଟାର୍‌ ପକ୍ଷରୁ ଏହି ପୁରସ୍କାର ଦିଆଯାଇଛି। ମୁମ୍ବାଇଠାରେ ସୋମବାର ଆୟୋଜିତ ‘ସ୍ପୋଟର୍‌ସ ଷ୍ଟାର୍‌ ଏଏସ୍‌-୨୦୨୩ ଆଓ୍ବାର୍ଡ’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପୁରସ୍କାର ‘ବେଷ୍ଟ ଷ୍ଟେଟ୍‌ ଫର୍‌ ପ୍ରମୋଶନ ଅଫ୍‌ ସ୍ପୋଟର୍‌ସ’ ଗ୍ରହଣ କରିଛନ୍ତି। ୪ର୍ଥ ଥର ପାଇଁ ଓଡ଼ିଶା ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇଛି। କ୍ରୀଡ଼ା କ୍ଷେତ୍ରରେ ଅନନ୍ୟ କାର୍ଯ୍ୟକ୍ରମ ପାଇଁ ଏହି ପୁରସ୍କାର ମିଳିଛି। ମୁମ୍ବାଇଠାରେ ହିନ୍ଦୁ ଗ୍ରୁପ୍‌ ଦ୍ବାରା ଆୟୋଜିତ କାର୍ଯ୍ୟକ୍ରମରେ ‘ଦି ହିନ୍ଦୁ’ର ସମ୍ପାଦକ ସୁରେଶ ନମ୍ବଥ ଓ ପ୍ରସିଦ୍ଧ କ୍ରିକେଟ ଖେଳାଳି ସୁନୀଲ ଗାଭାସ୍କରଙ୍କଠାରୁ ମୁଖ୍ୟମନ୍ତ୍ରୀ ଏହି ପୁରସ୍କାର ଗ୍ରହଣ କରିଛନ୍ତି।
କ୍ରୀଡ଼ା କ୍ଷେତ୍ରରେ ଉତ୍କୃଷ୍ଟ ପ୍ରଦର୍ଶନ, ପ୍ରତିଯୋଗିତା, କୋଚିଂ, ଭିତ୍ତିଭୂମି ଓ ପ୍ରତିଭାଧର କ୍ରୀଡ଼ାବିତ୍‌ଙ୍କ ପାଇଁ କଲ୍ୟାଣ ଯୋଜନାର ମିଳିତ ଭୂମିକାରେ ପ୍ରତିଷ୍ଠା ପାଇଥିବା ଓଡ଼ିଶାର ‘ସ୍ପୋଟର୍‌ସ ମଡେଲ’ ସ୍ବତନ୍ତ୍ର ସ୍ଥାନ ହାସଲ କରିଛି। ପୁରସ୍କାର ପାଇଁ ବିଚାରକମଣ୍ଡଳୀରେ ପୂର୍ବତନ ଭାରତୀୟ କ୍ରିକେଟ କ୍ୟାପଟେନ ସୁନୀଲ ଗାଭାସ୍କରଙ୍କ ନେତୃତ୍ୱରେ ବିଶିଷ୍ଟ କ୍ରୀଡ଼ାବିତ୍‌ ଅଭିନବ ବିନ୍ଦ୍ରା, ଅପର୍ଣ୍ଣା ପୋପଟ, ଅଞ୍ଜଳି ଭଗବତ, ବାଇଚୁଙ୍ଗ ଭୂତିଆ, ଏମ.ଏମ୍‌. ସୌମ୍ୟା ଓ ବିଶ୍ବନାଥନ ଆନନ୍ଦ ପ୍ରମୁଖ ସଦସ୍ୟ ରହିଥିଲେ। ମୁଖ୍ୟମନ୍ତ୍ରୀ ଏହି ପୁରସ୍କାରକୁ ଓଡ଼ିଶାର ଜନସାଧାରଣଙ୍କୁ ଉତ୍ସର୍ଗ କରିବା ସହ ହିନ୍ଦୁ ଗ୍ରୁପ୍‌ ତଥା ସ୍ପୋଟର୍‌ସ ଷ୍ଟାର୍‌କୁ ଧନ୍ୟବାଦ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଶ୍ବ କ୍ରୀଡ଼ା କ୍ଷେତ୍ରରେ କ୍ରୀଡ଼ାବିତ୍‌ମାନଙ୍କ ଅବଦାନକୁ ମର୍ଯ୍ୟାଦା ପ୍ରଦାନ କରିବା କ୍ଷେତ୍ରରେ ଏହି କାର୍ଯ୍ୟକ୍ରମ ଏକ ସୁନ୍ଦର ପ୍ଲାଟଫର୍ମ। ଏହା ଆମର ଆଗାମୀ ଦିନର ପ୍ରତିଭାବାନ କ୍ରୀଡ଼ାବିତ୍‌ଙ୍କୁ ମଧ୍ୟ ପ୍ରୋତ୍ସାହିତ କରିବ। କ୍ରୀଡ଼ା କ୍ଷେତ୍ରରେ ଆମେ ବିପୁଳ ସମ୍ବଳ ବିନିଯୋଗ କରୁଛୁ। କାରଣ ଯୁବସମାଜ ପାଇଁ ସମ୍ବଳ ବିନିଯୋଗ କରିବା ଅର୍ଥ ହେଉଛି, ଆମ ଭବିଷ୍ୟତ ପାଇଁ ସମ୍ବଳର ବିନିଯୋଗ। ଗତ ୫ ବର୍ଷ ମଧ୍ୟରେ ଆମ କ୍ରୀଡ଼ା ବଜେଟ ୧୦ ଗୁଣ ବଢ଼ିଛି। ଆସନ୍ତା ଆର୍ଥିକ ବର୍ଷରେ ଏହା ୧୨୦୦ କୋଟିରୁ ଅଧିକ ରହିଛି। ହକି ବିଶ୍ବକପ୍‌ ସହିତ ଆମେ ଅନେକ ଆନ୍ତର୍ଜାତିକ ଟୁର୍ନାମେଣ୍ଟକୁ ସଫଳତାର ସହ ଆୟୋଜନ କରିଛୁ। ଖେଳାଳିମାନଙ୍କ ପାଇଁ ଆମେ ବିଶ୍ବସ୍ତରୀୟ ଭିତ୍ତିଭୂମି ସୁବିଧା ନିର୍ମାଣ କରିବା ସହିତ ବିଭିନ୍ନ ହାଇ ପରଫରମାନ୍ସ ସେଣ୍ଟର ଓ ପ୍ରତିଯୋଗିତା ଜରିଆରେ ଖେଳାଳିଙ୍କ ପ୍ରତିଭାକୁ ବିକଶିତ କରିବା ପାଇଁ ଉଦ୍ୟମ କରୁଛୁ। କ୍ରୀଡ଼ା କ୍ଷେତ୍ରରେ ଓଡ଼ିଶାର ଜୟଯାତ୍ରାରେ ସାମିଲ ହେବାକୁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି। ଅଲିମ୍ପିକ୍ସରେ ଦେଶର ପତାକାକୁ ଉଚ୍ଚ ରଖିବା ହେଉଛି ସବୁ ଭାରତୀୟଙ୍କ ସାମୂହିକ ସ୍ବପ୍ନ। ଏଥିପାଇଁ ଆମେ ସମସ୍ତେ ମିଶି ଉଦ୍ୟମ କରି ଏହାକୁ ବାସ୍ତବତାରେ ପରିଣତ କରିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ୨୦୨୨ରେ ଓଡ଼ିଶାର କ୍ରୀଡ଼ାବିତ୍‌ମାନେ ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ମେଡାଲ ଜିତି ଗୌରବ ଆଣିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଭୁବନେଶ୍ବର ଓ ରାଉରକେଲାରେ ଏଫ୍‌ଆଇଏଚ୍‌ ପୁରୁଷ ବିଶ୍ବକପ୍‌ ହକି-୨୦୨୩ର ସଫଳ ଆୟୋଜନ ଯୋଗୁ କ୍ରୀଡ଼ା ଦୁନିଆରେ ଓଡ଼ିଶା ସମସ୍ତଙ୍କର ଆକର୍ଷଣର କେନ୍ଦ୍ର ହେବା ସହିତ ସମ୍ମାନର ପାତ୍ର ହୋଇପାରିଛି। ୨୦୨୨ରେ ଓଡ଼ିଶା ଅନେକ ଅନ୍ତର୍ଜାତୀୟ ପ୍ରତିଯୋଗିତା ଆୟୋଜନ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri