ଓଡ଼ିଶା ଶ୍ରେଷ୍ଠ କ୍ରୀଡ଼ା ପ୍ରୋତ୍ସାହନକାରୀ ରାଜ୍ୟ

ଭୁବନେଶ୍ବର, ୨୮ା୨(ବ୍ୟୁରୋ):କ୍ରୀଡ଼ା ପ୍ରୋତ୍ସାହନ କ୍ଷେତ୍ରରେ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟ ଭାବେ ପୁରସ୍କାର ମିଳିଛି। ପ୍ରସିଦ୍ଧ କ୍ରୀଡ଼ା ପତ୍ରିକା ସ୍ପୋଟର୍‌ସ ଷ୍ଟାର୍‌ ପକ୍ଷରୁ ଏହି ପୁରସ୍କାର ଦିଆଯାଇଛି। ମୁମ୍ବାଇଠାରେ ସୋମବାର ଆୟୋଜିତ ‘ସ୍ପୋଟର୍‌ସ ଷ୍ଟାର୍‌ ଏଏସ୍‌-୨୦୨୩ ଆଓ୍ବାର୍ଡ’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପୁରସ୍କାର ‘ବେଷ୍ଟ ଷ୍ଟେଟ୍‌ ଫର୍‌ ପ୍ରମୋଶନ ଅଫ୍‌ ସ୍ପୋଟର୍‌ସ’ ଗ୍ରହଣ କରିଛନ୍ତି। ୪ର୍ଥ ଥର ପାଇଁ ଓଡ଼ିଶା ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇଛି। କ୍ରୀଡ଼ା କ୍ଷେତ୍ରରେ ଅନନ୍ୟ କାର୍ଯ୍ୟକ୍ରମ ପାଇଁ ଏହି ପୁରସ୍କାର ମିଳିଛି। ମୁମ୍ବାଇଠାରେ ହିନ୍ଦୁ ଗ୍ରୁପ୍‌ ଦ୍ବାରା ଆୟୋଜିତ କାର୍ଯ୍ୟକ୍ରମରେ ‘ଦି ହିନ୍ଦୁ’ର ସମ୍ପାଦକ ସୁରେଶ ନମ୍ବଥ ଓ ପ୍ରସିଦ୍ଧ କ୍ରିକେଟ ଖେଳାଳି ସୁନୀଲ ଗାଭାସ୍କରଙ୍କଠାରୁ ମୁଖ୍ୟମନ୍ତ୍ରୀ ଏହି ପୁରସ୍କାର ଗ୍ରହଣ କରିଛନ୍ତି।
କ୍ରୀଡ଼ା କ୍ଷେତ୍ରରେ ଉତ୍କୃଷ୍ଟ ପ୍ରଦର୍ଶନ, ପ୍ରତିଯୋଗିତା, କୋଚିଂ, ଭିତ୍ତିଭୂମି ଓ ପ୍ରତିଭାଧର କ୍ରୀଡ଼ାବିତ୍‌ଙ୍କ ପାଇଁ କଲ୍ୟାଣ ଯୋଜନାର ମିଳିତ ଭୂମିକାରେ ପ୍ରତିଷ୍ଠା ପାଇଥିବା ଓଡ଼ିଶାର ‘ସ୍ପୋଟର୍‌ସ ମଡେଲ’ ସ୍ବତନ୍ତ୍ର ସ୍ଥାନ ହାସଲ କରିଛି। ପୁରସ୍କାର ପାଇଁ ବିଚାରକମଣ୍ଡଳୀରେ ପୂର୍ବତନ ଭାରତୀୟ କ୍ରିକେଟ କ୍ୟାପଟେନ ସୁନୀଲ ଗାଭାସ୍କରଙ୍କ ନେତୃତ୍ୱରେ ବିଶିଷ୍ଟ କ୍ରୀଡ଼ାବିତ୍‌ ଅଭିନବ ବିନ୍ଦ୍ରା, ଅପର୍ଣ୍ଣା ପୋପଟ, ଅଞ୍ଜଳି ଭଗବତ, ବାଇଚୁଙ୍ଗ ଭୂତିଆ, ଏମ.ଏମ୍‌. ସୌମ୍ୟା ଓ ବିଶ୍ବନାଥନ ଆନନ୍ଦ ପ୍ରମୁଖ ସଦସ୍ୟ ରହିଥିଲେ। ମୁଖ୍ୟମନ୍ତ୍ରୀ ଏହି ପୁରସ୍କାରକୁ ଓଡ଼ିଶାର ଜନସାଧାରଣଙ୍କୁ ଉତ୍ସର୍ଗ କରିବା ସହ ହିନ୍ଦୁ ଗ୍ରୁପ୍‌ ତଥା ସ୍ପୋଟର୍‌ସ ଷ୍ଟାର୍‌କୁ ଧନ୍ୟବାଦ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଶ୍ବ କ୍ରୀଡ଼ା କ୍ଷେତ୍ରରେ କ୍ରୀଡ଼ାବିତ୍‌ମାନଙ୍କ ଅବଦାନକୁ ମର୍ଯ୍ୟାଦା ପ୍ରଦାନ କରିବା କ୍ଷେତ୍ରରେ ଏହି କାର୍ଯ୍ୟକ୍ରମ ଏକ ସୁନ୍ଦର ପ୍ଲାଟଫର୍ମ। ଏହା ଆମର ଆଗାମୀ ଦିନର ପ୍ରତିଭାବାନ କ୍ରୀଡ଼ାବିତ୍‌ଙ୍କୁ ମଧ୍ୟ ପ୍ରୋତ୍ସାହିତ କରିବ। କ୍ରୀଡ଼ା କ୍ଷେତ୍ରରେ ଆମେ ବିପୁଳ ସମ୍ବଳ ବିନିଯୋଗ କରୁଛୁ। କାରଣ ଯୁବସମାଜ ପାଇଁ ସମ୍ବଳ ବିନିଯୋଗ କରିବା ଅର୍ଥ ହେଉଛି, ଆମ ଭବିଷ୍ୟତ ପାଇଁ ସମ୍ବଳର ବିନିଯୋଗ। ଗତ ୫ ବର୍ଷ ମଧ୍ୟରେ ଆମ କ୍ରୀଡ଼ା ବଜେଟ ୧୦ ଗୁଣ ବଢ଼ିଛି। ଆସନ୍ତା ଆର୍ଥିକ ବର୍ଷରେ ଏହା ୧୨୦୦ କୋଟିରୁ ଅଧିକ ରହିଛି। ହକି ବିଶ୍ବକପ୍‌ ସହିତ ଆମେ ଅନେକ ଆନ୍ତର୍ଜାତିକ ଟୁର୍ନାମେଣ୍ଟକୁ ସଫଳତାର ସହ ଆୟୋଜନ କରିଛୁ। ଖେଳାଳିମାନଙ୍କ ପାଇଁ ଆମେ ବିଶ୍ବସ୍ତରୀୟ ଭିତ୍ତିଭୂମି ସୁବିଧା ନିର୍ମାଣ କରିବା ସହିତ ବିଭିନ୍ନ ହାଇ ପରଫରମାନ୍ସ ସେଣ୍ଟର ଓ ପ୍ରତିଯୋଗିତା ଜରିଆରେ ଖେଳାଳିଙ୍କ ପ୍ରତିଭାକୁ ବିକଶିତ କରିବା ପାଇଁ ଉଦ୍ୟମ କରୁଛୁ। କ୍ରୀଡ଼ା କ୍ଷେତ୍ରରେ ଓଡ଼ିଶାର ଜୟଯାତ୍ରାରେ ସାମିଲ ହେବାକୁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି। ଅଲିମ୍ପିକ୍ସରେ ଦେଶର ପତାକାକୁ ଉଚ୍ଚ ରଖିବା ହେଉଛି ସବୁ ଭାରତୀୟଙ୍କ ସାମୂହିକ ସ୍ବପ୍ନ। ଏଥିପାଇଁ ଆମେ ସମସ୍ତେ ମିଶି ଉଦ୍ୟମ କରି ଏହାକୁ ବାସ୍ତବତାରେ ପରିଣତ କରିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ୨୦୨୨ରେ ଓଡ଼ିଶାର କ୍ରୀଡ଼ାବିତ୍‌ମାନେ ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ମେଡାଲ ଜିତି ଗୌରବ ଆଣିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଭୁବନେଶ୍ବର ଓ ରାଉରକେଲାରେ ଏଫ୍‌ଆଇଏଚ୍‌ ପୁରୁଷ ବିଶ୍ବକପ୍‌ ହକି-୨୦୨୩ର ସଫଳ ଆୟୋଜନ ଯୋଗୁ କ୍ରୀଡ଼ା ଦୁନିଆରେ ଓଡ଼ିଶା ସମସ୍ତଙ୍କର ଆକର୍ଷଣର କେନ୍ଦ୍ର ହେବା ସହିତ ସମ୍ମାନର ପାତ୍ର ହୋଇପାରିଛି। ୨୦୨୨ରେ ଓଡ଼ିଶା ଅନେକ ଅନ୍ତର୍ଜାତୀୟ ପ୍ରତିଯୋଗିତା ଆୟୋଜନ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri