ଗୋଷ୍ଠୀ ସଂକ୍ରମଣ ମୁହାଁ ଓଡ଼ିଶା

ଭୁବନେଶ୍ୱର, ୨୫।୧(ବ୍ୟୁରୋ):  ବିଭିନ୍ନ ରାଜ୍ୟରୁ ମିଳିଥିବାରୁ ତଥ୍ୟ ଅନୁସାରେ ଦେଶରେ ଓମିକ୍ରନର ଗୋଷ୍ଠୀ ସଂକ୍ରମଣ ହୋଇଥିବା କେନ୍ଦ୍ର ସରକାର କହିବା ପରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏ ନେଇ ପ୍ରତିକ୍ରିୟା ରଖିଛି। ସୋମବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି, ରାଜ୍ୟରେ ଏଯାଏ ଗୋଷ୍ଠୀ ସଂକ୍ରମଣ ହୋଇ ନାହିଁ। କିନ୍ତୁ ଓଡ଼ିଶା ଗୋଷ୍ଠୀ ସଂକ୍ରମଣ ମୁହାଁ ହୋଇଛି। ଗୋଷ୍ଠୀ ସଂକ୍ରମଣର ଅର୍ଥ ସ୍ଥାନୀୟ ଅଞ୍ଚଳରେ ଓମିକ୍ରନ୍‌ ସଂଖ୍ୟା ବଢ଼ିବା। ଆମ ରାଜ୍ୟରେ କେତେ ପ୍ରତିଶତ ସଂକ୍ରମଣ ହେଲାଣି ତାହା ଜାଣିବା ପାଇଁ ଅପେକ୍ଷା କରିବାକୁ ପଡ଼ିବ। କିଛିଦିନ ତଳେ ହୋଇଥିବା ଜିନୋମ ସିକ୍ୱେନ୍ସିଂ ଅନୁସାରେ ୬୦ ପ୍ରତିଶତ ଓମିକ୍ରନ ଥିଲା। ବାହାର ଦେଶକୁ ବିନା ଯାତ୍ରାରେ ଯଦି ଗୋଟିଏ ସ୍ଥାନରେ ରୋଗ ଓ ରୋଗୀ ସଂଖ୍ୟା ବଢୁଛି, ତାହାହେଲେ ଗୋଷ୍ଠୀ ସଂକ୍ରମଣ ହୋଇଛି ବୋଲି ସେ କହିଛନ୍ତି।
ସେପଟେ ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ହାର ବଢ଼ିଛି। ଗତ ୨୪ ଘଣ୍ଟାରେ ୬୧,୯୬୯ ନମୁନା ପରୀକ୍ଷା କରାଯାଇଥିବାବେଳେ ୭,୨୯୧ଜଣ ପଜିଟିଭ୍‌ ବାହାରିଛନ୍ତି। ସଂକ୍ରମଣ ହାର ୧୧.୭୭%କୁ ବୃଦ୍ଧି ପାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧,୭୦୫ଜଣ ଥିବାବେଳେ ସୁନ୍ଦରଗଡ଼ରୁ ୬୪୬, କଟକ ୫୬୧, ବାଲେଶ୍ୱର ୩୪୩, ମୟୂରଭଞ୍ଜ ୨୨୯, ନବରଙ୍ଗପୁର ୧୪୮, ନୟାଗଡ଼ ୧୯୨, ନୂଆପଡ଼ା ୧୬୦, ପୁରୀ ୧୧୬, ରାୟଗଡ଼ା ୨୯୫, ସମ୍ବଲପୁର ୧୭୬, ସୋନପୁର ୨୮୨, ବଲାଙ୍ଗୀର ୨୧୮, ଯାଜପୁର ୨୦୩, ଅନୁଗୋଳ ୧୮୩, ଜଗତ୍‌ସିଂହପୁର ୧୨୧, କଳାହାଣ୍ଡି ୧୭୩, କେନ୍ଦୁଝର ୧୩୨, ବରଗଡ଼ ୧୩୦, କୋରାପୁଟ ୧୧୧ ଓ କେନ୍ଦ୍ରାପଡ଼ାରୁ ୧୦୯ଜଣ ରହିଛନ୍ତି। ଫଳରେ ମୋଟ ସଂକ୍ରମଣ ୧୨,୧୧,୯୫୧କୁ ବୃଦ୍ଧି ପାଇଛି। ଅପରପକ୍ଷେ ରାଜ୍ୟରେ ଆଉ ୫ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସମସ୍ତେ ମହିଳା ହୋଇଥିବାବେଳେ ଭୁବନେଶ୍ୱରରୁ ଦୁଇଜଣ, କଟକ, କେନ୍ଦୁଝର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ରହିଛନ୍ତି। ତେବେ କଟକ ମୃତକ ଜଣକ ୧୩ ବର୍ଷର ନାବାଳିକା ବୋଲି ସ୍ବାସ୍ଥ୍ୟ ବିଭାଗ ତଥ୍ୟରୁ ଜଣାପଡିଛି। ଏମାନଙ୍କୁ ମିଶାଇ କରୋନାଜନିତ ମୃତ୍ୟୁ ୮,୫୨୫ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri