ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର,୬।୧୨(ସତ୍ୟଜିତ୍‌ ରାଉତ):ରାଜ୍ୟରେ ବହୁ ସରକାରୀ କର୍ମଚାରୀ ଦୁର୍ନୀତିରେ ଲିପ୍ତ ରହି ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରୁଛନ୍ତି। ଭିଜିଲାନ୍ସ ପକ୍ଷରୁ ବହୁ ସମୟରେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ତେବେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଓଡ଼ିଶା ପ୍ରଥମ ସ୍ଥାନରେ ରହିଥିବା ସଦ୍ୟ ପ୍ରକାଶିତ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ରିପୋର୍ଟ-୨୦୨୨ରୁ ସ୍ପଷ୍ଟ ହୋଇଛି। ଦେଶବ୍ୟାପୀ ୨୦୨୨ରେ ମୋଟ ୩୭୨ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ମାମଲା ରୁଜୁ ହୋଇଥିବାବେଳେ ଓଡ଼ିଶାର ସର୍ବାଧିକ ୮୫ଟି ମାମଲା ରହିଛି।
୫୬ ମାମଲା ସହ ଦ୍ୱିତୀୟରେ କର୍ନାଟକ ଥିବାବେଳେ ତୃତୀୟରେ ବିହାର (୪୮) ରହିଛି। ସେହିପରି ସରକାରୀ ଟଙ୍କା ଆତ୍ମସାତ କରିବା ନେଇ ଓଡ଼ିଶାରେ ୮୪ ମାମଲା ରୁଜୁ ହୋଇଛି। ସରକାରୀ ଟଙ୍କା ଆତ୍ମସାତ୍‌ ତାଲିକାରେ ଓଡ଼ିଶା ତୃତୀୟରେ ରହିଥିବା ବେଳେ ୧୩୫ ମାମଲା ସହ ପଞ୍ଜାବ ପ୍ରଥମ ଓ ୯୦ ମାମଲା ସହ ତାମିଲନାଡ଼ୁ ଦ୍ୱିତୀୟରେ ରହିଛି। ତେବେ ଭିଜିଲାନ୍ସ ମାମଲାରେ ମଧ୍ୟ ଓଡ଼ିଶାରେ ଚାର୍ଜଶିଟ୍‌ ଦାଖଲ ହାର ଆଶାତୀତ ଭଲ ରହିଛି। ୨୦୨୨ରେ ଭିଜିଲାନ୍ସ ମାମଲାରେ ଚାର୍ଜଶିଟ୍‌ ଦାଖଲରେ ମହାରାଷ୍ଟ୍ର (୪୯୭) ପ୍ରଥମରେ ରହିଥିବାବେଳେ ରାଜସ୍ଥାନ (୪୮୪) ଦ୍ୱିତୀୟ ଏବଂ ଓଡ଼ିଶା (୩୨୧) ତୃତୀୟରେ ରହିଛି। ତେବେ ଓଡ଼ିଶାରେ ଚାର୍ଜଶିଟ ହୋଇଥିବା ୩୨୧ ମାମଲାରେ ୫୫୧ ଅଭିଯୁକ୍ତ ରହିଛନ୍ତି। ସେହିପରି ଓଡ଼ିଶାରେ ୯୦ ଭିଜିଲାନ୍ସ ମାମଲାରେ ଦଣ୍ଡାଦେଶ ହୋଇଥିବାବେଳେ ଏଥିରେ ୧୨୪ଜଣ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅନ୍ୟପକ୍ଷରେ ଦୁର୍ନୀତିରେ ଲିପ୍ତ ରହୁଥିବା ସରକାରୀ କର୍ମଚାରୀ ଓ ଅଧିକାରୀଙ୍କ ବିରୋଧରେ ସରକାରଙ୍କ ମଧ୍ୟରୁ ମଧ୍ୟ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ୨୦୨୨ରେ ଓଡ଼ିଶା ସରକାର ୩୦ ଜଣ ସରକାରୀ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କୃତ କରିଛନ୍ତି। ଏହି ତାଲିକାରେ ଓଡ଼ିଶା ତୃତୀୟରେ ରହିଥିବା ବେଳେ ପ୍ରଥମରେ ତାମିଲନାଡୁ (୫୮) ଓ ଦ୍ୱିତୀୟରେ ରାଜସ୍ଥାନ (୩୧) ରହିଛି। ତେବେ ଦୁର୍ନୀତିଗ୍ରସ୍ତ ସରକାରୀ କର୍ମଚାରୀଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ଜାରି ରହିବ ବୋଲି ରାଜ୍ୟ ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri