ଓଡ଼ିଶାକୁ ପ୍ରଥମ ଜାତୀୟ ଇ-ବିଧାନସଭା ଗୌରବ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ଓଡିଶା ବିଧାନସଭା ଦେଶର ପ୍ରଥମ ଜାତୀୟ ଇ-ବିଧାନସଭା ହେବାର ଗୌରବ ପ୍ରାପ୍ତ ହୋଇଛି। ରାଜ୍ୟ ସରକାରଙ୍କ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ ଜାତୀୟ ପ୍ରଯୁକ୍ତି ବିଦ୍ୟା କେନ୍ଦ୍ର ଓଡ଼ିଶା ଶାଖା ଓ ଓକାକ୍‌ର ବୈଷୟିକ ସହାୟତା କ୍ରମେ ବିଧାନସଭାରେ ଏହା କାର୍ଯ୍ୟକାରୀ ହୋଇପାରିଛି। ଜାତୀୟ ଇ-ବିଧାନ ଆପ୍ଲିକେସନ ଆପ୍‌ ମାଧ୍ୟମରେ ଷୋଡଶ ବିଧାନସଭାର ଷଷ୍ଠ ଅଧିବେଶନରେ ରାଜ୍ୟପାଳଙ୍କ ବଜେଟ୍‌ ଅଭିଭାଷଣ ଏବଂ ବଜେଟ୍‌ ବିନା କାଗଜରେ ଉପସ୍ଥାପିତ ହୋଇଥିଲା। ଏହାବ୍ୟତୀତ ୨୦୨୧-୨୨ ଆର୍ଥିକ ବର୍ଷର ବଜେଟ୍‌ ଏଷ୍ଟିମେଟ୍‌, ଅର୍ଥନୈତିକ ସର୍ଭେ ମଧ୍ୟ ଇ-ପୁସ୍ତକ ମାଧ୍ୟମରେ ନେଭା ମୋବାଇଲ୍‌ ଆପ୍‌ ଦ୍ୱାରା ଉପସ୍ଥାପିତ ହୋଇଥିଲା। ବିଧାନସଭା ସଦସ୍ୟମାନଙ୍କ ତାରକା ଓ ଅଣତାରକା ଚିହ୍ନିତ ପ୍ରଶ୍ନ, ବିଧାନସଭାର ଦୈନନ୍ଦିନ କାର୍ଯ୍ୟ ବିବରଣୀ, ବିଭିନ୍ନ କମିଟି ରିପୋର୍ଟ, ପ୍ରଶ୍ନୋତ୍ତର, ବୁଲେଟିନ୍‌ ଇତ୍ୟାଦି ମଧ୍ୟ ନେଭା ଆପ୍‌ ମାଧ୍ୟମରେ ବିଧାନସଭାରେ କାର୍ଯ୍ୟକାରୀ ହେଉଛି। ଓଡ଼ିଶା ବିଧାନସଭା ଏଭଳି ସଫଳତା ଦୃଷ୍ଟିରୁ ଭାରତୀୟ କମ୍ପ୍ୟୁଟର ସୋସାଇଟି ତରଫରୁ ଏହାର କାର୍ଯ୍ୟକାରିତା ସମ୍ପର୍କରେ ସବିଶେଷ ବିବରଣୀ ଅବଗତ ହେବା ପାଇଁ ଏକ ଭର୍ଚୁଆଲ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଉକ୍ତ ଭର୍ଚୁଆଲ ବୈଠକରେ ଅଧ୍ୟକ୍ଷତା କରି ବିଧାନସଭାର ସମସ୍ତ କାର୍ଯ୍ୟ ବିନା କାଗଜରେ ସୁରୁଖୁରୁରେ ସମ୍ପନ୍ନ ପାଇଁ ଏ ପର୍ଯ୍ୟନ୍ତ ଗ୍ରହଣ କରାଯାଇଥିବା କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ। ୧୯୩୭ଠାରୁ ଏ ପର୍ଯ୍ୟନ୍ତ ବିଧାନସଭାରେ ଆଗତ କରାଯାଇଥିବା ସମସ୍ତ ସରକାରୀ ଓ ବେସରକାରୀ ବିଲ ବିଧାନସଭା ଓ୍ବେବସାଇଟ୍‌ରେ ଉପଲବ୍ଧ କରାଯାଇଛି। ବିଧାନସଭାରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ପରେ ପରେ ସମସ୍ତ ବିବରଣୀ ସାଧାରଣ ଜନତାଙ୍କୁ ମଧ୍ୟ ଜଣାଇବା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଇ-ବିଧାନସଭା କାର୍ଯ୍ୟ ଅତ୍ୟନ୍ତ ଦକ୍ଷତାର ସହିତ ପରିଚାଳିତ ହୋଇଥିବାରୁ ଭାରତୀୟ କମ୍ପ୍ୟୁଟର ସୋସାଇଟି ତରଫରୁ କୃତଜ୍ଞତା ଜ୍ଞାପନ କରାଯାଇଛି। ଓଡ଼ିଶାର ଇ-ବିଧାନସଭା ପ୍ରୋଜେକ୍ଟ ରିପୋର୍ଟ ସର୍ବଭାରତୀୟ ସ୍ତରରେ ଆଦୃତ ହୋଇଛି। ହିମାଚଳ ପ୍ରଦେଶ, ପଞ୍ଜାବ, ବିହାର ସମେତ ସମସ୍ତ ବିଧାନସଭା ଏହାକୁ ପାଇଲଟ୍‌ ପ୍ରୋଜକ୍ଟ ଭାବେ ଗ୍ରହଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri