ଏମ୍‌ଆର୍‌ୟୁଟି ସ୍କିମ୍‌ କାର୍ଯ୍ୟକାରୀ କରିବାରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର୧୧।୮(ବ୍ୟୁରୋ):  କେନ୍ଦ୍ରୀୟ ଯୋଜନା କାର୍ଯ୍ୟକାରୀ କରିବା ହେଉ କିମ୍ବା ବିପର୍ଯ୍ୟୟ ପରିଚାଳନା କରିବା କ୍ଷେତ୍ରରେ ଓଡ଼ିଶା ଅନ୍ୟ ରାଜ୍ୟଗୁଡ଼ିକ ପାଇଁ ଅନେକ ସମୟରେ ଦୃଷ୍ଟାନ୍ତ ପାଲଟିଛି। ଅଟଳ ମିଶନ ଫର୍‌ ରିଜୁଭେନ୍‌ଶନ ଆଣ୍ଡ ଅର୍ବାନ ଟ୍ରାନ୍ସଫରମେଶନ(ଏମ୍‌ଆର୍‌ୟୁଟି) ସ୍କିମ୍‌ କାର୍ଯ୍ୟକାରୀ ହେଉଥିବା ୨୦ଟି ରାଜ୍ୟ ଓ କେନ୍ଦ୍ର ଶାସିତ ରାଜ୍ୟ ମଧ୍ୟରେ ଓଡ଼ିଶା ଦେଶରେ ଏକ ନମ୍ବର ରାଜ୍ୟର ଗୌରବ ହାସଲ କରିଛି। କେନ୍ଦ୍ର ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କରାଯାଇଥିବା ର଼୍ୟାଙ୍କ ଅନୁସାରେ ଓଡ଼ିଶାକୁ ପ୍ରଥମ ସ୍ଥାନ ମଳିଛି। ଏଥିପାଇଁ ମନ୍ତ୍ରଣାଳୟ ପକ୍ଷରୁ ୮୫.୬୭ % ନମ୍ବର ଦିଆଯାଇଛି। ସୋମବାର ରାଜ୍ୟ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି। ଓଡ଼ିଶା ପରେ ଚଣ୍ଡିଗଡ଼ ୭୫.୦୮% ପାଇ ଦ୍ୱିତୀୟ ଏବଂ ତେଲଙ୍ଗାନା ୭୪.୦୪% ପାଇ ତୃତୀୟ ସ୍ଥାନରେ ରହିଛି। ସେହିପରି ଗୁଜରାଟ ଚତୁର୍ଥ ସ୍ଥାନରେ ଥିବାବେଳେ କର୍ନାଟକ ପଞ୍ଚମ, ଆନ୍ଧ୍ରପ୍ରଦେଶ ଷଷ୍ଠ, ମିଜୋରାମ ସପ୍ତମ, ମଧ୍ୟପ୍ରଦେଶ ଅଷ୍ଟମ, ଛତିଶଗଡ଼ ନବମ ଏବଂ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଦଶମ ସ୍ଥାନରେ ରହିଛି।
୨୦୧୫ରେ ଏମ୍‌ଆର୍‌ୟୁଏଟି ସ୍କିମ୍‌ କାର୍ଯ୍ୟକାରୀ କରାଯାଇଥିଲା। ରାଜ୍ୟର ପୁରୀ, ଭୁବନେଶ୍ୱର, କଟକ, ସମ୍ବଲପୁର, ରାଉରକେଲା, ବାରିପଦା, ବାଲେଶ୍ୱର, ଭଦ୍ରକ ଏବଂ ବ୍ରହ୍ମପୁର ଆଦି ୯ଟି ସହରରେ କାଯର୍ର୍‌ୟକାରୀ କରାଯାଇଛି। ଏହି ସ୍କିମ କାର୍ଯ୍ୟକାରୀ ହେବାପରେ ଉକ୍ତ ସହରଗୁଡ଼ିକରେ ଜଳ ଯୋଗାଣ, ଡ୍ରେନେଜ, ପରିମଳ, ସ୍ବେରେଜ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ଆଦି ନିର୍ମାଣ ସହିତ ସବୁଜ ବଳୟ ସୃଷ୍ଟି ଆଦି ଉପରେ ଗୁରୁତ୍ୱ ଦିଆଯାଇଛି। ମୋଟ ୧୯୧ପ୍ରକଳ୍ପ ମଧ୍ୟରୁ ୧୪୮ଟି ପ୍ରକଳ୍ପ କାର୍ଯ୍ୟ ଶେଷ ହୋଇଛି। ଅନ୍ୟ ପ୍ରକଳ୍ପଗୁଡ଼ିକ ମିଶନ ଦ୍ୱାରା ଧାର୍ଯ୍ୟ ୨୦୨୧ ମାର୍ଚ୍ଚ ସୁଦ୍ଧା ଶେଷ କରାଯିବା ନେଇ ସରକାର ଲକ୍ଷ୍ୟ ରଖିଛନ୍ତି। ଏହି ସ୍କିମ୍‌ରେ ୯ଟି ସହରାଞ୍ଚଳରେ ରହୁଥିବା ସମସ୍ତ ଘରକୁ ପାଇପ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯାଇଛି। ଏଥିସହିତ ସେହି ସହରଗୁଡ଼ିକରେ ୨୪ କି.ମି. ପାଇପ ଲାଇନ ବିଛାଯାଇଛି। ଅବଶିଷ୍ଟ କାର୍ଯ୍ୟ ଚଳିତ ବର୍ଷ ଡିସେମ୍ବର ସୁଦ୍ଧା ଶତ ପ୍ରତିଶତ ପାଇପ ବିଛା କାର୍ଯ୍ୟ ଶେଷ ହେବ। ଭୁବନେଶ୍ୱରରେ ଏବଂ ରାଉରକେଲା ମହାନଗର ନିଗମରେ ୨ଟି ଜଳ ବିଶୋଧନାଗାର ନିର୍ମାଣ ହୋଇଛି। ଏମ୍‌ଆର୍‌ୟୁଟି ସ୍କିମ୍‌ରେ ୧.୨୩ ଲକ୍ଷ ଘରକୁ ପାଇପ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯାଇଛି। ବାରିପଦା ଓ ବ୍ରହ୍ମପୁରରେ ଦୁଇଟି ସାୈର ଶକ୍ତି ଚାଳିତ ପମ୍ପ ହାଉସ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇଛି। ସେହିପରି ଉକ୍ତ ସହରଗୁଡ଼ିକରେ ୧୧୦ଟି ପାର୍କରୁ ୮୫ଟି ପାର୍କର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି ବୋଲି ମନ୍ତ୍ରୀ ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri