ଚାଉଳ ଉତ୍ପାଦନରେ ଓଡ଼ିଶା ବଳକା ରାଜ୍ୟ

ଭୁବନେଶ୍ୱର, ୨୨ା୩(ବ୍ୟୁରୋ): ବିଗତ ଦୁଇ ଦଶନ୍ଧିରେ ରାଜ୍ୟ ସରକାରଙ୍କ ଦ୍ବାରା ଜଳସେଚନର ସୁବିଧା ଓ ସମୟୋଚିତ ଯୋଜନା ଫଳରେ ରାଜ୍ୟ କୃଷି କ୍ଷେତ୍ରରେ ପ୍ରଭୂତ ଉନ୍ନତି ହାସଲ କରିଛି। ଖାଦ୍ୟଶସ୍ୟ ଓ ଅନ୍ୟ କୃଷିଜାତ ଦ୍ରବ୍ୟ ଉତ୍ପାଦନ କ୍ରମାଗତ ଭାବେ ବୃଦ୍ଧି ପାଉଛି। ଓଡ଼ିଶା ଚାଉଳ ଉତ୍ପାଦନ କ୍ଷେତ୍ରରେ ଏକ ବଳକା ରାଜ୍ୟରେ ପରିଣତ ହୋଇପାରିଛି ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି। ଶନିବାର ରାଜ୍ୟ ପଣ୍ୟାଗାର ନିଗମର ୬୩ତମ ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ସ୍ବାଇଁ କହିଛନ୍ତି, ଖାଦ୍ୟଶସ୍ୟକୁ ବୈଜ୍ଞାନିକ ପଦ୍ଧତିରେ ସଂରକ୍ଷଣ ଓ ସୁଷମ ବଣ୍ଟନକୁ ପ୍ରାଥମିକତା ଦେବାର ଆବଶ୍ୟକତା ରହିଛି। କୃଷି କ୍ଷେତ୍ରର ଉତ୍ପାଦନ ଓ ବିପଣନ ବ୍ୟବସ୍ଥା ମଧ୍ୟରେ ପଣ୍ୟାଗାର ସମନ୍ବୟ ରକ୍ଷା କରୁଥିବାରୁ ଏହାର ସୁପରିଚାଳନା ଆଜିର ଆହ୍ବାନ ସାଜିଛି। କୃଷିଜାତ ଦ୍ରବ୍ୟକୁ ଏହିପରି ଭାବେ ସଂରକ୍ଷଣ କରି ରଖିବାକୁ ପଡ଼ିବ, ଯେପରି ଏହାର ଗୁଣାତ୍ମକ ମାନ ବଜାୟ ରହିବ। ଏଥିଲାଗି ଉନ୍ନତ ଜ୍ଞାନକୌଶଳ ଓ ବୈଜ୍ଞାନିକ ପଦ୍ଧତି ଆପଣେଇବାକୁ ପଡ଼ିବ। ଗୋଦାମ ଗୃହର ପୂର୍ଣ୍ଣ ବିନିଯୋଗ ନିମନ୍ତେ ସପ୍ଲାଇ ଚେନ୍‌ ମ୍ୟାନେଜ୍‌ମେଣ୍ଟ ଉପରେ ଗୁରୁତ୍ବ ଦେବାକୁ ପଡ଼ିବ। ଗୋଦାମ ଗୃହଗୁଡ଼ିକର ଦକ୍ଷ ପରିଚାଳନା ନିମନ୍ତେ ସୂଚନା ଓ ପ୍ରଯୁକ୍ତି ବିଦ୍ୟାର ବ୍ୟବହାର ଓ କମ୍ପ୍ୟୁଟରାଇଜେଶନ୍‌ ଆବଶ୍ୟକ ବୋଲି ମନ୍ତ୍ରୀ ସ୍ବାଇଁ କହିଛନ୍ତି। ଉତ୍ସବରେ ଅଧ୍ୟକ୍ଷତା କରି ରାଜ୍ୟ ପଣ୍ୟାଗାର ନିଗମ ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ କୁମାର ଗରଡ଼ିଆ କହିଛନ୍ତି, ନିଗମ ଏହାର ଅଂଶୀଦାର ଉଭୟ ରାଜ୍ୟ ସରକାର ଓ କେନ୍ଦ୍ରୀୟ ପଣ୍ୟାଗାର ନିଗମକୁ ନିୟମିତ ଲାଭାଂଶ ପ୍ରଦାନ କରିଆସୁଛି। ଅଦ୍ୟାବଧି ରାଜ୍ୟର ୩୦ ଜିଲାରେ ୬୯ ପଣ୍ୟାଗାର ଶାଖାରେ ୫ ଲକ୍ଷ ୩୫ ହଜାର ମେଟ୍ରିକ୍‌ ଟନ୍‌ ଗୋଦାମ ଘର ପରିଚାଳନା କରୁଛି। ନିଗମର ପଣ୍ୟାଗାରଗୁଡ଼ିକର ପରିଚାଳନା ସବୁକୁ କମ୍ପ୍ୟୁଟରାଇଜେଶନ୍‌ କରିବା ପାଇଁ ପଦକ୍ଷେପ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ଗ୍ୟାସ୍‌ ସିଲିଣ୍ଡର, ବିକଳ୍ପ ଚୁଲା କଲେ ହୋଟେଲ ମାଲିକ, ଜାଣିଲେ ହୋଇଯିବ ତାଜୁବ

ବଲାଙ୍ଗୀର,୨୫ା୩(ବୀରେନ୍ଦ୍ର କୁମାର ଝାଙ୍କର): ଆମେରିକା-ଇସ୍ରାଏଲ-ଇରାନ୍‌ ଯୁଦ୍ଧ ପରେ ଭାରତରେ ଦେଖାଦେଇଥିବା ଏଲପିଜି ଗ୍ୟାସ୍‌ ସିଲିଣ୍ଡର ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏହାର ପ୍ରଭାବ ବଲାଙ୍ଗୀରରେ ବିଶେଷକରି…

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri