ଓଡ଼ିଶା ହେଉଛି ଦ୍ୱିତୀୟ ଅଷ୍ଟ୍ରେଲିଆ: ରାଜ୍ୟରେ ପୁଞ୍ଜି ନିବେଶକୁ ନେଇ ବଡ଼ କଥା କହିଦେଲେ ଅନିଲ ଅଗ୍ରଓ୍ବାଲ

ଭୁବନେଶ୍ବର,୨୮।୧: ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ ଭୁବନେଶ୍ୱରର ଜନତା ମଇଦାନରେ ଆରମ୍ଭ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଉଦ୍‌ଘାଟନ କରିଛନ୍ତି। ଏହି କନ୍‌କ୍ଲେଭରେ ଦେଶ ବିଦେଶରୁ ବହୁ ଶିଳ୍ପପ୍ରତିନିଧି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିବା ବ୍ୟବସାୟୀ ଅନିଲ ଅଗ୍ରଓ୍ବାଲ ଓଡ଼ିଶାରେ ପୁଞ୍ଜି ନିବେଶକୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି,ଆଜି ଭାରତରେ ପୁଞ୍ଜି ନିବେଶ ପାଇଁ ସର୍ବଶ୍ରେଷ୍ଠ ସ୍ଥାନ ହେଉଛି ଓଡ଼ିଶା। ଓଡ଼ିଶା ହେଉଛି ସ୍ବର୍ଗ। ଏଠାକାର ଲୋକ ଏବଂ ପରିବେଶ ସବୁଠୁ ନିଆରା। ଓଡ଼ିଶା ହେଉଛି ଦ୍ୱିତୀୟ ଅଷ୍ଟ୍ରେଲିଆ। ଆଗାମୀ ଦିନରେ ଆମେ ଆଲୁମିନିୟମ କ୍ଷେତ୍ରରେ ଅଧିକ ନିବେଶ କରିବାକୁ ଚାହୁଁଛୁ। ଏହାସହ ସ୍ଥାନୀୟ ଯୁବତୀଯୁବକଙ୍କୁ ସୁଯୋଗ ଦେବା ଆମର ପ୍ରାଥମିକ ଲକ୍ଷ୍ୟ।

ଉତ୍କର୍ଷ ଓଡ଼ିଶା, ମେକ୍‌ ଇନ ଓଡ଼ିଶା କନ୍‌କ୍ଲେଭ-୨୦୨୫ ମଙ୍ଗଳବାର ଭୁବନେଶ୍ୱର ଜନତା ମଇଦାନଠାରେ ଆରମ୍ଭ ହୋଇଛି। ଏହା ୨ ଦୁଇଦିନ ଧରି ଚାଲିବ। ଏହି କନ୍‌କ୍ଲେଭରେ ଦେଶ ବିଦେଶରୁ ବହୁ ଶିଳ୍ପପ୍ରତିନିଧି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଆମେରିକା, ଜର୍ମାନୀ, ଅଷ୍ଚ୍ରେଲିଆ, ସିଙ୍ଗାପୁର, ମାଲେସିଆ, ବେଲାରୁଷ୍‌, ୟୁକେ ଭଳି ୧୬ଟି ଦେଶର ପ୍ରତିନିଧି କନ୍‌କ୍ଲେଭରେ ସାମିଲ ହେବେ ବୋଲି ଜଣାପଡ଼ିଛି। ୨ ଦିନରେ ହେବାକୁ ଥିବା ଏହି କନ୍‌କ୍ଲେଭରେ ବିଭିନ୍ନ କ୍ଷେତ୍ର ପାଇଁ ୧୫ଟି ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।
ଏହି କନ୍‌କ୍ଲେଭରେ ଏଲ୍‌.ଏନ୍‌. ମିତ୍ତଲ, କୁମାର ମଙ୍ଗଳମ୍‌ ବିର୍ଲା, ଅନିଲ ଅଗ୍ରୱାଲ, ସଜ୍ଜନ ଜିନ୍ଦଲ, ନବୀନ ଜିନ୍ଦଲ, କରଣ ଆଦାନୀ, ଟି.ଭି. ନରେନ୍ଦ୍ରନଙ୍କ ଭଳି ଦେଶର ବଡ଼ ବଡ଼ ଶିଳ୍ପପତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାଛଡ଼ା ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭରେ ୧୦୦ରୁ ଊର୍ଦ୍ଧ୍ୱ ଶିଳ୍ପପତିଙ୍କ ସହ ଏମ୍‌ଓୟୁ ସ୍ବାକ୍ଷର ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି। ଶିଳ୍ପ, ଆଇଟି, ଖାଦ୍ୟ ପ୍ରକ୍ରିୟାକରଣ, ପେଟ୍ରୋକେମିକାଲ୍ସ, ଏମ୍‌ଏସ୍‌ଏମ୍‌ଇ, ସେମିକଣ୍ଡକ୍ଟର ଭଳି ବିଭିନ୍ନ କ୍ଷେତ୍ରରେ ବ୍ୟାପକ ପୁଞ୍ଜି ନିବେଶ ପାଇଁ ନିବେଶକାରୀଙ୍କ ସହ ଆଲୋଚନା କରି ରାଜ୍ୟ ସରକାର ଆଗକୁ ବଢ଼ିବେ।
ଗଣମାଧ୍ୟମକୁ ସୂଚନା ଦେଇ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଛନ୍ତି, ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ ଏକ ଐତିହାସିକ ଓ ଯୁଗାନ୍ତକାରୀ ପଦକ୍ଷେପ ହେବ। ଏହି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିବେ। ଆଗାମୀ ଦିନରେ ଓଡ଼ିଶା ଶିଳ୍ପ ଅଗ୍ରଣୀ ରାଜ୍ୟରେ ପରିଣତ ହେବ। ପୂର୍ବ ସରକାର ସମୟରେ ଦୁଇ ଦଶନ୍ଧି ଧରି ସବୁପ୍ରକାର ସମ୍ଭାବନା ଥାଇ ବି ଓଡ଼ିଶା ଶିଳ୍ପର ମରୁଭୂମି ପାଲଟିଥିଲା। ଶିଳ୍ପ କ୍ଷେତ୍ରରେ ଓଡ଼ିଶା ବହୁତ ଆଗକୁ ଯିବ। ଓଡ଼ିଶାକୁ ଶିଳ୍ପ ସମୃଦ୍ଧ କରିବା ସହ ଶିଳ୍ପର ଇକୋ ହବ୍‌ କରିବା ସରକାରଙ୍କ ଲକ୍ଷ୍ୟ ରହିଛି। ଓଡ଼ିଶାର ପ୍ରତ୍ୟେକ ଜିଲା କିଭଳି ଶିଳ୍ପ କ୍ଷେତ୍ରରେ ଆଗକୁ ଯିବ ତାହା ସରକାରଙ୍କ ପରିକଳ୍ପନା। ମେକ୍‌ ଇନ୍‌ ଇଣ୍ଡିଆ ପ୍ରଧାନମନ୍ତ୍ରୀଙ୍କର ବ୍ରେନ୍‌ ଚାଇଲ୍ଡ ଥିଲା। ଦେଶ ବିଦେଶରୁ ବଡ଼ ବଡ଼ ନିବେଶକମାନେ ଆସିଥିଲେ ଏବଂ ଭାରତର ବିଭିନ୍ନ ସ୍ଥାନରେ ପୁଞ୍ଜି ନିବେଶ କରିଥିଲେ। ସେହିପରି ଓଡ଼ିଶାର ପ୍ରତ୍ୟେକ ଜିଲାରେ ନିବେଶକମାନେ ନିବେଶ କରିବେ।
କନ୍‌କ୍ଲେଭରେ ୪ଟି ପ୍ଲେନାରି ଅଧିବେଶନ ଏବଂ ୧୬ଟି କ୍ଷେତ୍ରୀୟ ଅଧିବେଶନ ରହିବ। ସେମି କଣ୍ଡକ୍ଟର, ଗ୍ରୀନ୍‌ ଏନର୍ଜୀ, ପେଟ୍ରୋ କେମିକାଲ ଓ ଜାହାଜ ନିର୍ମାଣ ଉପରେ ଫୋକସ ଦିଆଯାଉଥିବା ମନ୍ତ୍ରୀ କହିଛନ୍ତି। ଭାଜପା ସରକାରରେ ଗତ ୭ ମାସରେ ୨ଲକ୍ଷ ୭୫ ହଜାର କୋଟିର ନିବେଶ ପାଇଁ ୧୫୯ଟି ଶିଳ୍ପ ସଂସ୍ଥାକୁ ସିଙ୍ଗିଲ ୱିଣ୍ଡୋ ଅନୁମୋଦନ ମିଳିଛି। ଏଥିରେ ୨ ଲକ୍ଷ ୧୫ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ମନ୍ତ୍ରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଆଇଆର୍‌ ଜନସାଧାରଣଙ୍କ ଆସ୍ଥାକୁ ସୁଦୃଢ଼ କରିବାର ଅତ୍ୟାବଶ୍ୟକ ପଦକ୍ଷେପ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୦(ସୁନିତ୍‌ ମିଶ୍ର): ଗଣତନ୍ତ୍ରର ବିଶ୍ୱସନୀୟତା ମୁକ୍ତ ଓ ଅବାଧ ନିର୍ବାଚନ ସହ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ମତଦାନ ଅଧିକାରର ସୁରକ୍ଷା ଉପରେ ନିର୍ଭରକରେ । ଏଥିପାଇଁ ସ୍ବଚ୍ଛ…

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

ଏଇ ଭାରତରେ

ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଦ୍ୱାରା ପ୍ରସାଦରୁ ପାଓ୍ବାର ଉତ୍ପାଦନ କରାଯାଇଛି । ଲାଲବାଗ୍‌ଚା ବାଗ୍‌ରେ ବିଭିନ୍ନ ଗଣେଶ ପୂଜା ମଣ୍ଡପରେ ବର୍ଜ୍ୟ ଭାବେ ୩୦ ଟନ…

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

୨୦୨୪ର ବ୍ୟସ୍ତତା

ରାମ ମନ୍ଦିର ଯେଉଁଠି ତିଆରି ହେଲା-ଅଯୋଧ୍ୟା-ସେଠାରେ ଭାଜପାର ପରାଜୟ ୨୦୨୪ରେ ଦଳର ନେତାମାନଙ୍କୁ ଭୟଭୀତ କରାଇ ଦେଇଥିଲା ବୋଲି ଏବେ ବୁଝାପଡୁଛି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା…

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?