ଇ-ଶ୍ରମ ପୋର୍ଟାଲ ପଞ୍ଜୀକରଣରେ ଓଡ଼ିଶା ଦ୍ୱିତୀୟ

ଭୁବନେଶ୍ୱର,୨୦।୯: ଅଣସଂଗଠିତ କ୍ଷେତ୍ରର ଶ୍ରମିକମାନଙ୍କର ପଞ୍ଜୀକରଣ ଲାଗି କେନ୍ଦ୍ର ଶ୍ରମ ଏବଂ ନିୟୋଜନ ମନ୍ତ୍ରଣାଳୟ ପକ୍ଷରୁ ଅଗଷ୍ଟ ୨୬ରୁ ଆରମ୍ଭ କରାଯାଇଥିବା ଇ-ଶ୍ରମ ପୋର୍ଟାଲକୁ ଉତ୍ସାହଜନକ ସମର୍ଥନ ମିଳିଛି। ଉକ୍ତ ପୋର୍ଟାଲରେ ବର୍ତ୍ତମାନ ସୁଦ୍ଧା ୧କୋଟି ୩ ଲକ୍ଷ ୧୨ ହଜାର ୯୫ ଜଣ ଶ୍ରମିକ ପଞ୍ଜୀକରଣ କରିସାରିିଛନ୍ତି। ମୋଟ ପଞ୍ଜୀକୃତ ଶ୍ରମିକଙ୍କ ମଧ୍ୟରେ ୪୩% ମହିଳା ଏବଂ ୫୭% ପୁରୁଷ ରହିଛନ୍ତି। ସର୍ବାଧିକ ପଞ୍ଜୀକରଣ ହୋଇଥିବା ଶ୍ରେଷ୍ଠ ୧୬ଟି ରାଜ୍ୟ ମଧ୍ୟରୁ ବିହାର ପ୍ରଥମ ଏବଂ ଓଡ଼ିଶା ଦ୍ୱିତୀୟ ସ୍ଥାନରେ ରହିଛି। ଓଡ଼ିଶାର ୨୧ଲକ୍ଷ ୬୯ହଜାର ୫୫୪ଜଣ ଶ୍ରମିକ ପଞ୍ଜୀକରଣ କରିଥିବା ଜଣାପଡିଛି।
୨୦୧୯-୨୦ ଆର୍ଥିକ ସମୀକ୍ଷାର ତଥ୍ୟ ଅନୁଯାୟୀ ଦେଶରେ ଆନୁମାନିକ ୩୮ କୋଟି ଅସଂଗଠିତ ଶ୍ରମିକ ରହିଛନ୍ତି। ଏମାନଙ୍କ ପଞ୍ଜୀକରଣରେ ଜନସେବା କେନ୍ଦ୍ର ପ୍ରମୁଖ ଭୂମିକା ନେଇଛି। ଜନସେବା କେନ୍ଦ୍ର ମାଧ୍ୟମରେ ୬୮% ଶ୍ରମିକ ପଞ୍ଜୀକରଣ କରିଛନ୍ତି। ପଞ୍ଜୀକୃତ ଶ୍ରମିକମାନେ ଦୁର୍ଘଟଣା କ୍ଷେତ୍ରରେ ୨ଲକ୍ଷ ଟଙ୍କାର ଜୀବନ ବୀମା ଏବଂ ୧ଲକ୍ଷ ଟଙ୍କାର ସ୍ଥାୟୀ ଅକ୍ଷମତା ବୀମା ପାଇପାରିବେ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?