ଶୀତରେ ଥରୁଛି ଓଡ଼ିଶା

ଭୁବନେଶ୍ୱର,୨୨। ୧୨(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଶୀତ ଆରମ୍ଭ ହୋଇଛି। ସାରା ଓଡିଶା ଶୀତରେ ଥରୁଛି। ପାରଦ ୫ରୁ ୭ ଡିଗ୍ରୀ ସେଲସିୟସ ତଳକୁ ଖସି ଯାଇଛି। ବଣ ପାହାଡ ଘେରା ଜିଲାଗୁଡିକରେ ଶୀତର ପ୍ରକୋପ ଆହୁରି ଭୟଙ୍କର ହୋଇଛି। ଦେହ ହାତ କୋଲ ମାରି ନେଇ ଯାଉଛି। ସଞ୍ଜ ବୁଡିବା ମାତ୍ରେ ଶୀତ ମାଡି ଆସୁଛି। ସକାଳ ୧୦ଟା ଯାଏ ପ୍ରକୋପ କମୁ ନାହିଁ। ଉତ୍ତର ପୂର୍ବ ଦିଗରୁ ଥଣ୍ଡା ପବନ ପ୍ରବାହିତ ହେଉଛି।

ଏଥିଯୋଗୁ ଆସନ୍ତା ୨୫ ତାରିଖ ଯାଏ ରାଜ୍ୟରେ ପ୍ରଚଣ୍ଡ ଶୀତ ହେବ ବୋଲି ପାଣିପାଗ ବିଭାଗ ସତର୍କ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ଅନୁଗୋଳ, ଝାରସୁଗୁଡା ଏବଂ ସୁନ୍ଦରଗଡରେ ଶୀତଲହରୀ ବହିବ। ସେହିପିର ଦେବଗଡ, ନୂଆପଡା, ଢେଙ୍କାନାଳ, କୋରାପୁଟ, କନ୍ଧମାmଳ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନବରଙ୍ଗପୁର, କଟକ, କଳାହାଣ୍ଡି ଏବଂ ବରଗଡ ଜିଲାର କେତେକ ସ୍ଥାନରେ ମଧ୍ୟ ଥଣ୍ଡା ପ୍ରବାହ ହେବ। ଏ ନେଇ ପାରିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ରାତ୍ରିରେ ଗୃହପାଳିତ ପ୍ରାଣିଙ୍କୁ ଶୀତ ଦାଉରୁ ରକ୍ଷା କରିବାକୁ ଘରେ ରଖିବାକୁ ପରାମର୍ଶ ଦିଆଯାଇଛି। ରାତ୍ରିରେ ଦୁଇ ଚକିଆ ଯାନରେ ଯାତାୟାତ କରିବାକୁ ବାରଣ କରାଯାଇଛି। ଦାରିଙ୍ଗବାଡ଼ି ଅଞ୍ଚଳରେ ଏବର୍ଷର ପ୍ରଥମ ଥର ପାଇଁ ତୁଷାର ପଡ଼ିଥିବା ଦେଖିବାକୁ ମିଳିଛି।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ମୁତାବକ ସୋମବାର ୧୨ଟି ସହରରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସି ଯାଇଛି। ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବାବେଳେ ଝାରସୁଗୁଡା ୫.୮, ଦାରିଙ୍ଗୀବାଡି ୬, ଅନୁଗୋଳ ୬.୬, କୋରାପୁଟ ୭, ବାରିପଦା ୭.୬, ଭବାନୀପାଟଣା ୭.୮, ବଲାଙ୍ଗୀର ୮.୮, ବୌଦ୍ଧ ୯, ସୋନପୁର ୯.୪, ସମ୍ବଲପୁର ୧୦.୮, ହୀରାକୁଦ ୧୦.୬, ତାଳଚେର ୧୦.୪, ବାଲେଶ୍ୱର ୧୧.୭, ଚାନ୍ଦବାଲି ୧୧.୨, କଟକ ୧୧, ମାଲକନଗିରି ୧୧ ଏବଂ ନୟାଗଡ଼ରେ ସର୍ବନିମ୍ନ ତାପମାତ୍ରା ୧୧.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri