Odisha Elections 2024
Posted inଖେଳ

କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶାର ଜାଭେଲିନ୍‌ ଥ୍ରୋଇଙ୍ଗ ସେନସେସନ୍‌ କିଶୋରଙ୍କ ଅଭ୍ୟାସ ଆରମ୍ଭ

ଭୁବନେଶ୍ୱର,୨୧ା୧(ସରୋଜ ଜେନା): ଓଡ଼ିଶାର ଜାଭେଲିନ୍‌ ଥ୍ରୋଇଙ୍ଗ ସେନସେସନ୍‌ ତଥା ପ୍ୟାରିସ୍‌ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଥିବା କିଶୋର ଜେନା ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଅଭ୍ୟାସ ଆରମ୍ଭ କରିଛନ୍ତି। କୋଚ୍‌ ସମରଜିତ ସିଂ ମଲିଙ୍କ ତତ୍ତ୍ୱାବଧାନରେ କିଶୋର ଶନିବାର ଅଭ୍ୟାସ ଆରମ୍ଭ କରିଛନ୍ତି। କଳିଙ୍ଗ ଷ୍ଟାଡିୟମର ଭିତ୍ତିଭୂମିକୁ ବିଶ୍ୱସ୍ତରୀୟ ବୋଲି କହିଛନ୍ତି ସମରଜିତ ସିଂ ମଲି। ଏହା ସହିତ ବର୍ତ୍ତମାନ କଳିଙ୍ଗ ସୁପର କପ୍‌ ଜାରି ରହିଥିବାରୁ ଏଠିକାର ମାହୋଲ କିଶୋରଙ୍କୁ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଉତ୍ସାହିତ କରୁଛି ବୋଲି ସେ କହିଛନ୍ତି। ବିଶ୍ୱ ଆଥଲେଯିକ୍ସ ଚାମ୍ପିୟନଶିପ୍‌ରେ ପଞ୍ଚମ ସ୍ଥାନ ଓ ଏସିଆଡ୍‌ରେ ରୌପ୍ୟ ପଦକ ସହ କିଶୋର ନିଜ ପାଇଁ ସ୍ବତନ୍ତ୍ର ପରିଚୟ ତିଆରି କରିଛନ୍ତି। ଏହା ଅଲିମ୍ପିକ୍ସରେ ଭାରତର ପଦକ ସମ୍ଭାବନାକୁ ବୃଦ୍ଧି କରିଛି ବୋଲି ସେ କହିଛନ୍ତି। କିଶୋର ଭାରତର ଅନ୍ୟତମ ପଦକ ସମ୍ଭାବନା ରହିଥିବା ବେଳେ ଏଥି ନିମନ୍ତେ ପ୍ରସ୍ତୁତି ଜୋରଦାର ରହିଛି ବୋଲି ମଲି କହିଛନ୍ତି। ନିୟମିତ ଭାବରେ ପ୍ରଦର୍ଶନରେ ଉନ୍ନତି ଆଣିବା ଆମର ଏକମାତ୍ର ଲକ୍ଷ୍ୟ ରହିଛି। ୭୬ ମିଟରରୁ ଉନ୍ନତି ଆଣି ୮୭.୫ ମିଟରରେ ପହଞ୍ଚିବା କିଶୋରଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି ବୋଲି ସେ କହିଥିଲେ। ଏହା ସହିତ ନିୟମିତ ସହାୟତା କାରଣରୁ ଓଡ଼ିଶା ସରକାର, ସାଇ ଓ ରିଲାଏନ୍ସକୁ ମଧ୍ୟ ଧନ୍ୟବାଦ ଜଣାଇଥିଲେ କିଶୋରଙ୍କ କୋଚ୍‌।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌ ଜିତି ପାରିବ ନାହିଁ ଟିମ୍‌ ଇଣ୍ଡିଆ…କୋହଲିଙ୍କ ନାଁ ନେଇ ଏ କ’ଣ କହିଦେଲେ…

ନୂଆଦିଲ୍ଲୀ,୧୭।୫: ଆଉ କିଛି ଦିନର ବ୍ୟବଧାନ ପରେ ଆରମ୍ଭ ହେବାକୁ ଯାଛି ଟି୨୦ ବିଶ୍ୱକପ୍‌। ଏହାକୁ ନେଇ ପ୍ରଶଂସକ ଦିନ ଗଣିବା ଆରମ୍ଭ କରିଦେଇଥିବା ବେଳେ...

ଟିମ୍‌ ଇଣ୍ଡିଆର ଆଗାମୀ ମୁଖ୍ୟ କୋଚ୍‌ ହେବେ ଗୌତମ ଗମ୍ଭୀର: ରିପୋର୍ଟ

ନୂଆଦିଲ୍ଲୀ,୧୭।୫: ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ଭାବେ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ଗୌତମ ଗମ୍ଭୀର ଏହି ପଦ...

ପଡ଼ିଆରେ ଲଢେଇ, ଡ୍ରେସିଂ ରୁମ୍‌ରେ କୋଳାକୋଳି

ନୂଆଦିଲ୍ଲୀ,୧୭।୫: ଆଇପିଏଲ ୨୦୨୪ର ୬୮ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସର ଘରୋଇ...

କୋହଲିଙ୍କ ପରି ତାଙ୍କ ଝିଅ ବି ହେବେ କ୍ରିକେଟର୍‌! ଏବେଠୁ କଲେଣି…

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଆଇପିଏଲ ୨୦୨୪ର ପ୍ଲେ ଅଫରେ ପହଞ୍ଚିବା ଲକ୍ଷ୍ୟରେ ରହିଛି। ଏହି ଦଳ ଆଜି ଚେନ୍ନାଇ ସୁପର...

କ୍ରିଷ୍ଟିଆନ ରୋନାଲଡୋ ସର୍ବାଧିକ ଦରମା ପ୍ରାପ୍ତ ଆଥଲେଟ୍

ନୂଆଦିଲ୍ଲୀ,୧୭ା୫: ବିଶ୍ୱର ଶ୍ରେଷ୍ଠ ଆୟ କରୁଥିବା ଖେଳାଳିଙ୍କ ତାଲିକା ଫୋର୍ବସ୍ ପକ୍ଷରୁ ପ୍ରକାଶ ପାଇଛି। ଏହି ତାଲିକାରେ ତାରକା ଫୁଟବଲର କ୍ରିଷ୍ଟିଆନ ରୋନାଲଡୋ ଶୀର୍ଷରେ ରହିଛନ୍ତି।...

ସନରାଇଜର୍ସ ହାଇଦ୍ରାବାଦକୁ ପ୍ଲେଅଫରେ ପହଞ୍ଚାଇଲା ବର୍ଷା, ଗୁଜରାଟ ଟାଇଟାନ୍ସ ବିରୋଧରେ ମ୍ୟାଚ ରଦ୍ଦ

ହାଇଦ୍ରାବାଦ,୧୬।୫: ଆଇପିଏଲ ୨୦୨୪ ର ୬୬ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଗୁଜୁରାଟ ଟାଇଟାନ୍ସକୁ ସାମ୍ନା କରିଥିଲା। ଏହି ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ...

ବିରାଟଙ୍କ ରିଟାୟରମେଣ୍ଟ ପ୍ଲାନକୁ ନେଇ ଖୋଲିଲା ଗୁମର

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଭଲଭାବେ ଜାଣିଛନ୍ତି ଯେ ତାଙ୍କୁ ମଧ୍ୟ ଦିନେ କ୍ରିକେଟ ରୁ ଅବସର ନେବାକୁ ପଡିବ।...

୪ ଦିନ ୫ ମ୍ୟାଚ୍‌, ରୋଚକ ସ୍ଥିତିରେ ପ୍ଲେ ଅଫ୍‌ ରେସ୍‌: କିଏ ମାରିବ ବାଜି

ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଏବଂ ରାଜସ୍ଥାନ ରୟାଲ୍ସ ପ୍ଲେ ଅଫ ରେ ପହଞ୍ଚିଛି। କିନ୍ତୁ ଅବଶିଷ୍ଟ ୨ ସ୍ଥାନ ପାଇଁ ୫ଟି ଦଳ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri