ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଅନୁଗୋଳ ଅଫିସ, ୪।୧୧: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅନୁଗୋଳ ଜିଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ସରକାରୀ କାର୍ଯ୍ୟାଳୟ ଓ କ୍ୱାର୍ଟର୍ସ ଉପରେ ବୁଧବାର ସକାଳେ ଭିଜିଲାନ୍ସ ପକ୍ଷରୁ ଚଢ଼ାଇ ଚାଲିଛି। ଭିଜିଲାନ୍ସ କଟକ ଡିଭିଜନ ଏସ୍‌ପି ଶଶିଭୂଷଣ ମିଶ୍ରଙ୍କ ନେତୃତ୍ୱରେ ଏହି ଚଢ଼ାଉ ହୋଇଛି।
ନିଆଳିର ସିଠାଳୋସ୍ଥିତ ପୈତୃକ ବାସଭବନ, ଶ୍ୱଶୁର ଘର ସମେତ ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି। ତେବେ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ତାହା ସ୍ପଷ୍ଟ ହୋଇ ନାହିଁ।