ପିଏମ୍‌-ସ୍ବନିଧି ଋଣ ପ୍ରଦାନ କାର୍ଯ୍ୟକ୍ରମରେ ସାମିଲ ହେଲା ଓଡ଼ିଶା

ଭୁବନେଶ୍ୱର,୨୪ା୧ (ବନ୍ଦନା ସେଠୀ): ‘ପିଏମ୍‌-ସ୍ବନିଧି’ ଋଣ ପ୍ରଦାନ କାର୍ଯ୍ୟକ୍ରମରେ ସାମିଲ ହେଲା ଓଡ଼ିଶା। ଏହି ପରିପ୍ରେକ୍ଷୀରେ ଶୁକ୍ରବାର କୃଷି ଭବନଠାରେ ଏକ ଜାତୀୟସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ହିତାଧିକାରୀଙ୍କୁ ପିଏମ-ସ୍ବନିଧି ଋଣ ଓ କ୍ରେଡିଟ୍‌ କାର୍ଡ ବଣ୍ଟନ କରିଥିଲେ। ଏଥିସହ ଯୋଜନା ମାଧ୍ୟମରେ ସ୍ବାବଲମ୍ବୀ ହୋଇଥିବା ଦୁଇଜଣ ମହିଳାଙ୍କ ସମେତ ମୋଟ ତିନିଜଣ ସଫଳ ହିତାଧିକାରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଯୋଜନା ସମ୍ପର୍କରେ ଆଲୋକପାତ କରି ମନ୍ତ୍ରୀ କହିଲେ, ଏହି ଯୋଜନାରେ ବିନା ବନ୍ଧକରେ ପ୍ରଥମେ ୧୫,୦୦୦ ଟଙ୍କା ଏବଂ ପରେ ଠିକ୍‌ ସମୟରେ ଋଣ ପରିଶୋଧ କଲେ ୨୫,୦୦୦ ଓ ୫୦,୦୦୦ ଟଙ୍କା ପର୍ଯ୍ୟନ୍ତ କାର୍ଯ୍ୟକାରୀ ପୁଞ୍ଜି ଋଣ ମିଳିବାର ବ୍ୟବସ୍ଥା ରହିଛି। ନୂତନ ଭାବେ ଆରମ୍ଭ ହୋଇଥିବା କ୍ରେଡିଟ୍‌ କାର୍ଡ ଦ୍ୱାରା ବ୍ୟବସାୟୀମାନେ ନମନୀୟ ଋଣ ସୁବିଧା ପାଇପାରିବେ। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୧୦,୧୨୮ ଜଣ ହିତାଧିକାରୀଙ୍କୁ ଋଣ ପ୍ରଦାନ କରାଯାଇଛି। ଏହାଦ୍ୱାରା ୧.୧୦ ଲକ୍ଷରୁ ଅଧିକ ପରିବାର ଉପକୃତ ହୋଇଛନ୍ତି। ଓଡ଼ିଶାରେ ଏହି ଯୋଜନାକୁ ଅନ୍ୟ ୮ଟି ସାମାଜିକ କଲ୍ୟାଣକାରୀ ଯୋଜନା ସହ ମିଶ୍ରଣ କରାଯାଇଛି। ଏଥିମଧ୍ୟରେ ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା (୧୨,୩୯୧ ଜଣ), ଜୀବନ ଜ୍ୟୋତି ବୀମା ଯୋଜନା (୬,୪୨୧ ଜଣ), ଜନ-ଧନ ଯୋଜନା (୧,୩୮୭ ଜଣ) ସମେତ ‘ୱାନ ନେଶନ୍‌ ୱାନ୍‌ ରାଶନ କାର୍ଡ’, ଶ୍ରମ ଯୋଗୀ ମାନଧନ ଯୋଜନା ଏବଂ ପିଏମ୍‌ଏୱାଇର ଶତ ପ୍ରତିଶତ ସୁବିଧା ଯୋଗାଇ ଦେବାକୁ ଲକ୍ଷ୍ୟ ରଖାଯାଇଛି। ରାସ୍ତାକଡ଼ ବିକ୍ରେତାମାନେ ସହରାଞ୍ଚଳ ଅର୍ଥନୀତିର ମେରୁଦଣ୍ଡ। ସେମାନେ ଶସ୍ତାରେ ସାମଗ୍ରୀ ଯୋଗାଇବା ସହ ବ୍ୟାପକ ଆତ୍ମନିଯୁକ୍ତି ସୃଷ୍ଟି କରୁଛନ୍ତି। ପିଏମ୍‌-ସ୍ବନିଧି ଯୋଜନା କେବଳ ସେମାନଙ୍କ ଜୀବିକା ନୁହେଁ, ବରଂ ସେମାନଙ୍କ ସମ୍ମାନ, ଆତ୍ମବିଶ୍ୱାସ ଓ ଆର୍ଥିକ ଅନ୍ତର୍ଭୁକ୍ତୀକରଣକୁ ସୁଦୃଢ଼ କରୁଛି ବୋଲି ସେ ମତ ରଖିଥିଲେ। ସମ୍ମାନିତ ଅତିଥି ଭାବେ ବିଧାୟକ ବାବୁ ସିଂ ଯୋଗଦେଇଥିଲେ। ପୌର ପ୍ରଶାସନ ନିର୍ଦ୍ଦେଶକ ଅରବିନ୍ଦ ଡାକୁଆ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ କହିଥିବାବେଳେ ସୁଡା ନିର୍ଦ୍ଦେଶକ ରବୀନ୍ଦ୍ର ସାହୁ ସ୍ବାଗତ ଭାଷଣ ଏବଂ ବିଏମସିର ଅତିରିକ୍ତ କମିଶନର ରତ୍ନାକର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

ଭାଲୁକୁ ପିଟି ପିଟି ହତ୍ୟା, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୦ା୬(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମାଥିଲି ବନାଞ୍ଚଳ ଅଧୀନ ଢାଇଗୁଡା ଗ୍ରାମ ନିକଟରେ ଭାଲୁକୁ ଆକ୍ରମଣ କରିଥିବା ୫ ଅଭିଯୁକ୍ତଙ୍କୁ ବନ ବିଭାଗ ପକ୍ଷରୁ ଗିରଫ କରାଯାଇଛି।…

ଠିକା କାମକୁ କେନ୍ଦ୍ର କରି ମାଡ଼ପିଟ, ଭାଜପା କର୍ମୀ ଗଲେ ଜେଲ

ରିଷିଡା, ୨୦।୬ (ସୁଶାନ୍ତ ମଲ୍ଲିକ): ଏକ ଠିକା କାମକୁ କେନ୍ଦ୍ର କରି ହୋଇଥିବା ଗଣ୍ଡଗୋଳ ଓ ମାଡ଼ପିଟ ଘଟଣାରେ ଜଣେ ଭାଜପା କର୍ମୀ ଜେଲ ଯିବା ଘଟଣା…

ରେଞ୍ଜ ଅଫିସରଙ୍କ ବଦଳି ବାତିଲ ଦାବିରେ ଗ୍ରାମବାସୀଙ୍କ ଧାରଣା

ରାଜନଗର,୨୦ା୬(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନ ଦାୟିତ୍ୱରେ ଥିବା ରେଞ୍ଜ ଅଧିକାରୀ ମାନସ ଦାସଙ୍କ କଟକ ଡିଭିଜନକୁ ବଦଳି ହୋଇଛି। ଆସନ୍ତା ୧ ତାରିଖରେ ସେ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri