ଆଜିଠୁ ଓଜେଇଇ:ପରୀକ୍ଷା ଦେବେ ୬୫,୭୪୨ ଛାତ୍ରୀଛାତ୍ର

ଭୁବନେଶ୍ୱର, ୬।୫(ଅସମାପିକା ସାହୁ):ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ୨୦୨୪ ସୋମବାରଠାରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତିଦିନ ତିନୋଟି ସିଫ୍ଟରେ ଦୁଇଘଣ୍ଟା ବ୍ୟବଧାନରେ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରଥମ ସିଫ୍ଟ ସକାଳ ୮ଟା ୩୦ରୁ ୧୦ଟା ୩୦, ଦ୍ୱିତୀୟ ସିଫ୍ଟ ଅପରାହ୍ନ ୧୨ଟା ୩୦ରୁ ୨ଟା ୩୦ ଏବଂ ତୃତୀୟ ସିଫ୍ଟ ୪ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ରହିଛି। ଏହି ପରୀକ୍ଷା ପାଇଁ ମୋଟ ୬୦ଟି ପରୀକ୍ଷା କେନ୍ଦ୍ର ହୋଇଛି। ଓଡ଼ିଶାରେ ୫୭ଟି କେନ୍ଦ୍ର ଥିବାବେଳେ ଏଥିମଧ୍ୟରୁ ଭୁବନେଶ୍ୱରରେ ସର୍ବାଧିକ ୧୧ଟି କେନ୍ଦ୍ର ରହିଛି। ଏହାବାଦ୍‌ ଓଡ଼ିଶା ବାହାରେ ତିନୋଟି ସହର ଯଥା କୋଲକାତା, ପାଟଣା, ରାଞ୍ଚତ୍ରେ ୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ଏହି ପରୀକ୍ଷା ଦେବାକୁ ମୋଟ ୬୫,୭୪୨ଜଣ ଛାତ୍ରୀଛାତ୍ର ପଞ୍ଜୀକରଣ କରିଛନ୍ତି ବୋଲି ଓଜେଇଇ ପକ୍ଷରୁ ସୂଚନା ଦିଆଯାଇଛି। ୬ ତାରିଖ ସୋମବାର ଏଲ୍‌ଇ ଟେକ୍‌(ଡିପ୍ଲୋମା) ପାଇଁ ପ୍ରବେଶିକା ପରୀକ୍ଷା ଥିବାବେଳେ ୭ ତାରିଖରେ ଏଲ୍‌ଇ ଟେକ୍‌(ଡିପ୍ଲୋମା), ଇଣ୍ଟିଗ୍ରେଟେଡ ଏମ୍‌ବିଏ(ଏକଘଣ୍ଟା) ଏବଂ ଏଲ୍‌ଇ ଟେକ୍‌ ବିଏସ୍‌ସି(ଏକଘଣ୍ଟା)ର ପରୀକ୍ଷା ରହିଛି। ସେହିଭଳି ୮ ତାରିଖରେ ଏମ୍‌ବିଏ, ବି.କ୍ୟାଟ୍‌(ସିନେମାଟୋଗ୍ରାଫି/ସାଉଣ୍ଡ୍‌ ରେକର୍ଡିଂ ଏବଂ ଡିଜାଇନ-ଏକଘଣ୍ଟା) ଏବଂ ଏଲ୍‌ଇ ଫାର୍ମ(ଏକଘଣ୍ଟା) ପରୀକ୍ଷା ରହିଛି। ୯ରେ ବି.ଫାର୍ମ ପରୀକ୍ଷା ଥିବା ବେଳେ ୧୦ତାରିଖରେ ଏମ୍‌ସିଏ, ବି.କ୍ୟାଟ୍‌(ଫିଲ୍ମ ଏଡିଟିଙ୍ଗ-ଏକଘଣ୍ଟା), ଏମ୍‌.ଫାର୍ମ(ଏକଘଣ୍ଟା), ଏମ୍‌.ଆର୍କ, ଏମ୍‌.ପ୍ଲାନ ଏବଂ ଏମ୍‌.ଟେକ୍‌ ପାଇଁ ପ୍ରବେଶିକା ପରୀକ୍ଷା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?