Posted inଖେଳ

ଶୀର୍ଷରେ ଓଡ଼ିଶା ଜଗରନଟ୍ସ

ଭୁବନେଶ୍ୱର, ୩୦।୮ (କ୍ରୀଡ଼ା ପ୍ରତିନିଧି): ପୁଣେର ମହାଲୁଙ୍ଗେସ୍ଥିତ ଶ୍ରୀ ଶିବ ଛତ୍ରପତି ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଚାଲିଥିବା ଅଲ୍‌ଟିମେଟ୍‌ ଖୋ ଖୋ ଲିଗ୍‌ରେ ସୋମବାର ୨ଟି ମ୍ୟାଚ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଚେନ୍ନାଇ କୁଇକ୍‌ ଗନ୍ସ ୧୬ (୫୮-୪୨) ପଏଣ୍ଟରେ ମୁମ୍ବାଇ ଖିଲାଡିଜ୍‌କୁ ହରାଇ ୪ର୍ଥ ଦଳଭାବେ ପ୍ଲେ-ଅଫ୍‌ରେ ପ୍ରବେଶ କରିଛି। ଅନ୍ୟଏକ ମ୍ୟାଚରେ ତେଲଗୁ ଯୋଦ୍ଧାସ ୬୭ (୮୮-୨୧) ପଏଣ୍ଟରେ ଗୁଜରାଟ ଜାଏଣ୍ଟ୍ସକୁ ହରାଇ ଦେଇଛି। ଏଥିସହ ପ୍ରତିଯୋଗିତାର ପ୍ଲେ-ଅଫ୍‌ ଷ୍ଟାଣ୍ଡିଂ ଚୂଡ଼ାନ୍ତ ହୋଇଯାଇଛି। ଭୁବନେଶ୍ୱର ଭିତ୍ତିକ ଫ୍ରାଞ୍ଚାଇଜ୍‌ ଓଡ଼ିଶା ଜଗରନଟ୍ସ ୮ ମ୍ୟାଚରୁ ୭ ବିଜୟ ସହ ୨୧ ପଏଣ୍ଟ ପାଇ ଟେବୁଲର ଶୀର୍ଷରେ ରହିଛି। ଗୁଜରାଟ ଦଳ ୯ ମ୍ୟାଚରୁ ୨୦ ପଏଣ୍ଟ ସହିତ ଦ୍ୱିତୀୟ, ତେଲ୍‌ଗୁ ଯୋଦ୍ଧାସ ୯ ମ୍ୟାଚରୁ ୧୬ ଓ ଚେନ୍ନାଇ କୁଇକ୍‌ ଗନ୍ସ ୯ ମ୍ୟାଚରୁ ୧୫ ପଏଣ୍ଟ ପାଇ ଆଗକୁ ବଢ଼ିଛି। ମୁମ୍ବାଇ ଖିଲାଡିଜ୍‌ ୯ ମ୍ୟାଚରୁ ୯ ଓ ରାଜସ୍ଥାନ ଓ୍ବାରିୟର୍ସ ୮ ମ୍ୟାଚରୁ ୧ ପଏଣ୍ଟ ପାଇ ବିଦାୟ ନେଇଛି। ପ୍ରତିଯୋଗିତାରେ ଆଉ ୪ଟି ଗ୍ରୁପ୍‌ ମ୍ୟାଚ ବାକି ରହିଛି। ତେଣୁ ଓଡ଼ିଶା ଦଳ ଶୀର୍ଷ ୨ ଦଳ ମଧ୍ୟରେ ରହିବା ନିଶ୍ଚିତ ହୋଇଯାଇଛି। ଜଗରନଟ୍ସ ଏହାର ପରବର୍ତ୍ତୀ ୨ଟି ମ୍ୟାଚରେ ଯଥାକ୍ରମେ ମୁମ୍ବାଇ ଖିଲାଡିଜ୍‌ ଓ ତେଲଗୁ ଯୋଦ୍ଧାସକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

୨୦୨୬ରେ ଆସୁଛି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଖୁସିଖବର: ଟିମ ଇଣ୍ଡିଆରେ…

ନୂଆଦିଲ୍ଲୀ,୨୯।୧୨: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆର ପ୍ରଭାବଶାଳୀ ପ୍ରଦର୍ଶନ ଜାରି ରହିଛି। ସୂର୍ଯ୍ୟକୁମାର ଯାଦବ ଅଧିନାୟକତ୍ୱ ଗ୍ରହଣ କରିବା ପରଠାରୁ, ଭାରତୀୟ ଦଳ ଏହି ଫର୍ମାଟରେ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri