Posted inଖେଳ

ଶୀର୍ଷରେ ଓଡ଼ିଶା ଜଗରନଟ୍ସ

ଭୁବନେଶ୍ୱର, ୩୦।୮ (କ୍ରୀଡ଼ା ପ୍ରତିନିଧି): ପୁଣେର ମହାଲୁଙ୍ଗେସ୍ଥିତ ଶ୍ରୀ ଶିବ ଛତ୍ରପତି ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଚାଲିଥିବା ଅଲ୍‌ଟିମେଟ୍‌ ଖୋ ଖୋ ଲିଗ୍‌ରେ ସୋମବାର ୨ଟି ମ୍ୟାଚ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଚେନ୍ନାଇ କୁଇକ୍‌ ଗନ୍ସ ୧୬ (୫୮-୪୨) ପଏଣ୍ଟରେ ମୁମ୍ବାଇ ଖିଲାଡିଜ୍‌କୁ ହରାଇ ୪ର୍ଥ ଦଳଭାବେ ପ୍ଲେ-ଅଫ୍‌ରେ ପ୍ରବେଶ କରିଛି। ଅନ୍ୟଏକ ମ୍ୟାଚରେ ତେଲଗୁ ଯୋଦ୍ଧାସ ୬୭ (୮୮-୨୧) ପଏଣ୍ଟରେ ଗୁଜରାଟ ଜାଏଣ୍ଟ୍ସକୁ ହରାଇ ଦେଇଛି। ଏଥିସହ ପ୍ରତିଯୋଗିତାର ପ୍ଲେ-ଅଫ୍‌ ଷ୍ଟାଣ୍ଡିଂ ଚୂଡ଼ାନ୍ତ ହୋଇଯାଇଛି। ଭୁବନେଶ୍ୱର ଭିତ୍ତିକ ଫ୍ରାଞ୍ଚାଇଜ୍‌ ଓଡ଼ିଶା ଜଗରନଟ୍ସ ୮ ମ୍ୟାଚରୁ ୭ ବିଜୟ ସହ ୨୧ ପଏଣ୍ଟ ପାଇ ଟେବୁଲର ଶୀର୍ଷରେ ରହିଛି। ଗୁଜରାଟ ଦଳ ୯ ମ୍ୟାଚରୁ ୨୦ ପଏଣ୍ଟ ସହିତ ଦ୍ୱିତୀୟ, ତେଲ୍‌ଗୁ ଯୋଦ୍ଧାସ ୯ ମ୍ୟାଚରୁ ୧୬ ଓ ଚେନ୍ନାଇ କୁଇକ୍‌ ଗନ୍ସ ୯ ମ୍ୟାଚରୁ ୧୫ ପଏଣ୍ଟ ପାଇ ଆଗକୁ ବଢ଼ିଛି। ମୁମ୍ବାଇ ଖିଲାଡିଜ୍‌ ୯ ମ୍ୟାଚରୁ ୯ ଓ ରାଜସ୍ଥାନ ଓ୍ବାରିୟର୍ସ ୮ ମ୍ୟାଚରୁ ୧ ପଏଣ୍ଟ ପାଇ ବିଦାୟ ନେଇଛି। ପ୍ରତିଯୋଗିତାରେ ଆଉ ୪ଟି ଗ୍ରୁପ୍‌ ମ୍ୟାଚ ବାକି ରହିଛି। ତେଣୁ ଓଡ଼ିଶା ଦଳ ଶୀର୍ଷ ୨ ଦଳ ମଧ୍ୟରେ ରହିବା ନିଶ୍ଚିତ ହୋଇଯାଇଛି। ଜଗରନଟ୍ସ ଏହାର ପରବର୍ତ୍ତୀ ୨ଟି ମ୍ୟାଚରେ ଯଥାକ୍ରମେ ମୁମ୍ବାଇ ଖିଲାଡିଜ୍‌ ଓ ତେଲଗୁ ଯୋଦ୍ଧାସକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

ଘୁଞ୍ଚିଲା ଏସିଆନ ଗେମ୍ସ ରିଭ୍ୟୁ ବୈଠକ, କେବେ ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ନିକଟରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଦେଶର ପ୍ରଦର୍ଶନକୁ ରିଭ୍ୟୁ କରିବା ପାଇଁ ଜାତୀୟ କ୍ରୀଡ଼ା ଫେଡେରେଶନମାନଙ୍କ ସହ କ୍ରୀଡ଼ା ମନ୍ତ୍ରଣାଳୟର ଦିନିକିଆ ବୈଠକକୁ ଆସନ୍ତା…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?