ବଢ଼ୁଛି ଚର୍ଚ୍ଚା: ବିଶ୍ୱଭୂଷଣ ହେବେ ଭାଜପା ପ୍ରାର୍ଥୀ !

ଅସ୍ତରଙ୍ଗ,୫ା୪(ପ୍ରଦୀପ୍ତ କୁମାର ଦୀକ୍ଷିତ)- ପ୍ରଦେଶ କଂଗ୍ରେସ କମିଟି ଉପସଭାପତି ବିଶ୍ୱଭୂଷଣ ଦାସ ଦଳରୁ ଇସ୍ତଫା ଦେବା ପରେ ଶୁକ୍ରବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ସେ କାକଟପୁର ନିର୍ବାଚନମଣ୍ଡଳୀରୁ ୨୦୦୯ ଓ ୨୦୧୯ରେ କଂଗ୍ରେସରୁ ବିଧାୟକ ପ୍ରାର୍ଥୀ ଭାବେ ଲଢି ହାରିଯାଇଥିଲେ। କିନ୍ତୁ ଏଥର ରାଜନୈତିକ ସମୀକରଣ ଓଲଟପାଲଟ ହୋଇଯାଇଛି। ତେଣୁ ପ୍ରାର୍ଥୀ ଚୟନକୁ ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି। ଏଠାରୁ କଂଗ୍ରେସ କାହାକୁ ଟିକେଟ ଦେବ ସେ ନେଇ ଅଙ୍କକଷା ସରୁନି। ଅନ୍ୟପଟେ ଭାଜପା ତରଫରୁ ଅନେକ ଆଶାୟୀ ଥିବାବେଳେ ଦଳ କାହାକୁ ଟିକେଟ ଦେବ ତାହାକୁ ନେଇ ମଧ୍ୟ ଚର୍ଚ୍ଚା ଥମୁନି। ଗତ କିଛିବର୍ଷ ହେବ କାକଟପୁର ନିର୍ବାଚନମଣ୍ଡଳୀରେ ଭାଜପା ନେତା ବାଇଧର ମଲ୍ଲିକ ସଙ୍ଗଠନକୁ ସୁଦୃଢ଼ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛନ୍ତି। ଅନ୍ୟପଟେ ଭାଜପାରେ ନୂତନ ଭାବେ ସାମିଲ ହୋଇଥିବା ବିଶ୍ୱଭୂଷଣଙ୍କୁ ଦଳ ଟିକେଟ ଦେଇପାରେ ବୋଲି ଚର୍ଚ୍ଚା ହେଉଛି। ତେବେ ପୁରୁଣା ନା ନୂଆ, କାହାକୁ ଭାଜପା ଭରସିବ ତାହା ଉପରେ ଏବେ ସମସ୍ତଙ୍କ ନଜର। ଅନ୍ୟପଟେ ଯଦି ଟିକେଟ ଦେବାରେ ଭୁଲଭାଲ ହେଲା ତେବେ ଦଳୀୟ କର୍ମୀଙ୍କ ମଧ୍ୟରେ ଅସନ୍ତୋଷର ନିଆଁ କୁହୁଳିପାରେ ବୋଲି ସାଧାରଣରେ ଆଲୋଚନା ହେଉଛି। ଏଭଳି ସ୍ଥିତିରେ କାହାକୁ ଟିକେଟ ମିଳିବ ଓ କିଏ କଟିବେ ତାହାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri