ଥୁଆମୂଳ ରାମପୁର ଥାନା ଘେରାଉ କରି ପୋଲିସ ଉପରେ ପଥର ମାଡ଼ ଘଟଣା: ୧୨ ଜଣଙ୍କୁ ବାନ୍ଧିଲାଣି ପୋଲିସ

ଥୁଆମୂଳ ରାମପୁର,୮।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ଅଧିନରେ ଥିବା ଡୁମେରପଦର ଗ୍ରାମର ଲୋକମାନେ ଗତ ୪ତାରିଖରେ ମୋଟରସାଇକେଲ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଯୁବକଙ୍କ ପରିବାର ପାଇଁ କ୍ଷତିପୂରଣ ଦାବି କରିଥିଲେ। ଏଥିଲାଗି ସେମାନେ ଥୁଆମୂଳ ରାମପୁର ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ଓ ରାସ୍ତା ଅବରୋଧ କରିଥିଲେ। ପରେ ହଠାତ ଥାନା ଉପରେ ପଥର ମାଡ଼ ମଧ୍ୟ କରିଥିଲେ। ଏହି ଘଟଣାରେ ପ୍ରାୟ ୧୦୦ ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି। ଏଯାବତ ମୋଟ ୧୨ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଏହି ସଂଖ୍ୟା ବଢ଼ିପାରେ ବୋଲି ଥାନା ଅଧିକାରୀ କୈବଲ୍ୟ ସେଠ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି l

ସୂଚନାଯୋଗ୍ୟ, ଗତ ରବିବାର ଡୁମେରପଦର ଗ୍ରାମର ଫିରୋଜ ନାଏକ ଓ ଦୀପେନ୍ଦ୍ର ନାଏକ ଏକ ବାଇକ୍‌ରେ ଘରକୁ ଯାଉଥିବା ବେଳେ ଲାଠିଆଗୁଡ଼ା ଛକ ନିକଟରେ ଅନ୍ୟ ଏକ ବାଇକ ସହ ଧକ୍କା ହୋଇଥିଲା।ଏଥିରେ ଫିରୋଜ ଗୁରୁତର ହୋଇ ଚିକତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିବା ବେଳେ ଦୀପେନ୍ଦ୍ର ଗୁରୁତର ହୋଇ ବୁର୍ଲା ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ମୃତ ଓ ଆହତଙ୍କ ପରିବାର ଲୋକେ କ୍ଷତିପୂରଣ ଦାବିନେଇ ଥାନା ଘେରାଉ ସହ ରାସ୍ତା ଅବରୋଧ କରିଥିଲେ। ପରେ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ସ୍ଥାନୀୟ ଅତିରିକ୍ତ ମାଜିଷ୍ଟେଟ (ତହସିଲଦାର) ନିରୋଜ କୁମାର ଭତ୍ରା ଓ ବିଡ଼ିଓ ଧ୍ରୁବ ଚରଣ ମୁଦୁଲି ଥାନାରେ ପହଞ୍ଚି ପରିବାର ଲୋକଙ୍କୁ ବୁଝାଶୁଝା କରିବା ପରେ ମଧ୍ୟ ସମାଧାନ ହୋଇ ନ ଥିଲା। ପରେ ଘଟଣା ଉଗ୍ରରୂପ ନେଇଥିଲା। ଆନ୍ଦୋଳନକାରୀ ଉତ୍ତ୍ୟକ୍ତ ହୋଇ ଥାନା ଉପରକୁ ପଥର ମାଡ଼ କରିଥିଲେ। ଏଥିରେ ଥାନା ଝରକା କାଚ ଭାଙ୍ଗିଯିବା ସହ ଜଣେ ଏସ୍‌ଆଇ, ଜଣେ କନଷ୍ଟେବଳ ଏବଂ କିଛି ଆଇଆର୍‌ବି ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri