ଭଞ୍ଜନଗରରେ କାଳୀ ପୂଜା: ସାଂସ୍କୃତିକ କାର୍ଯ୍ୟକ୍ରମ ଜମିଲା; ଆଧ୍ୟାତ୍ମିକ ନାଟକ ସହ ଖାଦ୍ୟ ଷ୍ଟଲରେ…

ଭଞ୍ଜନଗର,୨୩।୧୦(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ହାର୍ଟ ନଗର ଏବଂ ଜଳସମ୍ପଦ ବିଭାଗ ପକ୍ଷରୁ ଡହରେ କାଳୀ ପୂଜା ଧୁମ୍‌ଧାମରେ ଚାଲିଛି। ଦୁଇଦିନ ହେବ ଉଭୟ ପୂଜା ମଣ୍ଡପ ସମ୍ମୁଖରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେଉଛି। ଗୁରୁବାର ପୁଣି ବଡ଼ ଧରଣର ସାଂସ୍କୃତିକ କାର୍ଯ୍ୟକ୍ରମ ରହିଛି। ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବା ପାଇଁ ହଜାର ହଜାର ଲୋକଙ୍କ ଭିଡ଼ ଜମୁଛି। ଏଥିସହ ହାର୍ଟ ନଗରରେ ବିଭିନ୍ନ ପ୍ରକାର ପାରମ୍ପରିକ ଖାଦ୍ୟ ଷ୍ଟଲ ଖୋଲିଛି। ସେଗୁଡ଼ିକରେ ଭିଡ଼ ଜମୁଛି। ହାର୍ଟନଗରରେ ବୁଧବାର ସଂନ୍ଧ୍ୟାରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମରେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ସୋରଡା ବିଧାୟକ ନୀଳମଣି ବିଷୋୟୀ, ଘୁମୁସର ନର୍ଥ ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି, ଘୁମୁସର ସାଉଥ ଡିଏଫ୍‌ଓ ବିପାସା ପାରୁଲ, ଏନ୍‌ଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ବନ ବିଭାଗର ଅବସରପ୍ରାପ୍ତ ଏବଂ ବର୍ତ୍ତମାନର କର୍ମଚାରୀମାନଙ୍କୁ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା । ସେହିଭଳି ଡହରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସୋରଡ଼ା ବିଧାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ସେଠାରେ ପାରମ୍ପରିକ ଆଧ୍ୟାତ୍ମିକ ନାଟକ ପରିବେଷଣ ହୋଇଥିଲା। ଭଞ୍ଜନଗର ଜଳସେଚନ ବିଭାଜନ ଅଧିକ୍ଷଣ ଯନ୍ତ୍ରୀ ସଞ୍ଜୟ ପ୍ରଧାନ,ଡହ ସହକାରୀ ନିର୍ବାହୀ ଯନ୍ତ୍ରୀ ପଞ୍ଚୁ ବେହେରା, ଭଞ୍ଜନଗର ନିର୍ବାହୀ ଯନ୍ତ୍ରୀ ସନ୍ତୋଷ ପାତ୍ର ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri