Budget 2026: ବଡ ଘୋଷଣା କରିଦେଲେ ଅର୍ଥମନ୍ତ୍ରୀ, ଓଡ଼ିଶାରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୧।୨: ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ ଉପରେ ନିର୍ଭରଶୀଳତା କମାଇବା ପାଇଁ ଓଡ଼ିଶା, କେରଳ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁରେ ସ୍ୱତନ୍ତ୍ର ‘ରେୟାର ଆର୍ଥ କରିଡର’ ପ୍ରତିଷ୍ଠା କରାଯିବ। ୨୦୨୫ ନଭେମ୍ବରରେ ଆରମ୍ଭ ହୋଇଥିବା ‘ରେୟାର ଆର୍ଥ ପରମାନେଣ୍ଟ ମ୍ୟାଗ୍ନେଟ୍’ ଯୋଜନାକୁ ଏହି ନୂତନ ପଦକ୍ଷେପ ଆହୁରି ସୁଦୃଢ଼ କରିବ।

ଓଡ଼ିଶା ସମେତ ଏହି ୪ ରାଜ୍ୟ କାହିଁକି ଗୁରୁତ୍ୱପୂର୍ଣ୍ଣ?
ପ୍ରାକୃତିକ ସମ୍ପଦ: ଏହି ଉପକୂଳବର୍ତ୍ତୀ ରାଜ୍ୟଗୁଡ଼ିକର ସମୁଦ୍ର ବାଲିରେ ପ୍ରଚୁର ପରିମାଣରେ ‘ମୋନାଜାଇଟ୍’ ଭଳି ବିରଳ ଖଣିଜ ଦ୍ରବ୍ୟ ରହିଛି।

ଭିତ୍ତିଭୂମି ଓ ବନ୍ଦର: ଏହି ରାଜ୍ୟଗୁଡ଼ିକରେ ପୂର୍ବରୁ ଖଣି ଭିତ୍ତିଭୂମି ରହିବା ସହ ବନ୍ଦରଗୁଡ଼ିକ ନିକଟରେ ଥିବାରୁ ଏଠାରୁ ବିରଳ ଖଣିଜର ପ୍ରକ୍ରିୟାକରଣ ଏବଂ ରପ୍ତାନି ସହଜ ହେବ।

ଆତ୍ମନିର୍ଭରଶୀଳତା: ବିଶେଷ କରି ଇଲେକ୍ଟ୍ରୋନିକ୍ସ, ପ୍ରତିରକ୍ଷା ଏବଂ ସ୍ୱଚ୍ଛ ଶକ୍ତି କ୍ଷେତ୍ରରେ ବ୍ୟବହୃତ ହେଉଥିବା ଉପକରଣ ପାଇଁ ଆମକୁ ଅନ୍ୟ ଦେଶ ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ।

ଏହି ପଦକ୍ଷେପ ଦ୍ୱାରା ଓଡ଼ିଶା ଭଳି ଖଣିଜ ସମୃଦ୍ଧ ରାଜ୍ୟରେ ନୂତନ ଶିଳ୍ପ ପ୍ରତିଷ୍ଠା ହେବା ସହ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ଟ୍ୟାକ୍ସ ଫାଙ୍କିଲେ କି ନ ଦେଲେ ହେବନି ଜେଲ୍‌…ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୨: ଯଦି ଆପଣ ମଧ୍ୟ କଠୋର ଆୟକର ନିୟମ ଏବଂ ଯାଞ୍ଚ ପ୍ରକ୍ରିୟାକୁ ଭୟ କରୁଥିଲେ, ତେବେ 2026-27 ଆର୍ଥିକ ବର୍ଷର ବଜେଟ ଏକ ବଡ଼ ଆଶ୍ୱସ୍ତି…

Union Budget 2026-27: ଆୟକର ଦାତାଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୨।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ସଂସଦରେ ତାଙ୍କର ନବମ ବଜେଟ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷ 2026-27 ପାଇଁ ବଜେଟ ଦେଶର ସଂସଦୀୟ ଇତିହାସରେ ଏକ…

Budget 2026: ୧୭.୨ ଲକ୍ଷ କୋଟି ଋଣ କରିବେ ସରକାର, ବିତିୟ ନିଅଣ୍ଟ ୪.୩% ରଖିବାକୁ ଲକ୍ଷ୍ୟ

ନୂଆଦିଲ୍ଲୀ,୧।୨: ରବିବାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ସରକାର ଆଗାମୀ ଆର୍ଥିକ ବର୍ଷ ପାଇଁ ରାଜକୋଷୀୟ ନିଅଣ୍ଟକୁ ଜିଡିପି…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ…

ଫେବୃଆରୀ ୬ରୁ ରାମଚଣ୍ଡୀ ମହୋତ୍ସବ: ଦର୍ଶକଙ୍କ ମନମୋହିବ…

ଗଞ୍ଜାମ,୧।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ନୀଳାଦ୍ରିପୁରସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଫେବୃଆରୀ ୬, ୭ ଓ ୮ ତାରିଖ ୩ଦିନ ଧରି…

Budget 2026: ଏସବୁ ଚାଷକୁ ପ୍ରୋତ୍ସାହନ ଘୋଷଣା; ଭାରତୀୟ ବ୍ରାଣ୍ଡକୁ ବିଶ୍ୱସ୍ତରୀୟ କରିବା ଯୋଜନା

ନୂଆଦିଲ୍ଲୀ,୧।୨: ବଜେଟ୍ ୨୦୨୬ରେ ଚାଷୀମାନଙ୍କ ପାଇଁ ବଡ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଉଚ୍ଚ ମୂଲ୍ୟର କୃଷିଜାତ ଦ୍ରବ୍ୟ ଯଥା କାଜୁ, କୋକୋ ଏବଂ ଚନ୍ଦନ…

ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶରେ ହେବ ଆଉ ୩ ନୂଆ AIIMS

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଆଜି ତାଙ୍କର ଲଗାତର ନବମ ବଜେଟ୍‌ ଉପସ୍ଥାପନ କରୁଛନ୍ତି। ଏହି ବଜେଟ୍‌ରେ ଆତ୍ମନିର୍ଭରଶୀଳ ଭାରତ ପାଇଁ ୨୦୦୦ କୋଟିର ଘୋଷଣା…

Budget 2026: ପ୍ରତି ଜିଲାରେ ଖୋଲିବ ଛାତ୍ରୀନିବାସ; ମେଧାବୀ ଛାତ୍ରୀଙ୍କ ପାଇଁ ବଡ ଘୋଷଣା

ନୂଆଦିଲ୍ଲୀ,୧।୨: ଉଚ୍ଚଶିକ୍ଷା କ୍ଷେତ୍ରରେ ଛାତ୍ରୀମାନଙ୍କ ଅଂଶଗ୍ରହଣ ବୃଦ୍ଧି କରିବା ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏକ ବଡ଼ ଘୋଷଣା କରିଛନ୍ତି। ବିଶେଷ କରି STEM (ବିଜ୍ଞାନ, ବୈଷୟିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri