Budget 2026: ବଡ ଘୋଷଣା କରିଦେଲେ ଅର୍ଥମନ୍ତ୍ରୀ, ଓଡ଼ିଶାରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୧।୨: ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ ଉପରେ ନିର୍ଭରଶୀଳତା କମାଇବା ପାଇଁ ଓଡ଼ିଶା, କେରଳ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁରେ ସ୍ୱତନ୍ତ୍ର ‘ରେୟାର ଆର୍ଥ କରିଡର’ ପ୍ରତିଷ୍ଠା କରାଯିବ। ୨୦୨୫ ନଭେମ୍ବରରେ ଆରମ୍ଭ ହୋଇଥିବା ‘ରେୟାର ଆର୍ଥ ପରମାନେଣ୍ଟ ମ୍ୟାଗ୍ନେଟ୍’ ଯୋଜନାକୁ ଏହି ନୂତନ ପଦକ୍ଷେପ ଆହୁରି ସୁଦୃଢ଼ କରିବ।

ଓଡ଼ିଶା ସମେତ ଏହି ୪ ରାଜ୍ୟ କାହିଁକି ଗୁରୁତ୍ୱପୂର୍ଣ୍ଣ?
ପ୍ରାକୃତିକ ସମ୍ପଦ: ଏହି ଉପକୂଳବର୍ତ୍ତୀ ରାଜ୍ୟଗୁଡ଼ିକର ସମୁଦ୍ର ବାଲିରେ ପ୍ରଚୁର ପରିମାଣରେ ‘ମୋନାଜାଇଟ୍’ ଭଳି ବିରଳ ଖଣିଜ ଦ୍ରବ୍ୟ ରହିଛି।

ଭିତ୍ତିଭୂମି ଓ ବନ୍ଦର: ଏହି ରାଜ୍ୟଗୁଡ଼ିକରେ ପୂର୍ବରୁ ଖଣି ଭିତ୍ତିଭୂମି ରହିବା ସହ ବନ୍ଦରଗୁଡ଼ିକ ନିକଟରେ ଥିବାରୁ ଏଠାରୁ ବିରଳ ଖଣିଜର ପ୍ରକ୍ରିୟାକରଣ ଏବଂ ରପ୍ତାନି ସହଜ ହେବ।

ଆତ୍ମନିର୍ଭରଶୀଳତା: ବିଶେଷ କରି ଇଲେକ୍ଟ୍ରୋନିକ୍ସ, ପ୍ରତିରକ୍ଷା ଏବଂ ସ୍ୱଚ୍ଛ ଶକ୍ତି କ୍ଷେତ୍ରରେ ବ୍ୟବହୃତ ହେଉଥିବା ଉପକରଣ ପାଇଁ ଆମକୁ ଅନ୍ୟ ଦେଶ ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ।

ଏହି ପଦକ୍ଷେପ ଦ୍ୱାରା ଓଡ଼ିଶା ଭଳି ଖଣିଜ ସମୃଦ୍ଧ ରାଜ୍ୟରେ ନୂତନ ଶିଳ୍ପ ପ୍ରତିଷ୍ଠା ହେବା ସହ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri