ପୂର୍ବ ଶତ୍ରୁତାରୁ ଜଣଙ୍କୁ ପିଟିପିଟି ମାରିଦେଲେ, ଗାଁ ଦାଣ୍ଡରେ ପଡ଼ିଛି ମୃତଦେହ

ଖୋର୍ଦ୍ଧା/ବେଗୁନିଆ,୧୦।୩(ପ୍ରଭାତ ପାଣିଗ୍ରାହୀ/ହର ପ୍ରସନ୍ନ ପଣ୍ଡା) : ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ବେଗୁନିଆ ଥାନା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏହି ଥାନା ଅନ୍ତର୍ଗତ ମାଣିବନ୍ଧ ପଞ୍ଚାୟତ ବଡନୂଆପଲ୍ଲୀ ଗାଁରେ ଘଟିଛି ହତ୍ୟାକାଣ୍ଡ। ମୃତ ବ୍ୟକ୍ତି ହେଲେ ଆଦିବାସୀ ସାହିର ଶିବ ନାୟକ(୫୨)। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ବେଗୁନିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବିଭିନ୍ନ ଦିଗକୁ ଆଧାର କରି ତଦନ୍ତ ଚଳାଇଛି।

ମୃତକଙ୍କ ପତ୍ନୀ ଅଭିଯୋଗ ପ୍ରକାରେ ଏହି ଗ୍ରାମର କିଛି ଲୋକଙ୍କ ସହ ତାଙ୍କ ସ୍ବାମୀ ଶିବଙ୍କ ପୂର୍ବରୁ ଗଣ୍ଡଗୋଳ ହୋଇଥିଲା। ଗତକାଲି ବ୍ୟବସାୟରୁ ଫେରିବା ବେଳେ ଗାଁ ଦାଣ୍ଡରେ ତାଙ୍କୁ ୪ରୁ ୫ ଜଣ ମିଳିତ ଭାବେ ଆକ୍ରମଣ କରି ହତ୍ୟା କରିଛନ୍ତି। ଖବରପାଇ ଖୋର୍ଦ୍ଧା ଏସ୍‌ପି ବି.ଯୁଗଳ କିଶୋର କୁମାର, ଏସ୍‌ଡିପିଓ ଦିଲ୍ଲୀପ କୁମାର ଦାସ ଏକ ପ୍ଲାଟୁନ୍‌ ପୋଲିସ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି। ଏଇ ଘଟଣାରେ ସମ୍ପୃକ୍ତ ଜଣେ ଅଭିଯୁକ୍ତକୁ ଅଟକ ରଖି ପଚରାଉଚରା କରାଯାଉଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

ସରକାର ଠିକାରେ ଚାଲିଛି

ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ…

ସିଇଓ ଅପେକ୍ଷାରେ

ନୀତି ଆୟୋଗ ସିଇଓ ଭାବେ ବିଭିଆର୍‌ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri