Posted inଖେଳ

ଜାଭେଲିନ୍‌ ଥ୍ରୋ ଫାଇନାଲରେ ଓଡ଼ିଶାର କିଶୋର

ଭୁବନେଶ୍ୱର, ୨୬।୮ (ତପନ ସ୍ବାଇଁ): ବୁଦାପେଷ୍ଟରେ ଚାଲିଥିବା ବିଶ୍ୱ ଆଥ୍‌ଲେଟିକ୍ସ ଚାମ୍ପିୟନଶିପର୍‌ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର କିଶୋର ଜେନା। ଶୁକ୍ରବାର ଅନୁଷ୍ଠିତ ଗ୍ରୁପ୍‌ ‘ବି’ କ୍ୱାଲିଫିକେଶନ ରାଉଣ୍ଡରେ ସେ ୮୦.୫୫ ମିଟର ଥ୍ରୋ କରି ଏହି ଗୌରବ ପାଇଛନ୍ତି। କ୍ୟାରିୟରରେ ପ୍ରଥମଥରପାଇଁ ବିଶ୍ୱ ଚାମ୍ପିୟନଶିପ୍‌ରେ ଭାଗନେଇଥିବା କିଶୋର ଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରି ରାଜ୍ୟକୁ ଗର୍ବିତ କରିଛନ୍ତି। ଏହି ସଫଳତା ପାଇଁ କିଶୋରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି।
୧୯୯୫ ସେପ୍ଟେମ୍ବର ୬ରେ କିଶୋର ଜେନାଙ୍କ ଜନ୍ମ। ତାଙ୍କ ମା’ ହେଉଛନ୍ତି ହରପ୍ରୀୟା ଜେନା ଓ ବାପା କେଶବ ଜେନା। ଘର ପୁରୀ ବ୍ରହ୍ମଗିରିସ୍ଥିତ କୋଠସାହି ଗ୍ରାମରେ। ଭୁବନେଶ୍ୱର କ୍ରୀଡ଼ା ଛାତ୍ରାବାସରୁ ପ୍ରଶିକ୍ଷଣ ନେଇ ଆଗକୁ ବଢ଼ିଥିବା ଏହି ଆଥଲେଟ୍‌ ପ୍ରତିଭାଙ୍କ ଜାଭେଲିନ୍‌ ଥ୍ରୋରେ ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ ହେଉଛି ୮୪.୩୮ ମିଟର। ଏହାକୁ ସେ ୨୦୨୩ ଜୁଲାଇ ୨୯ରେ କଲମ୍ବୋରେ ଅନୁଷ୍ଠିତ ଶ୍ରୀଲଙ୍କା ନ୍ୟାଶନାଲ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ହାସଲ କରିଥିଲେ। ୨୦୧୭ରୁ ରାଜ୍ୟ ସ୍ତରରେ ଜାଭେଲିନ୍‌ ଥ୍ରୋରେ ଚମକ ଦେଖାଇଥିବା କିଶୋର ୨୦୨୧ରୁ ଜାତୀୟ ସ୍ତରରେ ନିଜ ପ୍ରଦର୍ଶନର ଛାପ ଛାଡ଼ିବାରେ ଲାଗିଛନ୍ତି। ଚଳିତ ବର୍ଷ ତାଙ୍କ ପ୍ରଦର୍ଶନ ଶୀର୍ଷରେ ରହିଛି। ୨୦୨୩ ମାର୍ଚ୍ଚ ୧ରେ କର୍ନାଟକରେ ଅନୁଷ୍ଠିତ ଇଣ୍ଡିଆନ ଓପନ ଥ୍ରୋ ପ୍ରତିଯୋଗିତାରେ ସେ ୭୮.୯୩ ମିଟର ସହ ସ୍ବର୍ଣ୍ଣ ପଦକ ପାଇଥିଲେ। ମାର୍ଚ୍ଚ ୨୦ରେ କେରଳରେ ଅନୁଷ୍ଠିତ ଇଣ୍ଡିଆନ ଗ୍ରାଁ ପ୍ରି-୧ରେ ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ ୮୧.୦୧ ମିଟର ସହ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ସେହିପରି ଜୁନ୍‌ରେ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଜାତୀୟ ଆନ୍ତଃରାଜ୍ୟ ଆଥଲେଟିକ୍ସ ମିଟ୍‌ରେ ସେ ୮୨.୮୭ ମିଟର ଥ୍ରୋ ସହିତ ରୌପ୍ୟ ପଦକ ପାଇଥିଲେ। ଅନ୍ତର୍ଜାତୀୟ ସ୍ତରରେ ଶ୍ରୀଲଙ୍କା ପ୍ରତିଯୋଗିତା ବ୍ୟତୀତ ସେ ବିରୁଟ୍‌ରେ ଆୟୋଜିତ ଲେବାନନ ନ୍ୟାଶନାଲ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ୭୮.୯୬ ମିଟର ସହ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଓଡ଼ିଶାର ପ୍ରଥମ ଆଥଲେଟ୍‌ଭାବେ ସେ ଥ୍ରୋ ଇଭେଣ୍ଟରେ ବିଶ୍ୱ ଚାମ୍ପିୟନଶିପ୍‌ ଏବଂ ଏସିଆନ ଗେମ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

ମାଛ ଜାଲରେ ଫସିଲା ବିରାଟକାୟ ଅଜଗର

ବୀରମହାରାଜପୁର, ୧୦/୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅନ୍ତର୍ଗତ ସଦେଇପୁର ଗାଁ ନିକଟସ୍ଥ ଏକ ପୋଖରୀରେ ମାଛ ଧରିବା ପାଇଁ…

ରାଜ୍ୟ ପାଇଁ ଖୁସି ଖବର: ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୮ ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ…

ଚାଷୀମାରଣ ନୀତିକୁ ବିରୋଧ, ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼…

ବିଜେଡି ସୁପ୍ରିମୋଙ୍କୁ ଭେଟିଲେ ରାଜେଶ ମହାରଣା, ତାଙ୍କ ସମର୍ଥକ

ଛତ୍ରପୁର, ୧୦।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀର ଯୁବ ନେତା ରାଜେଶ ମହାରଣା ଓ ତାଙ୍କ ସମର୍ଥକମାନେ ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri