ଓଡ଼ିଶାରେ ଗଭର୍ନାନ୍ସର ଅଭାବ ରହିଛି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୭ା୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗର ତଥ୍ୟାନୁସାରେ ଓଡ଼ିଶାର ଗର୍ଭବତୀ ମାଆ, ନବଜାତ ଶିଶୁ, କିଶୋର କିଶୋରୀଙ୍କ ଅବସ୍ଥା ଚିନ୍ତାଜନକ । ଓଡ଼ିଶାରେ ଗଭର୍ନାନ୍ସର ଅଭାବ କାରଣରୁ ଏହି ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି ବୋଲିି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
ଦୈନିକ ଖବରକାଗଜରେ ପ୍ରକାଶିତ ‘ଓଡ଼ିଶା ମୁଣ୍ଡରେ ଅପପୁଷ୍ଟିର କଳଙ୍କ’ ଆଲେଖ୍ୟ ଆଧାରରେ ଧର୍ମେନ୍ଦ୍ର କହିଛନ୍ତି, ରାଜ୍ୟରେ ଅପପୁଷ୍ଟି, ଶିଶୁ ମୃତ୍ୟୁ ହାର, ମହିଳାମାନଙ୍କ ରକ୍ତହୀନତା ସମସ୍ୟା ଏକ ପ୍ରମୁଖ ପ୍ରସଙ୍ଗ । ବୟସ ଓ ଉଚ୍ଚତା ଅନୁସାରେ ନବଜାତ ଶିଶୁଙ୍କ ଶାରୀରିକ ଓ ମାନସିକ ବିକାଶ ହେଉନାହିଁ । ଜନଜାତି ପିଲା ଓ କିଶୋର କିଶୋରୀଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ନାହିଁ । ଏହା କେବଳ ବିରୋଧୀ ଦଳର ଅଭିଯୋଗ ନୁହେଁ, ବରଂ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ସର୍ଭେର ରିପୋର୍ଟ କହୁଛି । ଆଜି ଜନ୍ମ ନେଉଥିବା ଶିଶୁଙ୍କୁ ନେଇ ଦେଶ ଅମୃତ ମହୋତ୍ସବ ପାଳନ କରିବ । ପ୍ରାୟ ୧୩ ବର୍ଷ ପରେ ୨୦୩୬ରେ ଓଡ଼ିଶା ଭାଷାଭିତ୍ତିକ ରାଜ୍ୟ ଭାବେ ସ୍ବତନ୍ତ୍ର ପ୍ରଦେଶ ଗଠନର ଶତବାର୍ଷିକୀ ପାଳନ କରିବ । ଅର୍ଥାତ୍‌ ଆଜିର ୧୦ ବର୍ଷର ପିଲା ସେ ସମୟରେ ୨୩ ବର୍ଷର ଯୁବକ ହେବ । ସେହି ପିଲାର ଦୃଢ଼ ଇଚ୍ଛାଶକ୍ତି ବଳରେ ଓଡ଼ିଶା ପରିବର୍ତ୍ତନର ବଡ଼ ଭରସା ହେବ। ମାତ୍ର ବର୍ତ୍ତମାନରୁ ସେମାନଙ୍କର ସ୍ବାସ୍ଥ୍ୟ ଓ ଶରୀରର ଯତ୍ନନେବାକୁ ହେବ । ହେଲେ ମୁଖ୍ୟମନ୍ତ୍ରୀଙ୍କୁ ଦୀର୍ଘ ବର୍ଷ ଧରି ଅନୁରୋଧ କରାଯିବା ପରେ ମଧ୍ୟ ସେ ଏ ଦିଗ ପ୍ରତି ଧ୍ୟାନ ନ ଦେବା ଦୁଃଖର ବିଷୟ । ଓଡ଼ିଶାରେ ଗଭର୍ନାନ୍ସର ଅଭାବ ରହିଛି । ମୋତେ କାଉଣ୍ଟର କରିବା ପାଇଁ ମୁଖ୍ୟମନ୍ତ୍ରୀ ଯେତେ ଗାଳିମନ୍ଦ କଲେ ଚଳିବ, କିନ୍ତୁ ଶିଶୁଙ୍କ ସ୍ବାସ୍ଥ୍ୟାବସ୍ଥାକୁ ଧ୍ୟାନ ଦିଆଯାଉ । ଗଭର୍ନାନ୍ସ ଅଭାବକୁ ସେ ପୂରଣ କରନ୍ତୁ । ଡବଲ ଇଞ୍ଜିନ ସରକାର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ହୋଇପାରିବ ନାହିଁ । ଏଠି ଫାଳେ ଇଞ୍ଜିନ ଅଛି । ଶ୍ରୀଜଗନ୍ନାଥଙ୍କ ଭୂମିରେ ଇଞ୍ଜିନ କାହାକୁ ଦିଆଯିବ ତାହା ମହାପ୍ରଭୁ ନିଷ୍ପତ୍ତିି ନେବେ । ହରିୟାଣାରେ ଡବଲ ଇଞ୍ଜିନ ସରକାର ପରେ ସେଠାରେ ବାଳିକାଙ୍କ ଜନ୍ମ ସଂଖ୍ୟା ବୃଦ୍ଧି ପାଇଛି । ଶିଶୁଙ୍କ ସ୍ବାସ୍ଥ୍ୟାବସ୍ଥା ମୂଳ ପ୍ରସଙ୍ଗ ଏବଂ ତଥ୍ୟ ଆଧାରରେ ଏହାର ବିତର୍କ ହେବା ଜରୁରୀ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri