ଓଡ଼ିଶାରେ ଗଭର୍ନାନ୍ସର ଅଭାବ ରହିଛି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୭ା୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗର ତଥ୍ୟାନୁସାରେ ଓଡ଼ିଶାର ଗର୍ଭବତୀ ମାଆ, ନବଜାତ ଶିଶୁ, କିଶୋର କିଶୋରୀଙ୍କ ଅବସ୍ଥା ଚିନ୍ତାଜନକ । ଓଡ଼ିଶାରେ ଗଭର୍ନାନ୍ସର ଅଭାବ କାରଣରୁ ଏହି ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି ବୋଲିି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
ଦୈନିକ ଖବରକାଗଜରେ ପ୍ରକାଶିତ ‘ଓଡ଼ିଶା ମୁଣ୍ଡରେ ଅପପୁଷ୍ଟିର କଳଙ୍କ’ ଆଲେଖ୍ୟ ଆଧାରରେ ଧର୍ମେନ୍ଦ୍ର କହିଛନ୍ତି, ରାଜ୍ୟରେ ଅପପୁଷ୍ଟି, ଶିଶୁ ମୃତ୍ୟୁ ହାର, ମହିଳାମାନଙ୍କ ରକ୍ତହୀନତା ସମସ୍ୟା ଏକ ପ୍ରମୁଖ ପ୍ରସଙ୍ଗ । ବୟସ ଓ ଉଚ୍ଚତା ଅନୁସାରେ ନବଜାତ ଶିଶୁଙ୍କ ଶାରୀରିକ ଓ ମାନସିକ ବିକାଶ ହେଉନାହିଁ । ଜନଜାତି ପିଲା ଓ କିଶୋର କିଶୋରୀଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ନାହିଁ । ଏହା କେବଳ ବିରୋଧୀ ଦଳର ଅଭିଯୋଗ ନୁହେଁ, ବରଂ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ସର୍ଭେର ରିପୋର୍ଟ କହୁଛି । ଆଜି ଜନ୍ମ ନେଉଥିବା ଶିଶୁଙ୍କୁ ନେଇ ଦେଶ ଅମୃତ ମହୋତ୍ସବ ପାଳନ କରିବ । ପ୍ରାୟ ୧୩ ବର୍ଷ ପରେ ୨୦୩୬ରେ ଓଡ଼ିଶା ଭାଷାଭିତ୍ତିକ ରାଜ୍ୟ ଭାବେ ସ୍ବତନ୍ତ୍ର ପ୍ରଦେଶ ଗଠନର ଶତବାର୍ଷିକୀ ପାଳନ କରିବ । ଅର୍ଥାତ୍‌ ଆଜିର ୧୦ ବର୍ଷର ପିଲା ସେ ସମୟରେ ୨୩ ବର୍ଷର ଯୁବକ ହେବ । ସେହି ପିଲାର ଦୃଢ଼ ଇଚ୍ଛାଶକ୍ତି ବଳରେ ଓଡ଼ିଶା ପରିବର୍ତ୍ତନର ବଡ଼ ଭରସା ହେବ। ମାତ୍ର ବର୍ତ୍ତମାନରୁ ସେମାନଙ୍କର ସ୍ବାସ୍ଥ୍ୟ ଓ ଶରୀରର ଯତ୍ନନେବାକୁ ହେବ । ହେଲେ ମୁଖ୍ୟମନ୍ତ୍ରୀଙ୍କୁ ଦୀର୍ଘ ବର୍ଷ ଧରି ଅନୁରୋଧ କରାଯିବା ପରେ ମଧ୍ୟ ସେ ଏ ଦିଗ ପ୍ରତି ଧ୍ୟାନ ନ ଦେବା ଦୁଃଖର ବିଷୟ । ଓଡ଼ିଶାରେ ଗଭର୍ନାନ୍ସର ଅଭାବ ରହିଛି । ମୋତେ କାଉଣ୍ଟର କରିବା ପାଇଁ ମୁଖ୍ୟମନ୍ତ୍ରୀ ଯେତେ ଗାଳିମନ୍ଦ କଲେ ଚଳିବ, କିନ୍ତୁ ଶିଶୁଙ୍କ ସ୍ବାସ୍ଥ୍ୟାବସ୍ଥାକୁ ଧ୍ୟାନ ଦିଆଯାଉ । ଗଭର୍ନାନ୍ସ ଅଭାବକୁ ସେ ପୂରଣ କରନ୍ତୁ । ଡବଲ ଇଞ୍ଜିନ ସରକାର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ହୋଇପାରିବ ନାହିଁ । ଏଠି ଫାଳେ ଇଞ୍ଜିନ ଅଛି । ଶ୍ରୀଜଗନ୍ନାଥଙ୍କ ଭୂମିରେ ଇଞ୍ଜିନ କାହାକୁ ଦିଆଯିବ ତାହା ମହାପ୍ରଭୁ ନିଷ୍ପତ୍ତିି ନେବେ । ହରିୟାଣାରେ ଡବଲ ଇଞ୍ଜିନ ସରକାର ପରେ ସେଠାରେ ବାଳିକାଙ୍କ ଜନ୍ମ ସଂଖ୍ୟା ବୃଦ୍ଧି ପାଇଛି । ଶିଶୁଙ୍କ ସ୍ବାସ୍ଥ୍ୟାବସ୍ଥା ମୂଳ ପ୍ରସଙ୍ଗ ଏବଂ ତଥ୍ୟ ଆଧାରରେ ଏହାର ବିତର୍କ ହେବା ଜରୁରୀ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri