ସରକାରୀ ପ୍ରତିଷ୍ଠାନରେ ଭିଡିଓ, ଫଟୋ, ରିଲ୍ସକରି ଛାଡ଼ିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୪।୧(ସୁନିତ୍‌ ମିଶ୍ର): ସାମାଜିକ ଗଣମାଧ୍ୟମରେ ଲୋକସେବା ଭବନ, ରାଜୀବ ଭବନ ଏବଂ ଖାରବେଳ ଭବନରେ ରିଲ୍ସ, ଭିଡିଓ ଉତ୍ତୋଳନ ଉପରେ ସରକାର କଟକଣା ଲଗାଇଛନ୍ତି। ଏନେଇ ଗୃହ ବିଭାଗ ପକ୍ଷରୁ ଶନିବାର ବିଧିବଦ୍ଧ ନୋଟିସ ଜାରି କରାଯାଇଛି। ଉକ୍ତ ନୋଟିସରେ ଉଲ୍ଲେଖ କରାଯାଇଛି, ନିକଟରେ ନଜରକୁ ଆସିଛି କେତେଜଣ କର୍ମଚାରୀ ଏବଂ ଅନ୍ୟ ବ୍ୟକ୍ତିବିଶେଷ ସାମାଜିକ ଗଣମାଧ୍ୟମରେ ଲୋକସେବା ଭବନ ଭିତରେ ଭିଡିଓ ଓ ରିଲ୍ସ ପ୍ରସ୍ତୁତକରି ଛାଡ଼ିଛନ୍ତି। ଲୋକସେବା ଭବନ, ରାଜୀବ ଭବନ ଏବଂ ଖାରବେଳ ଭବନ କଡ଼ା ସୁରକ୍ଷା ଏବଂ ସମ୍ୱେଦନଶୀଳ ସରକାରୀ ସଂସ୍ଥା। ଏହିସବୁ ସ୍ଥାନରେ ଭିଡିଓ ବା ରିଲ୍ସ କରିବା ଦ୍ୱାରା କେବଳ କାର୍ଯ୍ୟାଳୟ ବ୍ୟବସ୍ଥାକୁ ପ୍ରଭାବିତ କରିବ ନାହିଁ ବରଂ ଶୃଙ୍ଖଳା, କାର୍ଯ୍ୟାଳୟ ପରିବେଶର ଅଖଣ୍ଡତାକୁ ନଷ୍ଟକରିବ। ସରକାରୀ କାର୍ଯ୍ୟାଳୟର ବ୍ୟବସ୍ଥା ଆଡ଼କୁ ମଧ୍ୟ ଏହା ପ୍ରଶ୍ନ ଉଠାଇବ। ତେଣୁ ଏହାକୁ ଦୃଷ୍ଟିରେ ରଖି ସବୁ କର୍ମଚାରୀ, ଅଧିକାରୀ, ଠିକା କର୍ମଚାରୀ, ପରିଦର୍ଶକ ଏବଂ ଅନ୍ୟ ବ୍ୟକ୍ତିବିଶେଷମାନେ ସାମାଜିକ ଗଣମାଧ୍ୟମରେ ଏହିସବୁ ସଂସ୍ଥା ଭିତରର କୌଣସି ଭିଡିଓ ବା ରିଲ୍ସ ଏବଂ ଫଟୋ ପ୍ରସ୍ତୁତକରି ଅପ୍‌ଲୋଡ୍‌ କରିବା ଉପରେ କଡ଼ା ନଜର ରହିବ। ଯଦି କେହି ଏହାକୁ ଅନୁପାଳନ ନ କରନ୍ତି ତେବେ ସେମାନଙ୍କ ବିରୋଧରେ ଶୃଙ୍ଖଳାଗତ ଏବଂ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତେଣୁ ଏହା ଉପରେ କଡ଼ା ନଜର ରଖିବା ଲାଗି ସବୁ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri