ପିଏମ୍‌ଏଓ୍ବାଇ-ୟୁ ୨.୦ ଗୃହ ନିର୍ମାଣରେ ଓଡ଼ିଶା ଦେଶରେ ଅଗ୍ରଣୀ

ଭୁବନେଶ୍ୱର, ୯ା୫(ବନ୍ଦନା ସେଠୀ): ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ (ପିଏମ୍‌ଏଓ୍ବାଇ-ୟୁ ୨.୦)’ ଅଧୀନରେ ଗୃହ ନିର୍ମାଣ କାର୍ଯ୍ୟ ସମ୍ପାଦନରେ ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟ ଭାବେ ଉଭା ହୋଇଛି। ୨୦୨୪ ସେପ୍ଟେମ୍ବରରେ ପିଏମ୍‌ଏଓ୍ବାଇ-ୟୁ ୨.୦ର ଶୁଭାରମ୍ଭ ପରଠାରୁ ସହରାଞ୍ଚଳର ହିତାଧିକାରୀଙ୍କୁ ସୁଲଭ ଓ ଗୁଣାତ୍ମକ ବାସଗୃହ ଯୋଗାଇବାରେ ରାଜ୍ୟ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ସେହିପରି ୨୦୨୫ ମାର୍ଚ୍ଚରୁ ୨୦୨୬ ମାର୍ଚ୍ଚ ପର୍ଯ୍ୟନ୍ତ ଗୃହ ନିର୍ମାଣ ସମ୍ପୂର୍ଣ୍ଣ କରିବା କ୍ଷେତ୍ରରେ ଓଡ଼ିଶା କ୍ରମାଗତ ଭାବେ ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଆସୁଛି ବୋଲି ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ବିଭାଗର ତଥ୍ୟ ଅନୁଯାୟୀ, ପିଏମ୍‌ଏଓ୍ବାଇ-ୟୁ ୨.୦ ଅଧୀନରେ ଓଡ଼ିଶାରେ ମୋଟ ୨୪,୬୨୫ଟି ଘର ମଞ୍ଜୁର ହୋଇଥିବାବେଳେ ସେଥିମଧ୍ୟରୁ ୨୩,୪୬୪ଟି ପ୍ରସ୍ତାବିତ ସ୍ଥାନର ଜିଓ-ଟ୍ୟାଗିଂ କାର୍ଯ୍ୟ ସରିଛି। ୨୦୨୬ ମେ’ ୫ ସୁଦ୍ଧା ୩,୧୩୪ଟି ଘରର ଭିତ୍ତିପ୍ରସ୍ତର କାର୍ଯ୍ୟ ଆରମ୍ଭ ହୋଇଛି ଏବଂ ୨,୦୦୮ଟି ଘରର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ଅବଶିଷ୍ଟ ଘରଗୁଡ଼ିକ ବିଭିନ୍ନ ପର୍ଯ୍ୟାୟରେ ନିର୍ମାଣାଧୀନ ରହିଛି ଏବଂ ନିର୍ଦ୍ଧାରିତ ସମୟ ମଧ୍ୟରେ ସମସ୍ତ ଲକ୍ଷ୍ୟ ପୂରଣ ହେବ ବୋଲି ରାଜ୍ୟ ସରକାର ଆଶା ପ୍ରକାଶ କରିଛନ୍ତି। ନିର୍ମାଣ କାର୍ଯ୍ୟ ଆହୁରି ତ୍ୱରାନ୍ବିତ କରିବା ସହ ପିଏମ୍‌ଏଓ୍ବାଇ-ୟୁ ୨.୦ର ଅବଶିଷ୍ଟ ଲକ୍ଷ୍ୟକୁ ସମୟସୀମା ପୂର୍ବରୁ ସମ୍ପୂର୍ଣ୍ଣ କରିବାକୁ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଠିକ୍‌ ସମୟରେ କାର୍ଯ୍ୟ ସମ୍ପାଦନ, ଗୁଣାତ୍ମକ ନିର୍ମାଣ ଏବଂ ସହରାଞ୍ଚଳର ଯୋଗ୍ୟ ଗରିବ ପରିବାରଙ୍କୁ ଶୀଘ୍ର ସୁବିଧା ପ୍ରଦାନ ଉପରେ ମନ୍ତ୍ରୀ ବିଶେଷ ଗୁରୁତ୍ୱାରୋପ କରିବା ସହ ଏହି ସଫଳତା ବିଭାଗର ସକ୍ରିୟ ପଦକ୍ଷେପ, ସହରାଞ୍ଚଳ ସ୍ଥାନୀୟ ସଂସ୍ଥାଗୁଡ଼ିକ ସହ ଫଳପ୍ରସୂ ସମନ୍ବୟ ଏବଂ ତୃଣମୂଳ ସ୍ତରରେ ଦ୍ରୁତ କାର୍ଯ୍ୟାନ୍ବୟନର ସ୍ପଷ୍ଟ ପ୍ରତିଫଳନ ବୋଲି ସେ କହିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?