ସାକ୍ଷୀଗୋପାଳରେ ଓଡ଼ିଶା ବନ୍ଦ: ଯାନବାହନ ଚଳାଚଳ ବାଧାପ୍ରାପ୍ତ

ସାକ୍ଷୀଗୋପାଳ,୨୮ା୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ସାମିଲ ହୋଇ ସତ୍ୟବାଦୀ ବ୍ଲକ କଂଗ୍ରେସ କର୍ମୀମାନେ ବୁଧବାର ରାଜପଥ ଅବରୋଧ କରିଥିଲେ। ପୂର୍ବତନ ପିସିସି ସଭାପତି ତଥା ମନ୍ତ୍ରୀ ପ୍ରସାଦ ହରିଚନ୍ଦନଙ୍କ ନିର୍ଦ୍ଦେଶକ୍ରମେ ଶତାଧିକ କର୍ମୀ ଭୁବନେଶ୍ବର-ପୁରୀ ଜାତୀୟ ରାଜପଥର ସତ୍ୟବାଦୀ ବ୍ଲକ ଛକରେ ଆନ୍ଦୋଳନ ଚଳାଇଥିଲେ। ଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର ହଜାର ଟଙ୍କା ଜରିମାନା ଆଦାୟ କରୁଛନ୍ତି। ଏପରିକି ପାଓ୍ବାର ସ୍ମାର୍ଟ ମିଟର ଲଗାଇବା ନାଁରେ ଲୁଟ୍‌ କରିବାରେ ସରକାର ଲାଗିପଡ଼ିଛିନ୍ତି ବୋଲି ବ୍ଲକ କଂଗ୍ରେସ ସଭାପତି ସୁବାସ ଚନ୍ଦ୍ର ମହାପାତ୍ର କହିଛନ୍ତି। ଖବରପାଇ ସତ୍ୟବାଦୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀମାନଙ୍କ ସହ ଆଲୋଚନା କରିଥିଲେ। ପିପିଲି ଏସ୍‌ଡିପିଓ ଦେବାଶିଷ ମିଶ୍ର ଓ ସତ୍ୟବାଦୀ ଥାନା ଆଇଆଇସି ସୌମ୍ୟରଞ୍ଜନ ମହାଲିକ ପୋଲିସ ଫୋର୍ସ ସହ ମୁତୟନ ରହିଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri