ସାକ୍ଷୀଗୋପାଳରେ ଓଡ଼ିଶା ବନ୍ଦ: ଯାନବାହନ ଚଳାଚଳ ବାଧାପ୍ରାପ୍ତ

ସାକ୍ଷୀଗୋପାଳ,୨୮ା୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ସାମିଲ ହୋଇ ସତ୍ୟବାଦୀ ବ୍ଲକ କଂଗ୍ରେସ କର୍ମୀମାନେ ବୁଧବାର ରାଜପଥ ଅବରୋଧ କରିଥିଲେ। ପୂର୍ବତନ ପିସିସି ସଭାପତି ତଥା ମନ୍ତ୍ରୀ ପ୍ରସାଦ ହରିଚନ୍ଦନଙ୍କ ନିର୍ଦ୍ଦେଶକ୍ରମେ ଶତାଧିକ କର୍ମୀ ଭୁବନେଶ୍ବର-ପୁରୀ ଜାତୀୟ ରାଜପଥର ସତ୍ୟବାଦୀ ବ୍ଲକ ଛକରେ ଆନ୍ଦୋଳନ ଚଳାଇଥିଲେ। ଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର ହଜାର ଟଙ୍କା ଜରିମାନା ଆଦାୟ କରୁଛନ୍ତି। ଏପରିକି ପାଓ୍ବାର ସ୍ମାର୍ଟ ମିଟର ଲଗାଇବା ନାଁରେ ଲୁଟ୍‌ କରିବାରେ ସରକାର ଲାଗିପଡ଼ିଛିନ୍ତି ବୋଲି ବ୍ଲକ କଂଗ୍ରେସ ସଭାପତି ସୁବାସ ଚନ୍ଦ୍ର ମହାପାତ୍ର କହିଛନ୍ତି। ଖବରପାଇ ସତ୍ୟବାଦୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀମାନଙ୍କ ସହ ଆଲୋଚନା କରିଥିଲେ। ପିପିଲି ଏସ୍‌ଡିପିଓ ଦେବାଶିଷ ମିଶ୍ର ଓ ସତ୍ୟବାଦୀ ଥାନା ଆଇଆଇସି ସୌମ୍ୟରଞ୍ଜନ ମହାଲିକ ପୋଲିସ ଫୋର୍ସ ସହ ମୁତୟନ ରହିଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?