Posted inଖେଳ

ତେଲଙ୍ଗାନାଠାରୁ ହାରିଲା ଓଡ଼ିଶା

ଭୁବନେଶ୍ୱର, ୨୯।୧୨ (କ୍ରୀଡ଼ା ପ୍ରତିନିଧି): ଏଠାରେ ଚାଲିଥିବା ସନ୍ତୋଷ ଟ୍ରଫି ଫୁଟବଲ ଟୁର୍ନାମେଣ୍ଟରେ ବୁଧବାର ୩ଟି ମ୍ୟାଚ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ପରାଜିତ ହୋଇଥିବାବେଳେ ତେଲେଙ୍ଗାନା, ମେଘାଳୟ ଓ ସିକ୍କିମ ବିଜୟ ହାସଲ କରିଛି। କ୍ୟାପିଟାଲ ଫୁଟବଲ ଆରେନାରେ ଅନୁଷ୍ଠିତ ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଓଡ଼ିଶା ୦-୧ ଗୋଲରେ ତେଲେଙ୍ଗାନାଠାରୁ ହାରି ଯାଇଛି। ମ୍ୟାଚର ୨୯ତମ ମିନିଟରେ ସୋଲାଇମଲାଇନ୍‌ ଦେଇଥିବା ଗୋଲଟି ଶେଷରେ ନିର୍ଣ୍ଣାୟକ ହୋଇଥିଲା। ଓଡ଼ିଶା ଦଳ ଅନେକ ଉଦ୍ୟମ କରିଥିଲେ ହେଁ ଗୋଲ ପରିଶୋଧ କରିପାରି ନ ଥିଲା।

ବିପଜ୍ଜନକ ଖେଳ ପାଇଁ ଓଡ଼ିଶାର ବିଜୟ ବେହେରା ଓ ତେଲେଙ୍ଗାନା ଗୋଲକିପର ଇଶାନ ସର୍କାରଙ୍କୁ ୟେଲୋ କାର୍ଡ ମିଳିଥିଲା। ଏହି ଗ୍ରାଉଣ୍ଡରେ ଅନୁଷ୍ଠିତ ଅନ୍ୟ ଏକ ମ୍ୟାଚରେ ସିକ୍କିମ ୨-୧ ଗୋଲରେ ପଣ୍ଡିଚେରୀକୁ ପରାସ୍ତ କରିଛି। ବିଜୟୀ ଦଳର ଓନଗ ତିସେରିଙ୍ଗ ଲେପ୍‌ଚା ୨୦ ଓ ୩୩ତମ ମିନିଟରେ ୨ଟି ଗୋଲ ଦେଇଥିବାବେଳେ ପଣ୍ଡିଚେରୀର ଶ୍ରୀନାଥ ୬୬ତମ ମିନିଟରେ ଗୋଟିଏ ଗୋଲ ପରିଶୋଧ କରିବାକୁ ସକ୍ଷମ ହୋଇଥିଲେ। ୭ମ ବାଟାଲିୟନସ୍ଥିତ ଓଡ଼ିଶା ଫୁଟବଲ ଏକାଡେମୀ ପଡ଼ିଆରେ ଅନୁଷ୍ଠିତ ମ୍ୟାଚରେ ମେଘାଳୟ ୯-୦ ଗୋଲରେ ଆଣ୍ଡାମାନ ଆଣ୍ଡ ନିକୋବରକୁ ପରାସ୍ତ କରିଛି।

ମେଘାଳୟ ପକ୍ଷରୁ ୪୬ତମ ମିନିଟରେ ବଦଳ ଖେଳାଳିଭାବେ ଆସିଥିବା ଏଭରବ୍ରାଇଟସନ ସାନା ମିଲେମ୍ପଦା ୭୦, ୭୫ ଓ ୮୦ତମ ମିନିଟରେ ୩ଟି ଗୋଲ ଦେଇ ହ୍ୟାଟ୍ରିକ ଅର୍ଜନ କରିଥିବାବେଳେ ଫିଗୋ ସିଣ୍ଡାଇ ୨୭ ଓ ୩୨ତମ ମିନିଟରେ ୨ଟି ଏବଂ ନିକେଲସନ ବିନା ୩ୟ, ଦାମୋନଲାଙ୍ଗ ପାଥ୍ୟୁ ୬୩, ଦାଜିଏଡଲାଙ୍ଗ ଓ୍ବାନ୍ସନଙ୍ଗ ୮୭ ଓ ଦାମେହୁନ ସି ୯୦+୨ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ମ୍ୟାଚଟି ସମ୍ପୂର୍ଣ୍ଣ ଏକତରଫା ଭାବେ ଶେଷ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri