ଓଡ଼ିଶା ଏମ୍‌ଏସ୍‌ଏମ୍‌ଇକୁ ୧୬୧୭ କୋଟି

ନୂଆଦିଲ୍ଲୀ,୨୧।୮: କେନ୍ଦ୍ର ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଥିବା ଜରୁରିକାଳୀନ ପୁଞ୍ଜି ଯୋଗାଣ ଯୋଜନା ଏମର୍ଜେନ୍ସି କ୍ରେଡିଟ ଲାଇନ ଗ୍ୟାରେଣ୍ଟି ସ୍କିମ୍‌(ଇସିଏଲ୍‌ଜିଏସ୍‌)ରେ ଓଡ଼ିଶାର ଅଣୁ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକୁ ୧୬୧୭.୬୦ କୋଟି ଟଙ୍କାର ଋଣ ଯୋଗାଇ ଦିଆଯାଇଛି। ଏଠାରେ ୧.୫୧ ଲକ୍ଷ ଆକାଉଣ୍ଟକୁ ଋଣ ପ୍ରଦାନ କରାଯିବା ଲାଗି ମଞ୍ଜୁର ହୋଇଛି। ଏହି ଆକାଉଣ୍ଟଗୁଡିକ ମଧ୍ୟରୁ ୭୭,୦୮୩ ଆକାଉଣ୍ଟକୁ ଋଣ ପ୍ରଦାନ କରାଯାଇଛି।
ଏହି ଯୋଜନାରେ ସାରା ଦେଶରେ ଏମ୍‌ଏସ୍‌ଏମ୍‌ଇଗୁଡିକୁ ୧ ଲକ୍ଷ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଅର୍ଥ ଯୋଗାଇ ଦିଆଯାଇଛି। ଉଭୟ ରାଷ୍ଟ୍ରାୟତ୍ତ ଏବଂ ଘରୋଇ ବ୍ୟାଙ୍କଗୁଡିକ ୧.୫ ଲକ୍ଷ କୋଟି ଟଙ୍କାର ଅର୍ଥ କ୍ଷୁଦ୍ର ଶିଳ୍ପଗୁ ମଞ୍ଜୁରୀ ଦେଇଥିବା ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ରହିଛି। ଏହି ଅର୍ଥ ମଧ୍ୟରୁ ପ୍ରାୟ ୧ ଲକ୍ଷ କୋଟି ଟଙ୍କା ପ୍ରଦାନ କରାଯାଇଛି। ଆତ୍ମନିର୍ଭର ପ୍ୟାକେଜ ଅଧୀନରେ ଏହି ଯୋଜନାକୁ ସରକାର ଘୋଷଣା କରିଥିଲେ। ମହାମାରୀ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଏମ୍‌ଏସ୍‌ଏମ୍‌ଇଗୁଡିକୁ ସହାୟତା ଯୋଗାଣ ଲକ୍ଷ୍ୟରେ ଏଭଳି ଯୋଜନା ଆସିଥିଲା।
ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ଇସିଏଲ୍‌ଜିଏସ୍‌ରେ ୭୬,୦୦୪.୪୪ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ ୫୬,୪୮୩ ଟଙ୍କାର ଋଣ ବଣ୍ଟନ କରିଛନ୍ତି। ସେହିଭଳି ଘରୋଇ ବ୍ୟାଙ୍କଗୁଡିକ ୭୪,୭୧୫.୦୨ କୋଟି ଟଙ୍କାର ଋଣ ମଞ୍ଜୁର କରିଛନ୍ତି। ଏହି ବ୍ୟାଙ୍କଗୁଡିକ ୪୫,୭୬୨.୩୬ କୋଟି ଟଙ୍କା ଋଣ ଯୋଗାଇ ଦେଇଛନ୍ତି। ଏହି ଯୋଜନାରେ ଅଧୀନରେ ଋଣ ପ୍ରଦାନ କରିଥିବା ବ୍ୟାଙ୍କଗୁଡିକ ମଧ୍ୟରେ ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ), ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି), ବ୍ୟାଙ୍କ ଅଫ୍‌ ଇଣ୍ଡିଆ, ୟୁନିୟନ ବ୍ୟାଙ୍କ ଏବଂ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଆଗରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri