Posted inଖେଳ

ହକିରେ ଇତିହାସ ରଚିଲା ଓଡ଼ିଶା: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୧୧(ସରୋଜ ଜେନା): ଚେନ୍ନାଇରେ ଅନୁଷ୍ଠିତ ୧୪ତମ ଜାତୀୟ ସିନିୟର ହକି ଚାମ୍ପିୟନଶିପ୍‌ରେ ଶନିବାର ହରିୟାଣାକୁ ୫-୧ରେ ହରାଇ ଓଡ଼ିଶା ପ୍ରଥମ ଥର ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି। ଏହାସହିତ ଜାତୀୟ ଚାମ୍ପିୟନଶିପ୍‌ରେ ଓଡ଼ିଶା ପୁରୁଷ ଦଳ ପ୍ରଥମ ଥର ଟ୍ରଫି ହାସଲ କରିବାରେ ସମର୍ଥ ହୋଇଛି। ପୂର୍ବରୁ ଦଳ ୨୦୦୬ରେ ତୃତୀୟ ସ୍ଥାନ ହାସଲ କରିଥିଲା। ୨୦୧୧ ପରଠାରୁ ହକି ଇଣ୍ଡିଆ ଜାତୀୟ ଚାମ୍ପିୟନଶିପ୍‌ ଆୟୋଜନ କରୁଥିବା ବେଳେ ପଞ୍ଜାବ ଓ ରେଲଓ୍ବେଜ୍‌ ସଫଳ ଦଳ ଭାବରେ ୪ ଥର ଲେଖାଏ ଟାଇଟଲ ହାସଲ କରିଛନ୍ତି। ଓଡ଼ିଶା ପକ୍ଷରୁ ଶିଳାନନ୍ଦ ଲାକ୍ରା(୪୮,୫୭,୬୦) ମିନିଟ୍‌ରେ ହ୍ୟାଟ୍ରିକ୍‌ ଅର୍ଜନ କରି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରଜତ ଆକାଶ ତୀର୍କି(୧୧) ଓ ପ୍ରତାପ ଲାକ୍ରା(୩୯) ମିନିଟ୍‌ରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ହରିୟାଣା ପକ୍ଷରୁ ଯୋଗୀନ୍ଦର ସିଂ(୫୫) ମିନିଟ୍‌ରେ ଏକମାତ୍ର ଗୋଲ ପରିଶୋଧ କରିଥିଲେ। ଓଡ଼ିଶା ହକି ଦଳର ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ୍ସରେ ପୋଷ୍ଟ କରି ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶା ହକି ଦଳର ଏହି ବିଜୟ ଏକ ମାଇଲଖୁଣ୍ଟ ଭାବରେ ଅଗାମୀ ପିଢିକୁ ଉତ୍ସାହିତ କରିବ ବୋଲି ସେ କହିଛନ୍ତି।

ଶନିବାର ପ୍ରଥମାର୍ଦ୍ଧରୁ ହିଁ ଓଡ଼ିଶା ପ୍ରାଧାନ୍ୟ ବିସ୍ତାର କରି ଖେଳିଥିଲା। ରଜତ ଆକାଶ ତୀର୍କି ପ୍ରଥମ କ୍ୱାର୍ଟରର ୧୧ତମ ମିନିଟରେ ସ୍କୋର କରି ଓଡ଼ିଶାକୁ ୧-୦ରେ ଆଗୁଆ କରିଥିଲେ। ଦ୍ୱିତୀୟ କ୍ୱାର୍ଟର ଗୋଲଶୂନ୍ୟ ରହିଥିବା ବେଳେ ତୃତୀୟ କ୍ୱାର୍ଟରର ୩୯ତମ ମିନିଟ୍‌ରେ ପ୍ରତାପ ଲାକ୍ରା ଆଉ ଏକ ଗୋଲ ଦେଇ ଓଡ଼ିଶାକୁ ୨-୦ରେ ଆଗୁଆ କରିଥିଲେ। ଅନ୍ତିମ କ୍ୱାର୍ଟରରେ ଶିଳାନନ୍ଦ ଏକାକୀ ୩ ଗୋଲ ଦେବା ସହ ହ୍ୟାଟ୍ରିକ୍‌ ଅର୍ଜନ କରିଥିଲେ। ମ୍ୟାଚ୍‌ର ୫୫ତମ ମିନିଟ୍‌ରେ ଯୋଗୀନ୍ଦର ସିଂ ହରିୟାଣା ପକ୍ଷରୁ ଗୋଟିଏ ଗୋଲ ପରିଶୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri