ନକଲି ଇନ୍ସପେକ୍ଟରଙ୍କ ଖୋଲିଲା ପେଡ଼ି: ପୋଲିସ ହାତରେ ଧାରା ପକାଇ ଦେଲେ ତୃତୀୟ ସ୍ତ୍ରୀ

ଭୁବନେଶ୍ୱର,୧ା୯: ପୁଣି ଫେସବୁକରେ ପ୍ରେମ କରି ଫସିଲେ ମହିଳା। ମିଛିମିଛିକା ପୋଲିସ ଇନ୍ସପେକ୍ଟରଙ୍କ ପ୍ରେମରେ ପଡ଼ି ବିବାହ କଲେ। ଏବେ ସତ କଥା ଜାଣିବା ପରେ ଆସି ପ୍ରକୃତ ପୋଲିସ ପାଖରେ କରିଛନ୍ତି ଅଭିଯୋଗ। ମହିଳାଙ୍କ ଅଭିଯୋଗକୁ ଭିତ୍ତି କରି ଖଣ୍ଡଗିରି ଥାନା ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି।

ଅଭିଯୁକ୍ତ ଜଣକ ଭଦ୍ରକ ଜିଲାର ବାସିନ୍ଦା ସୁବାଷ ଚନ୍ଦ୍ର କଅଁର ବୋଲି ଜଣାପଡିଛି। ଖବର ଅନୁଯାୟୀ, ପୋଲିସ ଇନ୍ସପେକ୍ଟର ମନୋଜ କୁମାର ମିଶ୍ର ଭାବେ ରାଉରକେଲାରେ ପୋଷ୍ଟିଂ ହୋଇଥିବା ସୁବାଷ ନିଜକୁ ପରିଚିତ କରାଇ ଫେସବୁକରେ ଜଣେ ମହିଳାଙ୍କୁ ପ୍ରସ୍ତାବ ଦେଇଥିଲେ ଏବଂ ପରେ ତାଙ୍କୁ ବିବାହ କରିଥିଲେ। ସେ ବିବାହ ପରେ ଭୁବନେଶ୍ୱରର ଖଣ୍ଡଗିରି ଅଞ୍ଚଳରେ ଥିବା ଏକ ଭଡା ଘରେ ତାଙ୍କୁ ରଖିଥିଲେ।

ତେବେ ମହିଳା ଜଣକ ସୁବାଷଙ୍କ କାରର ରେଜିଷ୍ଟ୍ରେସନ ନମ୍ବରରୁ ତାଙ୍କ ସ୍ୱାମୀଙ୍କ ମିଛ ବିଷୟରେ ଜାଣିଥିଲେ। ଏ ସମ୍ପର୍କରେ ମହିଳାଙ୍କ ଅଭିଯୋଗ ପରେ ଖଣ୍ଡଗିରି ପୋଲିସ ଅଭିଯୁକ୍ତକୁ ଗିରଫ କରିଛି। ମାମଲାର ତଦନ୍ତ ବେଳେ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଥିଲା। ଏହି ବିବାହ ପୂର୍ବରୁ ଅଭିଯୁକ୍ତ ଅନ୍ୟ ଦୁଇଜଣଙ୍କୁ ମଧ୍ୟ ବିବାହ କରିଥିବା ପୋଲିସ କହିଛି।

ଏହି ନକଲି ପୋଲିସର ପ୍ରକୃତ ବୟସ ୫୫ ବର୍ଷ ହୋଇଥିବାବେଳେ ତାଙ୍କର ଗୋଟିଏ ୨୫ ବର୍ଷର ପୁଅ ରହିଛି।ତେବେ ନିଜକୁ ପୋଲିସ୍ ଭାବରେ ଦର୍ଶାଇ ସେ ଶାରୀରିକ ସମ୍ପର୍କ ଏବଂ ଅର୍ଥ ପାଇବା ପାଇଁ ମହିଳାଙ୍କୁ ବିବାହ କରିଥିଲେ ବୋଲି ଏସିପି ତାପସ ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ…

ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା,...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

ନେହେରୁ ନୁହେଁ, ଭବିଷ୍ୟତକୁ ଦେଖ

‘ବନ୍ଦେ ମାତରମ୍‌’ ଭାରତର ଜାତୀୟ ଗୀତ ଭାବେ ଜଣାଶୁଣା। ବଙ୍କିମ ଚନ୍ଦ୍ର ଚାଟାର୍ଜୀଙ୍କ ଦ୍ୱାରା ଏହା ରଚିତ ହୋଇଥିଲା। ୧୮୭୫ ନଭେମ୍ବର ୭ରେ ପ୍ରଥମେ ‘ବଙ୍ଗଦର୍ଶନ’...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri