ଦିଲ୍ଲୀରେ ଚାଲିଛି ‘ଓଡ଼ିଶା ମନ୍ଥନ’: କେତେଜଣ ମନ୍ତ୍ରୀ ହୋଇପାରନ୍ତି ବିଦା,ହୋଇପାରେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୨୩ା୭(ସୁନିତ୍‌ ମିଶ୍ର):ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତାଙ୍କ ସହ ଭାଜପା ସଙ୍ଗଠନ ମନ୍ତ୍ରୀ ମାନସ ମହାନ୍ତି ମଧ୍ୟ ଗସ୍ତ କରିଛନ୍ତି। ଦଳର ଏହି ୨ ଶୀର୍ଷ ନେତୃତ୍ୱ ଏକାସଙ୍ଗେ ଦିଲ୍ଲୀ ଗସ୍ତରେ ଯିବା ରାଜନୈତିକ ମହଲରେ ଭିନ୍ନ ଭିନ୍ନ ପ୍ରକାରର ଚର୍ଚ୍ଚା ବଢାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିକଟରେ ଦିଲ୍ଲୀ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଫେରିବା ପରେ ଏହି ୨ ଶୀର୍ଷ ନେତାଙ୍କ ଗସ୍ତ ସରକାରରେ ଆଉ କିଛି ନୂଆ ନିଯୁକ୍ତି ଆଦି ବିଷୟକୁ ଅଧିକ ଖୋରାକ୍‌ ଯୋଗାଇଛି। ଭାଜପା ସରକାରରେ ଆଉ ୬ଟି ମନ୍ତ୍ରୀ ପଦ ଖାଲି ପଡିଛି। ସରକାର ପୂରଣକୁ ବର୍ଷେ ପୂରଣ ହୋଇସାରିଲାଣି। ତେଣୁ ଆଉ ଅଧିକ ଦିନ ପାଇଁ ଏହି ମନ୍ତ୍ରୀ ପଦ ଖାଲି ରଖିବାକୁ ଦଳ ଚାହୁଁ ନ ଥାଇପାରେ ବୋଲି ଚର୍ଚ୍ଚା ହେଉଛି। ରାଜ୍ୟ ସରକାରଙ୍କ ବିରୋଧରେ କିଛିଦିନ ହେଲା ବିରୋଧୀ ଦଳ କେତେକ ଗୁରୁତର ଅଭିଯୋଗ ଆଣିଥିବା ଯୋଗୁ କେତେଜଣଙ୍କୁ ମନ୍ତ୍ରୀ ପଦରୁ ବିଦା କରିପାରନ୍ତି ବୋଲି ମଧ୍ୟ କୁହାଯାଉଛି। ଅନ୍ୟପଟେ ଦଳର ରାଜ୍ୟ ସଭାପତିି ଚୟନ ପରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ସାଙ୍ଗକୁ ଖାଲି ପଡିଥିବା ନିଗମ ଓ ବୋର୍ଡରେ ଭାଜପା ନେତାଙ୍କୁ ଥଇଥାନ କରାଯାଇ ପଦବୀ ପୂରଣ କରାଯିବ ବୋଲି ଶୁଣାଯାଉଥିଲା। ଏନେଇ ଦଳର କେତେଜଣ ବରିଷ୍ଠ ନେତା ମଧ୍ୟ କହିଥିଲେ। ସେହିପରି ମନମୋହନ ମଧ୍ୟ କିଛିଦିନ ତଳେ ଖାଲି ପଡିଥିବା ମନ୍ତ୍ରୀ ପଦବୀ ପୂରଣ ଏବଂ ବୋର୍ଡ ଓ ନିଗମରେ ନିଯୁକ୍ତି ଖୁବ୍‌ଶୀଘ୍ର ହେବ ବୋଲି କହିଥିଲେ। ତେଣୁ ରାଜ୍ୟରେ ଭାଜପାର ସଭାପତି ଭାବେ ମନମୋହନ ୪ର୍ଥ ଥର ଲାଗି ଦାୟିତ୍ୱ ନେଇସାରିବା ପରେ କେନ୍ଦ୍ରରେ ଥିବା ଦଳର କେତେଜଣ ଶୀର୍ଷ ନେତାଙ୍କୁ ଧନ୍ୟବାଦ ଶୁଣାଇବା ପାଇଁ ସେ ଏହି ଗସ୍ତ କରିଥାଇପାରନ୍ତି ବୋଲି ମଧ୍ୟ ଶୁଣିବାକୁ ମିଳୁଛି। ସାଙ୍ଗରେ ଦଳର ସଙ୍ଗଠନ ମନ୍ତ୍ରୀ ଗସ୍ତ କରିଥିବାରୁ ଏହି ଅବସରରେ ଉଭୟ ଦୀର୍ଘଦିନ ଧରି ଚର୍ଚ୍ଚାରେ ଥିବା ପଦ ପଦବୀ ପୂରଣ କଥା ଚୂଡାନ୍ତ କରି ଫେରିଛନ୍ତି ବୋଲି କୁହାଯାଉଛି। ଏପରିକି ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଫେରିବା ପରେ ରାଜ୍ୟପାଳଙ୍କ ସହ ଦେଖାକରି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କଥା ହେଇସାରିଛନ୍ତି ଏବଂ ମନମୋହନ ସେଥିରେ ଚୂଡାନ୍ତ ମୋହର ଲଗାଇବାକୁ ଯାଇଥାଇପାରନ୍ତି ବୋଲି ଦଳୀୟ ମହଲରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri