Posted inଖେଳ

ଜୁନିୟର ହକି ବିଶ୍ୱକପ୍‌ ଭେନ୍ୟୁ ଦୌଡ଼ରେ ଭୁବନେଶ୍ୱର

ନୂଆଦିଲ୍ଲୀ,୧୪।୯: ଚଳିତ ବର୍ଷ ନଭେମ୍ବର ୨୫ରୁ ଡିସେମ୍ବର ୫ ତାରିଖ ପର୍ଯ୍ୟନ୍ତ ଭାରତରେ ଆୟୋଜନ ହେବାକୁ ଯାଉଛି ଜୁନିୟର ପୁରୁଷ ହକି ବିଶ୍ୱକପ୍‌। କିନ୍ତୁ ଏହି ଇଭେଣ୍ଟ କେଉଁ ସହରରେ ହେବ, ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ। ଏ ପର୍ଯ୍ୟନ୍ତ ଗୁଆହାଟିକୁ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌)ର ଜୁନିୟର ଇଭେଣ୍ଟ ଆୟୋଜନ ଅଧିକାର ମିଳିପାରେ ବୋଲି ଆକଳନ କରାଯାଉଥିଲା। ମାତ୍ର ଏହି ଇଭେଣ୍ଟ ଆୟୋଜନ ପାଇଁ ଲକ୍ଷ୍ନୌ ଏବଂ ଭୁବନେଶ୍ୱର ଆଗେଇ ଆସିଛନ୍ତି। ଉଲ୍ଲେଖଯୋଗ୍ୟ, ୨୦୧୬ ସଂସ୍କରଣରେ ଭାରତ ଜୁନିୟର ବିଶ୍ୱକପ୍‌ ହାତେଇଥିଲା।

ଇଭେଣ୍ଟକୁ ଆଉ ମାତ୍ର ୨ ମାସ ବାକି ଥିବା ବେଳେ ହକି ଇଣ୍ଡିଆ (ଏଚ୍‌ଆଇ)ଠାରୁ ସ୍ପଷ୍ଟିକରଣକୁ ଅପେକ୍ଷା କରିଛି ଏଫ୍‌ଆଇଏଚ୍‌। ଜୁନିୟର ହକି ବିଶ୍ୱକପ୍‌ର ମହିଳା ସଂସ୍କରଣ ଆସନ୍ତା ଡିସେମ୍ବର ୫ରୁ ୧୬ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକାର ପୋତ୍‌ଚେଫଷ୍ଟ୍ରୁମଠାରେ ଅନୁଷ୍ଠିତ ହେବାର ଅଛି।

ଆଗାମୀ ଏଫ୍‌ଆଇଏଚ୍‌ ହକି ଜୁନିୟର ପୁରୁଷ ବିଶ୍ୱକପ୍‌ ଇଭେଣ୍ଟ କେଉଁ ସହରରେ ହେବ, ଏ ପର୍ଯ୍ୟନ୍ତ ତାହା ସ୍ପଷ୍ଟ ହୋଇନାହିଁ। କିନ୍ତୁ ଇଭେଣ୍ଟର ପ୍ରସ୍ତୁତି ପାଇଁ ଆମେ ହକି ଇଣ୍ଡିଆ ସହ ନିୟମିତ ଯୋଗାଯୋଗରେ ଅଛୁ ବୋଲି ଏଫ୍‌ଆଇଏଚ୍‌ର ଯୋଗାଯୋଗର ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଏହି ବିଶ୍ୱ ସ୍ତରୀୟ ଇଭେଣ୍ଟ ଆୟୋଜନ ପାଇଁ ଓଡ଼ିଶାର ନାବ ବେଶ୍‌ ଚର୍ଚ୍ଚା ହେଉଛି। କାରଣ ଟୋକିଓ ଅଲିମ୍ପିକ୍ସ ସଫଳତା ପରେ ଭାରତୀୟ ହକି ଦଳର ସ୍ପନଶରଶିପ୍‌ ଦାୟିତ୍ୱକୁ ୨୦୩୨ ପର୍ଯ୍ୟନ୍ତ ବଢ଼ାଇ ଦେଇଛନ୍ତି ଓଡ଼ିଶା ସରକାର। ଏହାବାଦ୍‌ ୨୦୨୩ ପୁରୁଷ ହକି ବିଶ୍ୱକପ୍‌ର ଆୟୋଜନ ଅଧିକାର ମଧ୍ୟ ଓଡ଼ିଶାକୁ ମିଳିଛି। ୨୦୧୮ ପୁରୁଷ ବିଶ୍ୱକପ୍‌ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିଲା। ଅନ୍ୟପକ୍ଷରେ ଜୁନିୟର ବିଶ୍ୱକପ୍‌ର ଆୟୋଜନ ଅଧିକାର ଦୌଡ଼ରେ ଥିବା ଲକ୍ଷ୍ନୌ ୨୦୧୬ ସଂସ୍କରଣ ଆୟୋଜନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?