Posted inଜାତୀୟ

ପଶ୍ଚିମବଙ୍ଗରେ ପୁଣି ଲଜ୍ଜା: ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ବଳାତ୍କାର, ବନ୍ଧୁଙ୍କ ସହ ରାତ୍ରୀଭୋଜନ ପାଇଁ ଯାଇଥିବାବେଳେ…

କୋଲକାତା,୧୧।୧୦: ପଶ୍ଚିମବଙ୍ଗର ପଶ୍ଚିମ ବର୍ଦ୍ଧମାନ ଜିଲାରେ ଅଜ୍ଞାତ ଲୋକଙ୍କ ଦ୍ୱାରା ଓଡ଼ିଶାର ଜଣେ ଡାକ୍ତରୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି ବୋଲି ପୋଲିସ ଶନିବାର କହିଛି। ଛାତ୍ରୀଙ୍କ ପରିବାର ସଦସ୍ୟ କହିଛନ୍ତି ଯେ ଘଟଣାଟି ଶୁକ୍ରବାର ରାତିରେ ଦୁର୍ଗାପୁରର ଏକ ଘରୋଇ ମେଡିକାଲ କଲେଜ କ୍ୟାମ୍ପସ ବାହାରେ ଘଟିଥିଲା। ସେମାନେ କହିଛନ୍ତି ଯେ ଦ୍ୱିତୀୟ ବର୍ଷର ଛାତ୍ରୀ ଜଣଙ୍କ ଜଣେ ବନ୍ଧୁଙ୍କ ସହ ରାତ୍ରୀଭୋଜନ ପାଇଁ ବାହାରକୁ ଯାଇଥିଲେ। ପଶ୍ଚିମବଙ୍ଗରେ ପୂର୍ବରୁ ମଧ୍ୟ ଛାତ୍ରୀଙ୍କ ସହ ବଳାତ୍କାର ଘଟଣା ଘଟିଛି। ଆର୍‌.ଜି କର ମେଡିକାଲ କଲେଜର ଜଣେ ଜୁନିଅର ମହିଳା ଡାକ୍ତରଙ୍କ ବଳାତ୍କାର ଏବଂ ହତ୍ୟା ଦେଶକୁ ଥରାଇ ଦେଇଥିଲା। ଏହା ପରେ, ଜଣେ ଆଇନ କଲେଜ ଛାତ୍ରୀଙ୍କ ସହ ବଳାତ୍କାର ମାମଲା ମଧ୍ୟ ସାମ୍ନାକୁ ଆସିଥିଲା।

ଏବେ, ପଶ୍ଚିମବଙ୍ଗରେ ଆଉ ଏକ ଛାତ୍ରୀଙ୍କ ସହ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ଜଣେ ପୋଲିସ ଅଧିକାରୀ କହିଛନ୍ତି , ଓଡ଼ିଶାର ଜଳେଶ୍ୱରର ବାସିନ୍ଦା ଡାକ୍ତରୀ ଛାତ୍ରୀ ନିକଟସ୍ଥ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, “ଛାତ୍ରୀଙ୍କ ପରିବାରର ଅଭିଯୋଗ ଆଧାରରେ ଆମେ ତଦନ୍ତ ଆରମ୍ଭ କରୁଛୁ। ଛାତ୍ରୀଙ୍କ ପିତାମାତା କହିଛନ୍ତି , ସେମାନେ ଆଜି ସକାଳେ ସେମାନଙ୍କ ଝିଅର ବନ୍ଧୁମାନଙ୍କଠାରୁ ଫୋନ ପାଇବା ପରେ ଦୁର୍ଗାପୁରରେ ପହଞ୍ଚିଥିଲେ। ଛାତ୍ରୀଙ୍କ ମାଆ ଅଭିଯୋଗ କରିଛନ୍ତି ଯେ ତାଙ୍କ ଝିଅ ଶୁକ୍ରବାର ରାତି ପ୍ରାୟ ୧୦ଟା ସମୟରେ ଜଣେ ବନ୍ଧୁଙ୍କ ସହ ରାତ୍ରୀଭୋଜନ ପାଇଁ କଲେଜ କ୍ୟାମ୍ପସରୁ ବାହାରକୁ ଯାଇଥିବା ବେଳେ ଗଣବଳାତ୍କାର ଶିକାର ହୋଇଥିଲେ। ଛାତ୍ରୀଙ୍କ ବାପା କହିଛନ୍ତି, “ଆମେ ତାଙ୍କ ବନ୍ଧୁମାନଙ୍କଠାରୁ ଫୋନ ପାଇଥିଲୁ ଏବଂ ଘଟଣା ବିଷୟରେ ଜାଣିଲୁ। ଆମେ ଆଜି ସକାଳେ ଏଠାକୁ ଆସି ପୋଲିସ ଅଭିଯୋଗ କରିଥିଲୁ। ମୁଁ ଶୁଣିଥିଲି ଯେ କଲେଜ ଭଲ ଶିକ୍ଷା ପ୍ରଦାନ କରେ, ତେଣୁ ଆମେ ଆମ ଝିଅକୁ ଡାକ୍ତରୀ ପାଠପଢ଼ା ପାଇଁ ଏଠାକୁ ପଠାଇଥିଲୁ।

କୋଲକାତାର ଆର୍‌.ଜି କର ମେଡିକାଲ କଲେଜରେ ଜଣେ ମହିଳା ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା କରାଯାଇଥିଲା। ଏହି ଭୟଙ୍କର ଘଟଣା ଗତ ବର୍ଷ ଘଟିଥିଲା। ଏହା ସମଗ୍ର ପଶ୍ଚିମବଙ୍ଗରେ ବ୍ୟାପକ ଆଲୋଡ଼ନ ସୃଷ୍ଟି କରିଥିଲା।

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ

ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା...

ରେଞ୍ଜ ରୋଭର୍‌ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri