ଓଡ଼ିଶା ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା, ତଦନ୍ତ କରିବ କ୍ରାଇମବ୍ରାଞ୍ଚ

କଟକ,୩।୮(ପ୍ରଭୁକଲ୍ୟାଣ ପାଲ୍): ଏମକେସିଜି ମେଡିକାଲ କଲେଜର ପିଜି ଶେଷ ବର୍ଷ ପରୀକ୍ଷା ସମୟରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା । ଏହି ମାମାଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଛି । ତଦନ୍ତ ପାଇଁ ସ୍ଵତନ୍ତ୍ର ଟିମ୍ ଗଠନ କରାଯିବ ।

ଏହି ମାମାଲାର ପ୍ରାଥମିକ ପର୍ଯ୍ୟାୟରେ ଖୋଳତାଡ଼ ଆରମ୍ଭ ହୋଉଛି। ଏନେଇ କ୍ରାଇମବ୍ରାଞ୍ଚ ଆଇଜି ସାର୍ଥକ ଷଡଙ୍ଗୀ ସୂଚନା ଦେଇଛନ୍ତି । ଓଡ଼ିଶା ସ୍ୱାସ୍ଥ୍ୟ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା ୨୦୨୩-୨୬ ବ୍ୟାଚ୍ ଜେନେରାଲ ସର୍ଜରୀ ବାର୍ଷିକ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ସାଘାଂତିକ ଅଭିଯୋଗ ପଦାକୁ ଆସିବା ପରେ ଏବେ ହଟଚମଟ ସୃଷ୍ଟି ହୋଇଛି । ସୂଚନ ଯୋଗ୍ୟ ଯେ ଏହି ପରୀକ୍ଷା ଗତ ଜୁଲାଇ ମାସ ୨୧ ତାରିଖରୁ ଆରମ୍ଭ ହୋଇଥିଲା। ଏମକେସିଜି କଲେଜରେ ୨୭ ତାରିଖରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା। ଏହାକୁ ନେଇ ଏମକେସିଜିର କୁଳପତି ତଦନ୍ତ ପାଇଁ ୫ ଜଣିଆ ଟିମ୍ ଗଠନ କରିଥିଲେ । ତେବେ ପରୀକ୍ଷାକେନ୍ଦ୍ରରୁ ପ୍ରଶ୍ନପତ୍ରର ଫଟୋ ଉଠାଇ ଦୁଇଟି ସୋସିଆଲ ମିଡିଆ ଗ୍ରୁପରେ ସୋୟାର ହୋଇଥିବା ନେଇ ଓଡ଼ିଶା ସ୍ବାସ୍ଥ୍ୟ ବିଶ୍ବବିଦ୍ୟାଳୟରେ ନିକଟରେ ଅଭିଯୋଗ ହୋଇଥିଲା ।

ଅଭିଯୋଗ ଆସିବା ପରେ ଓଡ଼ିଶା ସ୍ବାସ୍ଥ୍ୟ ବିଶ୍ବବିଦ୍ୟାଳୟର ଏକ ଟିମ୍ ଏମକେସିଜିରେ ପହଞ୍ଚି ଘଟଣା ସଂପର୍କରେ ଅବଗତ କରିବା ସହିତ ଏହାକୁ ନେଇ କର୍ତ୍ତୁପକ୍ଷଙ୍କ ସହିତ ଆଲୋଚନା କରିଥିଲା। ତେବେ ମେଡିକାଲ ପରୀକ୍ଷାରେ ଯାଞ୍ଚ କଡାକଡି ହେଉଥିବାବେଳେ କିଏ ଓ କିଭଳି ପରୀକ୍ଷା ପ୍ରଶ୍ନପତ୍ର ଫଟୋ ଉଠାଇ ସୋସିଆଲ ମିଡିଆ ୱାଟସଆପ ଗ୍ରୁପରେ ପୋଷ୍ଟ କରିଥିଲେ ଏବଂ ଗ୍ରୁପରେ ତାହାର ଉତ୍ତର ପାଇଥିଲେ ତାହାକୁ ନେଇ ଚର୍ଚ୍ଚା ଲାଗିରହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ସବୁଠାରୁ ବଡ଼ ସଙ୍କଟ! ନୂଆ ଭବିଷ୍ୟବାଣୀକୁ ନେଇ ଥରହର ବିଶ୍ୱ

ବ୍ରାସିଲିଆ,୩।୮: ନିଜକୁ “ଜୀବନ୍ତ ନୋଷ୍ଟ୍ରାଡାମସ” କହୁଥିବା ୩୯ ବର୍ଷୀୟ ବ୍ରାଜିଲର ପାରାଲୋଜିଷ୍ଟ ଆଥୋସ ସାଲୋମ ଏକ ବଡ଼ ଦାବି କରିଛନ୍ତି। ତାଙ୍କ କହିବା ଅନୁଯାୟୀ, ୨୦୨୬ ପାଇଁ…

ଲିଭ୍-ଇନ୍ ପାର୍ଟନରଙ୍କୁ ମଧ୍ୟ ମିଳିବ ପତ୍ନୀଙ୍କ ଭଳି ଅଧିକାର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩।୮: ଲିଭ୍-ଇନରେ ରହୁଥିବା ପାର୍ଟନରକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ, ଲିଭ୍-ଇନ୍ ସମ୍ପର୍କରେ ଥିବା ବ୍ୟକ୍ତି ନିଜ…

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୩ା୮: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ପହଞ୍ଚିଲେ ରାଷ୍ଟ୍ରପତି । ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ବିମାନବନ୍ଦରରେ ରାଜ୍ୟପାଳ…

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍ସପେକ୍ଟର, ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ସୁନ୍ଦରଗଡ଼,୩।୮: ସୁନ୍ଦରଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ର ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ ଧରିଛି ଓଡ଼ିଶା ଭିଜିଲାନ୍ସ ।ମୁକେଶ କୁମାର ମିଶ୍ର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଛନ୍ଦି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି, ଏହା ସହ ଗ୍ୟାଷ୍ଟ୍ରିକ ଓ କୋଷ୍ଠକାଠିନ୍ୟ ସମସ୍ୟାକୁ…

ଖଜୁରିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ଆମେ ବିଶେଷଭାବରେ ଜଳଖିଆରେ ବ୍ୟବହାର କରିଥାଉ। ଏହାକୁ ନିୟମିତ ଖାଇଲେ ହଜମ କ୍ରିୟା ଆହୁରି ସକ୍ରିୟ…

କାହିଁକି ଆଉ କିପରି ହୁଏ କିଡ୍‌ନୀ ଡାୟାଲିସିସ୍‌ ଜାଣନ୍ତୁ…

ଡାୟାଲିସିସ୍‌ ହେଉଛି ରାସାୟନିକ ଉପାଦାନଗୁଡ଼ିକର ଏକ ପୃଥକୀକରଣ ପଦ୍ଧତି। କିଡ୍‌ନୀଦ୍ୱୟ କାମ କରିବା ପାଇଁ ଅକ୍ଷମ ହୋଇ ପଡ଼ିଲେ ଡାୟାଲିସିସ୍‌ ପଦ୍ଧତିଟି କିଡ୍‌ନୀ ଭଳି ରକ୍ତ ଛାଣିବା…

ମଦ ଦୋକାନର ହବ୍‌ ପାଲଟିଛି ଭଟଲି ଛକ, ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ନିଶା କାରବାର ସାଧାରଣରେ ପରିଣତ ହୋଇଯାଇଛି । ଲୁଚାଛପା ଚାଲିଥିବା ଏହି କାରବାର ଉପରେ ବିଭିନ୍ନ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉଛି…

ନାଳ ସୁଅରେ ଭାସି ଚାଲିଗଲା ଚାଷୀଙ୍କ ଜୀବନ, କ୍ଷତିପୂରଣ ଦାବି ତେଜିଲା

ବାସୁଦେବପୁର,୩।୮(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତ ଦୁବ ନାଳରୁ ସୋମବାର ଜଣେ ଚାଷଙ୍କ ମୃତଦେହ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri