ମହାନଦୀ ସମ୍ଭାଳିଛି ୧୬ ଲକ୍ଷ କ୍ୟୁସେକ ଜଳ: ମଧ୍ୟମ ଧରଣର ବନ୍ୟା ଆଶଙ୍କା

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା କରାଯାଉଛି। ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଡ୍ୟାମକୁ ୮ ଲକ୍ଷ କ୍ୟୁସେକ ଜଳ ପଶୁଛି। ଏ ନେଇ ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି)ପ୍ରଦୀପ ଜେନା ଶୁକ୍ରବାର ସୂଚନା ଦେଇଛନ୍ତି।
ସେ କହିଛନ୍ତି, ହୀରାକୁଦ ଡ୍ୟାମର ୩୬ ଗୋଟ୍‌ ଖୋଲିଛି। ୬ ଲକ୍ଷ କ୍ୟୁସେକ ଜଳ ଛଡ଼ାଯିବ। ତଳମୁଣ୍ଡ ପାଣିକୁ ମିଶାଇଲେ ମୁଣ୍ଡଳିରେ ୧୦ରୁ ସାଢ଼େ ୧୦ ଲକ୍ଷ କ୍ୟୁସେକ ଜଳ ଯିବ। ଖଇରିମାଳରୁ ମୁଣ୍ଡଳି ଯାଏ ଏବଂ କଟକ ତଳକୁ ଆଜି ଆଉ ବର୍ଷା ହେବନି। ବର୍ଷା ହୋଇ ନ ଥିବାରୁ ଆଉ ପାଣି ମିଶିବନି। ସେହି ୧୦ ଲକ୍ଷ ପାଖାପାଖି ଯିବ। ଆଗକୁ ମହାନଦୀ ସିଷ୍ଟମ ୧୬ ଲକ୍ଷ କ୍ୟୁସେକ ଯାଏ ଜଳ ପ୍ରବାହ ସମ୍ଭାଳିଛି। ତେଣୁ ୧୦ରୁ ସାଢ଼େ ୧୦ ଲକ୍ଷରେ ଏକ ମଧ୍ୟମ ଧରଣର ବନ୍ୟା ଆଶା କରୁଛୁ। ଏ ନେଇ ସବୁ ଜିଲାପାଳମାନଙ୍କୁ ଆଲର୍ଟ କରାଯାଇଛି। ଓଡ୍ରାଫ୍‌ଓ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଆଗୁଆ ପଠାଯାଇଛି, ସେମାନେ ପ୍ରସ୍ତୁତ ଅଛନ୍ତି।
ଆହୁରି ମଧ୍ୟ ସେ କହିଛନ୍ତି, ସୁବର୍ଣ୍ଣରେଖା ରାଜଘାଟଠାରେ ଜଳସ୍ତର ସ୍ଥିର ଅଛି, ପରିସ୍ଥିତିରେ ସୁଧାର ଆଶା କରାଯାଉଛି। ସେହିପରି ବୁଢ଼ାବଳଙ୍ଗ ବିପଦ ସଙ୍କେତ ତଳେ। ବୈତରଣୀ ଆଖୁଆପଦାରେ ବିପଦ ସଙ୍କେତ ଉପରେ ଥିଲେ ବି ଜଳସ୍ତର କମୁଛି। ବୈତରଣୀ ନଦୀର ଦତ୍ତପୁର ଠାରେ ୮୦ ମିଟରର ଏକ ଘାଇ ହୋଇଛି। ସେହିପରି ବ୍ରାହ୍ମଣୀ ନଦୀ ଜଳସ୍ତର ସ୍ଥିର ଅଛି। କାଣୀ ନଦୀର ଦଶରଥପୁର ବ୍ଲକର ନୂଆଶାସନ ଠାରେ ଘାଇ ହୋଇଛି। କାନ୍ଥ ପଡ଼ି ଯାଜପୁରର ଜଣେ, ନୂଆପଡ଼ା ଜିଲା କୋନାରେ ଜଣଙ୍କର ମୃତ୍ୟୁ ଘଟିଥିବା କମିଶନର ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri