‘ଓଡ଼ିଶା ମିଲେଟ୍‌ ମିଶନ ବିଶ୍ୱ ମଡେଲ’

ଭୁବନେଶ୍ୱର,୧୧।୧୧(ଶର୍ମିଷ୍ଠା ପାଣିଗ୍ରାହୀ): ମିଲେଟ୍‌ସ ଆମ ଭାରତର ପାରମ୍ପରିକ ଖାଦ୍ୟ। ଶୁଷ୍କ ଅଞ୍ଚଳରେ ବହୁ କମ୍‌ ରାସାୟନିକ ସାର ବ୍ୟବହାରରେ ମିଲେଟ ଚାଷ ହୋଇଥାଏ। ଚାଉଳ ଓ ଗହମ ତୁଳନାରେ ଏଥିରେ ଅଧିକ ସୂକ୍ଷ୍ମ ପୋଷକତତ୍ତ୍ବ ରହିଛି ଏବଂ ପ୍ରୋଟିନ୍‌ର ମାତ୍ରା ମଧ୍ୟ ଅଧିକ। ଏହିସବୁ ବିଶେଷ ଗୁଣ ଯୋଗୁ ମିଲେଟ୍‌ସକୁ ଜଳବାୟୁ ସ୍ମାର୍ଟ ଫସଲ ଭାବରେ ସାଧାରଣରେ ଅଭିହିତ କରାଯାଏ। ଏହି ଲଘୁଶସ୍ୟକୁ ପ୍ରୋତ୍ସାହନ ଦେବା ଦିଗରେ ଓଡ଼ିଶା ଅଗ୍ରଣୀ ରାଜ୍ୟ ବୋଲି ରାଜ୍ୟପାଳ ରଘୁବର ଦାସ କହିଛନ୍ତି। ରାଜ୍ୟ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଜନତା ମଇଦାନଠାରେ ଚାଲିଥିବା ଅନ୍ତର୍ଜାତୀୟ ମିଲେଟ୍‌ସ ସମ୍ମିଳନୀର ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଦାସ କହିଛନ୍ତି, ନୀତି ଆୟୋଗ ଏବଂ ଭାରତ ସରକାର ଓଡ଼ିଶା ମିଲେଟ ମିଶନକୁ ବିଭିନ୍ନ ରାଜ୍ୟରେ ପ୍ରୟୋଗ କରିବା ପାଇଁ ଏକ ମଡେଲ ଭାବରେ ଚିହ୍ନଟ କରିଛନ୍ତି। ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ଓଡ଼ିଶା ମିଲେଟ ମିଶନକୁ ମଧ୍ୟ ଏକ ମଡେଲ ଭାବରେ ଗ୍ରହଣ କରିଛି। ଏହାକୁ ପୂରା ଭାରତ, ଆଫ୍ରିକା ଓ ଦକ୍ଷିଣ ବିଶ୍ୱରେ ପ୍ରୟୋଗ କରାଯାଇପାରିବ ବୋଲି ରାଜ୍ୟପାଳ କହିଛନ୍ତି।
କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ, ପୁଷ୍ଟିଶସ୍ୟ ମାଣ୍ଡିଆ ରାଜ୍ୟ କୃଷିର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ପାଲଟିଯାଇଛି। ଚାଷୀଙ୍କ ଆୟବୃଦ୍ଧି ସହ ମହିଳା ସଶକ୍ତୀକରଣ ଦିଗରେ ଏହା ଏକ ପ୍ରମୁଖ ଅସ୍ତ୍ର ଭାବେ ସାବ୍ୟସ୍ତ ହୋଇଛି। ଅନ୍ୟତମ ସମ୍ମାନିତ ଅତିଥି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା କହିଲେ, ମାଣ୍ଡିଆର ପୌଷ୍ଟିକତା ସମ୍ପର୍କରେ ଲୋକମାନେ ଅଧିକରୁ ଅଧିକ ସଚେତନ ହେବା ଓଡ଼ିଶା ମିଲେଟସ ମିଶନର ସଫଳତା ଦିଗରେ ଏକ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ। ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଅସିତ କୁମାର ତ୍ରିପାଠୀ କହିଲେ, ଓଡ଼ିଶା ମିଲେଟସ ମିଶନ ପରି ଅନେକ କ୍ଷେତ୍ରରେ ଓଡ଼ିଶା ଆଜି ଭାରତବର୍ଷରେ ନେତୃତ୍ୱ ପ୍ରଦାନ କରୁଛି। ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ବାସନ୍ତି ହେମ୍ବ୍ରମ୍‌ ପୁଷ୍ଟିଶସ୍ୟ ମାଣ୍ଡିଆର ପ୍ରଚାର ପ୍ରସାର ଓ ଲୋକଙ୍କ ଖାଦ୍ୟଥାଳିରେ ମାଣ୍ଡିଆ ପହଞ୍ଚାଇବା ଦିଗରେ ମିଶନ ଶକ୍ତିର ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ମହତ୍ତ୍ବପୂର୍ଣ୍ଣ ଭୂମିକା ସମ୍ପର୍କରେ ଆଲୋଚନା କରିଥିଲେ। ଫିକି ସଭାପତି ଶୁଭ୍ରକାନ୍ତ ପଣ୍ଡା ମାଣ୍ଡିଆର ପ୍ରଚାର ପ୍ରସାର ଦିଗରେ ଓଡ଼ିଶା ମିଲେଟ୍‌ସ ମିଶନର ବିଭିନ୍ନ କାର୍ଯ୍ୟକ୍ରମ ଉଦାହରଣୀୟ ବୋଲି କହିଥିଲେ। କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ସ୍ବାଗତ ଭାଷଣ ଏବଂ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ। ଉଦ୍ୟାନ କୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା ଉପସ୍ଥିତ ଥିଲେ। ଏହି ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀ ଉପଲକ୍ଷେ ପ୍ରକାଶିତ ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭ୍ୟୁର ମିଲେଟ ବିଶେଷାଙ୍କ ରାଜ୍ୟପାଳଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା। ଏହାର ସମ୍ପାଦିକା କସ୍ତୁରୀ ମହାପାତ୍ର ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ସରୋଜ କୁମାର ସାମଲ ଉପସ୍ଥିତ ଥିଲେ। ଏଥିସହିତ ରିପୋର୍ଟସ୍‌ ଅନ୍‌ ମିଲେଟ୍‌ ଆଣ୍ଡ୍‌ ଏସ୍‌ଡିଜିକୁ ମଧ୍ୟ ରାଜ୍ୟପାଳ ଉନ୍ମୋଚନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri