Posted inଖେଳ

ସୁଯୋଗ ହାତଛଡ଼ା କଲା ଓଡ଼ିଶା

ଫାଟୋର୍ଡା, ୨୫ା୧: ଆରମ୍ଭରୁ ଅଗ୍ରଣୀ ସତ୍ତ୍ୱେ ଓଡ଼ିଶା ଏଫ୍‌ସି ସୁଯୋଗ ହାତଛଡ଼ା କରି ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)ର ରବିବାର ଖେଳାଯାଇଥିବା ବେଙ୍ଗାଲୁରୁ ଏଫ୍‌ସି ବିପକ୍ଷ ମ୍ୟାଚ ୧-୧ଗୋଲ୍‌ରେ ରେ ଡ୍ର ରଖିଛି। ଫଳରେ ଉଭୟ ଦଳ ପଏଣ୍ଟ ବଣ୍ଟୁଆରା କରିଛନ୍ତି। ନାଟକୀୟ ପରିସମାପ୍ତି ଘଟିଥିବା ଏହି ମ୍ୟାଚରେ ଡିଏଗୋ ମୌରିସିଓ ୮ମ ମିନିଟ୍‌ରେ ଗୋଲ ପୋଷ୍ଟର ଅତି ନିକଟରୁ ସ୍କୋର କରି ଓଡ଼ିଶା ଏଫ୍‌ସି ଅଗ୍ରଣୀ କରାଇଥିଲେ। ବେଙ୍ଗାଲୁରୁ ଦଳର ଏରିକ୍‌ ପାରଟାଲୁ ୮୨ତମ ମିନିଟ୍‌ରେ ହେଡର ଜରିଆରେ ମ୍ୟାଚକୁ ବରାବର ସ୍ଥିତିକୁ ନେଇ ଆସିଥିଲେ। ମ୍ୟାଚରେ ଡାନିଏଲ ଲାଲିମପୁଇଆ , ସୁନୀଲ ଛେତ୍ରୀ ଓ କ୍ରିଷ୍ଟିଆନ ଅପ୍‌ସେଠ୍‌ ସୁଯୋଗମାନ ସୃଷ୍ଟି କରିଥିଲେ। ଓଡ଼ିଶା ଏଫ୍‌ସିର ଆକାଶଦୀପ ସିଂ ଓ ବେଙ୍ଗାଲୁରୁ ଏଫ୍‌ସିର ଗୁର୍‌ପ୍ରୀତ୍‌ ମ୍ୟାଚରେ ଚମତ୍କାର ଗୋଲ ରକ୍ଷଣ କରିଥିଲେ। ବେଙ୍ଗାଲୁରୁ ଏଫ୍‌ସି କାମଚଳା କୋଚ୍‌ ନୌସାଦ ମୁଷା କେରଳ ବ୍ଲାଷ୍ଟରଠାରୁ ପରାଜିତ ତାଙ୍କ ଦଳରେ କୌଣସି ପରିବର୍ତ୍ତନ କରି ନ ଥିଲେ। ଅନପକ୍ଷରେ ଓଡ଼ିଶା କେବଳ ଗୋଟିଏ ପରିବର୍ତ୍ତନ କରିଥିଲା। ଗୋଟିଏ ମ୍ୟାଚୁ ସସ୍‌ପେଣ୍ଡ ରହିବା ପରେ ଷ୍ଟିିଭେନ ଟେଲର ଚୂଡାନ୍ତ ଏକାଦଶକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ବେଙ୍ଗାଲୁର ୧୩ଟି ମ୍ୟାଚରୁ ୧୪ ପଏଣ୍ଟ ସହ ପଏଣ୍ଟ ଟେବୁଲର ୭ମ ସ୍ଥାନରେ ରହିଥିବା ବେଳେ ଓଡ଼ିଶା ସମାନ ସଂଖ୍ୟକ ମ୍ୟାଚରୁ ୮ ପଏଣ୍ଟ ସହ ଟେବୁଲର ସର୍ବନିମ୍ନ ଅର୍ଥାତ ୧୧ତମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri