‘ବିଜେଡିର ପ୍ରଚାର କରୁଛନ୍ତି ମିଶନ ଶକ୍ତି ମହିଳା’

ଭୁବନେଶ୍ୱର, ୭।୫(ସୁନିତ୍‌ ମିଶ୍ର): ମହିଳାଙ୍କୁ ସାମାଜିକ ଓ ଆର୍ଥତ୍କ କ୍ଷେତ୍ରରେ ସଶକ୍ତ କରିବା ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ସୃଷ୍ଟି କରାଯାଇଥିଲା। କିନ୍ତୁ ବିଜେଡି ଓଲଟା ନିଜର ଭୋଟ ବ୍ୟାଙ୍କକୁ ସଶକ୍ତ କରିବା ପାଇଁ ଏସ୍‌ଏଚ୍‌ଜିର ମହିଳାଙ୍କୁ ପ୍ରଲୋଭିତ କରିଆସୁଛି। ଏହି ପ୍ରଲୋଭନର ଶିକାର ହୋଇ କେତେଜଣ ମୁଷ୍ଟିମେୟ ମିଶନ ଶକ୍ତି ମହିଳା- ଜିପିଏଫ୍‌ ଲିଡର, ଏମ୍‌ବିକେ, ସିଆର୍‌ପି, ଜିଆର୍‌ଏସ୍‌ ନିଜର ଦାୟିତ୍ୱ ଭୁଲି ବିଜେଡିର ପ୍ରଚାର କରୁଛନ୍ତି; ଯାହା ନିର୍ବାଚନ ଆଚରଣ ବିଧିକୁ ଉଲ୍ଲଂଘନ କରୁଥିବା ଭାଜପା ଅଭିଯୋଗ କରିଛି।

ଭାଜପାର ଏକ ପ୍ରତିନିଧି ମଣ୍ଡଳୀ ମଙ୍ଗଳବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କୁ ଭେଟି ଅଭିଯୋଗ କରିଛି ଯେ, ଏହା ନିର୍ବାଚନ ଭଳି ଗଣତନ୍ତ୍ରର ସର୍ବୋଚ୍ଚ ପର୍ବର ପାରଦର୍ଶିତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି। ପଞ୍ଚାୟତ ମହାସଂଘକୁ ମୋଦି ସରକାର ଦେଉଥିବା ଲକ୍ଷାଧିକ ସିଆଇଏଫ୍‌ ଟଙ୍କାକୁ ମହିଳାମାନଙ୍କ ଟ୍ରେନିଂରେ ଉପଯୋଗ ନ କରି ବିଜେଡି ସରକାର ନିଜର ମିଛ ପ୍ରଚାର ଯଥା-‘ପିତଳକୁ କିଭଳି ସୁନା’ କହିବେ ସେ ପ୍ରକାର ଟ୍ରେନିଂ ଦେଉଛନ୍ତି। ଏହା ଏସ୍‌ଏଚ୍‌ଜିର ମୂଳ ଲକ୍ଷ୍ୟ ବିରୋଧୀ। ଯେଉଁ ମହିଳାମାନେ ପ୍ରକୃତରେ ସଶକ୍ତ ହେବାକୁ ଚାହୁଁଛନ୍ତି ସେମାନଙ୍କୁ ଧାର୍ଯ୍ୟ କାର୍ଯ୍ୟରେ ନ ଲଗାଇ ଏମ୍‌ବିକେ, ସିଆର୍‌ପି ପଦାଧିକାରୀର ଛଦ୍ମ ରୂପରେ ବିଜେଡିର କେତେଜଣ ମହିଳା ଭ୍ରମାତ୍ମକ ତଥ୍ୟ ପ୍ରଦାନକରି ବିଜେଡିକୁ ଭୋଟ ଦେବା ପାଇଁ ପ୍ରବର୍ତ୍ତାଉଛନ୍ତି। ଏହା ଦୁର୍ଭାଗ୍ୟପୂର୍ଣ୍ଣ ଏବଂ ନିର୍ବାଚନ ଆଚରଣ ବିଧିର ଖୋଲା ଉଲ୍ଲଂଘନ ବୋଲି ଭାଜପା ଅଭିଯୋଗ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri