କିଶୋରଙ୍କୁ ସହାୟତାର ହାତ ବଢାଇଲା ଓଡ଼ିଶା ମୋ ପରିବାର

ଭୁବନେଶ୍ୱର, ୨୪।୧୦ (ବ୍ୟୁରୋ):ଅର୍ଥ ଅଭାବରୁ ନିଜର ଚିକିତ୍ସା କରାଇ ପାରୁ ନ ଥିଲେ କିଶୋର। ମନୋବଳ ହରାଇ ଦେଇଥିଲେ। ଏହି ସମୟରେ ସହାୟତାର ହାତ ବଢାଇଲା ଓଡ଼ିଶା ମୋ ପରିବାର ଏବଂ କିଶୋରଙ୍କୁ ମିଳିଲା ବଞ୍ଚିବାର ରାହା। ଭୁବନେଶରସ୍ଥିତ ମଞ୍ଚେଶ୍ୱର ନିକଟବର୍ତ୍ତୀ ଝରଣା ବସ୍ତିରେ ନିଜ ପରିବାର ସହ ରୁହନ୍ତି କିଶୋର ବେହେରା। ୨୦୧୯ ଜୁଲାଇ ୪ରେ ସେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଗୋଡ଼ରେ ଗଭୀର ଆଘାତ ଲାଗିବାରୁ ସେ ଆଉ ଚାଲି ପାରିଲେ ନାହିଁ। ଦୈନନ୍ଦିନ କାମ କରିବା ପାଇଁ ନାନା ଅସୁବିଧାର ସମ୍ମୁଖୀନ ହେଲେ। ଅର୍ଥାଭାବ ସହିତ ତାଙ୍କର ଲୋକବଳ ବି ନ ଥିଲା। ସେଥିପାଇଁ କିଶୋର ହସ୍ପିଟାଲ ଯାଇ ଆବଶ୍ୟକ ଚିକିତ୍ସିତ ହୋଇପାରି ନ ଥିଲେ। ଗଣମାଧ୍ୟମରୁ ତାଙ୍କ ସଂଘର୍ଷମୟ କାହାଣୀ ସମ୍ପର୍କରେ ଓଡ଼ିଶା ମୋ ପରିବାର ଯୁଗ୍ମ ସମ୍ପାଦକ ରୁଦ୍ର ନାରାୟଣ ସାମନ୍ତରାୟ ଜାଣିବା ପରେ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତଙ୍କ ସହିତ ଆଲୋଚନା କରିଥିଲେ। ସଙ୍ଗଠନର ଟିମ୍‌ ତାଙ୍କ ଘରେ ପହଞ୍ଚି କିଶୋରଙ୍କୁ କ୍ୟାପିଟାଲ ହସ୍ପିଟାଲ ପଠାଇବାର ବ୍ୟବସ୍ଥା କରିଥିଲେ। ଏଥିସହ କିଶୋରଙ୍କ ଫିଜିଓଥେରାପି ଚିକିତ୍ସା ପାଇଁ ଓଡ଼ିଶା ମୋ ପରିବାର ଟିମ୍‌ କ୍ୟାପିଟାଲ ହସ୍ପିଟାଲ ପରିସରରେ ଥିବା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ସହିତ ଆଲୋଚନା କରି ବ୍ୟବସ୍ଥା କରିଛନ୍ତି। ଆଗକୁ ସେ କିପରି ଯିବା ଆସିବା କରିବେ ସେଥିପାଇଁ ତାଙ୍କୁ ଯାତାୟାତ ସହାୟତା ଯୋଗାଇ ଦେବାର ଲକ୍ଷ୍ୟ ରଖାଯାଇଥିବା ସଙ୍ଗଠନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ବେକରେ ଧୋତି ବାନ୍ଧି ଝୁଲିପଡ଼ିଲେ ଜେଲ ଓ୍ବାର୍ଡର

ଭୁବନେଶ୍ୱର,୭ା୩(ତ୍ରିନାଥ ମହାନ୍ତି):ଝାରପଡ଼ା ଜେଲ ପରିସର ସରକାରୀ କ୍ୱାର୍ଟର୍ସରେ ଜଣେ ଜେଲ ଓ୍ବାର୍ଡର ବେକରେ ଧୋତି ବାନ୍ଧି ଫ୍ୟାନ୍‌ରେ ଝୁଲି ଆମତ୍ହତ୍ୟା କରିଛନ୍ତି। ମୃତ ଓ୍ବାର୍ଡର ଜଣକ ହେଲେ…

ନୂତନ ପ୍ରଜାତିର ଆମ୍ଫିପୋଡ ଚିହ୍ନଟ: ପ୍ରଥମ ଥର…

ବ୍ରହ୍ମପୁର,୭ା୩(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମୁଦ୍ରିକ ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ପ୍ରଜାତିର ଉଭୟଚର ପ୍ରାଣୀ ଛୋଟ ଚିଙ୍ଗୁଡ଼ି ଆମ୍ଫିପୋଡ ଚିହ୍ନଟ ହୋଇଛି। ଗତ ଅକ୍ଟୋବରରେ ବିଶ୍ୱବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri