୧୦ରେ ଭୁବନେଶ୍ୱରରେ ରୋଡ୍‌ ଶୋ’ କରିବେ ମୋଦି

ଭୁବନେଶ୍ୱର,୪।୫: ଆସନ୍ତା ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ୫ ଓ ୬ ତାରିଖ ପରେ ଆସନ୍ତା ୧୦ ତାରିଖରେ ସେ ଓଡ଼ିଶା ଆସିବେ। ତେବେ ୧୦ ତାରିଖରେ ମୋଦି ଭୁବନେଶ୍ୱରରେ ରୋଡ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି ଆସନ୍ତା ୧୧ ତାରିଖ ଦିନ ବଲାଙ୍ଗୀର ସାଧାରଣ ସଭାରେ ଯୋଗଦେବେ ବୋଲି ଜଣାପଡ଼ିଛି।

ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ୪ ଲୋକ ସଭା ଆସନ ସହ ୨୮ ବିଧାନସଭା ଆସନ ପାଇଁ ଭୋଟଗ୍ରହଣ ହେବ । ଏଥିପାଇଁ ଚାରିଆଡେ ଜୋରଦାର ପ୍ରଚାର ଚାଲିଛି। ଭାଜପା ପାଇଁ ଲଗାତର କେନ୍ଦ୍ରର ହେବିଓ୍ବେଟ ନେତାମାନେ ଓଡ଼ିଶା ଗସ୍ତ କରି ହାଇଭୋଲଟେଜ୍‌ ପ୍ରଚାର କରି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗୁଛନ୍ତି ।

ଏହି କ୍ରମରେ ଆସନ୍ତାକାଲି(ରବିବାର) ରାତିରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ରାତି ସାଢ଼େ ୯ଟାରେ ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ପହଞ୍ଚି ରାତ୍ରୀଯାପନ କରିବେ । ସୋମବାର ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ଆୟୋଜିତ ସଭାକୁ ପ୍ରଧାନମନ୍ତ୍ରୀ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଥିବା ନେଇ ରାଜ୍ୟ ଭାଜପା ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

Delighted to inform that Hon’ble PM , Sri @narendramodi, is coming to Bhubaneswar on 10th May . He will hold a ROAD SHOW on the streets of Bhubaneswar.

Let’s all assemble to extend a Grand Welcome to our Hon’ble PM. pic.twitter.com/VEnK6qRWVl

— Aparajita Sarangi ( Modi Ka Parivar) (@AprajitaSarangi) May 4, 2024


Enter your email to get our daily news in your inbox.

All Right Reserved By Dharitri.Com

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri