ମୋହନ ସରକାରଙ୍କ ବଡ଼ ହୋଲି ଭେଟି, ପାଚିକାଙ୍କୁ ମିଳିବ ଲକ୍ଷେ ଟଙ୍କା…

ଭୁବନେଶ୍ୱର,୧।୩: ହୋଲି ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ରାଜ୍ୟର ପାଚିକା ତଥା ସହାୟିକାଙ୍କ ମାସିକ ପାରିତୋଷିକକୁ ନେଇ ଏକ ବଡ଼ ଘୋଷଣା କରାଯାଇଛି । ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ର୍ନିମାଣ ଯୋଜନା ଅଧୀନସ୍ଥ କାର୍ଯ୍ୟରତ ପାଚିକା ତଥା ସହାୟିକାଙ୍କ ମାସିକ ପାରିତୋଷିକ ୨ ହଜାର ଟଙ୍କାରୁ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଆସନ୍ତା ଏପ୍ରିଲ ୧ ତାରିଖରୁ ଏହି ବର୍ଦ୍ଧିତ ପାରିତୋଷିକ ଲାଗୁ ହେବ। ଉକ୍ତ ଅନୁଦାନ ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ର୍ନିମାଣ ଯୋଜନା ପାଇଁ ଉଦ୍ଦିଷ୍ଟ ବଜେଟର ରାଜ୍ୟ ସମର୍ଥନରୁ ବହନ କରାଯିବ।

ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଅତିରିକ୍ତ ସଚିବ ସଂଗ୍ରାମ ମହାପାତ୍ର ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ର୍ନିମାଣର ରାଜ୍ୟ ଭାରପ୍ରାପ୍ତ ଅଧିକାରୀଙ୍କୁ ପତ୍ର ମାଧ୍ୟମରେ ଅବଗତ କରିଛନ୍ତି। ଏହା ଦ୍ବାରା ରାଜ୍ୟରେ କାର୍ଯ୍ୟରତ ଥିବା ୧,୧୨,୦୯୦ ଜଣ ପାଚକ, ପାଚିକା ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୧୨ କୋଟି ୯ ଲକ୍ଷ ଟଙ୍କା ବ୍ୟୟ କରିବେ।

ଏହି ପାଚକ, ପାଚିକାମାନେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ୫୦ ହଜାର ୬୧୮ଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୪୨.୪୫ ଲକ୍ଷ ଛାତ୍ରଛାତ୍ରୀଙ୍କୁ ରନ୍ଧା ଖାଦ୍ୟ ପରିବେଷଣ କରୁଥିବା ନେଇ ସୂଚନା ରହିଛି। କାର୍ଯ୍ୟକାଳ ସମୟରେ ମୃତ୍ୟୁ ହେଲେ ପାଚିକାଙ୍କ ନିକଟ ସମ୍ପର୍କୀୟଙ୍କୁ ୧ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ମଧ୍ୟ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri