ବ୍ରେକ୍‌ଫେଲ୍‌ ହେବା ପରେ ଓଲଟି ପଡ଼ିଲା ଟ୍ରକ୍‌; ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ, ୩ ଆହତ…

ମୋହନା,୨୭।୫( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡି ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମିନି ଟ୍ରକ ଦୁର୍ଘଟଣା ଗ୍ରସ୍ତ ହେବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି । ମୃତ ବ୍ୟକ୍ତି ଜଣକ ହେଲେ ଗାଡ଼ି ଚାଳକ ତଥା ପୁଡାମାରୀ ଗ୍ରାମର ଗଣେଶ ପାତ୍ର। ଆହତ ହୋଇଥିବା ୩ ବ୍ୟକ୍ତି ହେଲେ ପୁଡ଼ାମରୀ ଗ୍ରାମର ବାଦଲ ନାୟକ, ରାଜନାପଲ୍ଲୀ ଗ୍ରାମର ପବିତ୍ର ମଲ୍ଲିକ ଓ ଶ୍ରୀବତ୍ସ ମଲିକ।

ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ଅପରାହ୍ନ ସମୟରେ ବ୍ରହ୍ମପୁରରୁ ମୋହନା ଅଭିମୁଖେ କିରାଣୀ ସାମାନ ନେଇ ଆସୁଥିବା ବେଳେ ଲୁହାଗୁଡି ନିକଟରେ ଗାଡ଼ିର ବ୍ରେକ ଫେଲ ହୋଇଯାଇଥିଲା । ଫଳରେ ଭାରସାମ୍ୟ ହରାଇ ଗାଡ଼ିଟି ଜାତୀୟ ରାଜପଥ ଉପରେ ଓଲଟି ପଡିଥିଲା। ଘଟଣା ସ୍ଥଳରେ ଡ୍ରାଇଭର ଚାପି ହୋଇଯିବାରୁ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଦୁର୍ଘଟଣାରେ ୩ ଜଣ ବ୍ୟକ୍ତି ଆହତ ହୋଇଥିଲେ। ଦୁର୍ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ୩ ଆହତଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ମୋହନା ମେଡିକାଲରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ୩ ଆହତ ସୁସ୍ଥଥିବା ଡାକ୍ତର କହିଛନ୍ତି। ଖବର ପାଇ ମୋହନା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭରଙ୍କୁ ହାଇଡ୍ରଲି ସହାୟତାରେ ଉଦ୍ଧାର କରିବା ପରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ମୋହନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ

ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍‌ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ…

୨୦୦ ବୁଥ୍‌ରେ BLA-2 ସଭ୍ୟଙ୍କୁ ତାଲିମ; ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ସାଙ୍ଗଠନିକ ମନ୍ଥନ

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ କଂଗ୍ରେସ ଦଳ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ସଭା ଅନୁଷ୍ଠିତ…

ଲାଞ୍ଜିଗଡ଼-ଜଗନ୍ନାଥପୁର ରାସ୍ତା ମରଣଜନ୍ତା: ବଂଶଧାରା ପୋଲ ନିକଟରେ ବିରାଟ ଘାଇ, କେତେବେଳେ ବି ଘଟିପାରେ…

ଲାଞ୍ଜିଗଡ଼, ୧୦।୯ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଲାଞ୍ଜିଗଡ଼-ଜଗନ୍ନାଥପୁର ମୁଖ୍ୟ ରାସ୍ତାର ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହୋଇପଡ଼ିଛି। ବଂଶଧାରା ନଦୀ ପୋଲ ନିକଟରେ…

ଗଜପତି ଉପଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ IAS ଭାଗବତ ସାମଲ କଲ୍ୟାଣ ରାଓ

ପାରଳାଖେମୁଣ୍ଡି, ୧୦।୯ (ଗିରିଧାରୀ ପରିଛା): ଗଜପତି ଜିଲାର ନୂତନ ଉପଜିଲାପାଳ (ସବ୍‌-କଲେକ୍ଟର) ଭାବେ ୨୦୨୪ ବ୍ୟାଚ୍‌ର ଆଇଏଏସ୍ (IAS) ଅଧିକାରୀ ଭାଗବତ ସାମଲ କଲ୍ୟାଣ ରାଓ ଦାୟିତ୍ୱ…

ଲୋହରାଖଣ୍ଡି ନଦୀ ପାର ହେବା ବେଳେ ବୁଡ଼ିଯାଇ ଚାଲିଗଲା ଚାଷୀଙ୍କ ଜୀବନ, ଶୋକରେ…

ଭଞ୍ଜନଗର, ୧୦।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗୋହିରୀବାଡ଼ି ଗ୍ରାମର ଜଣେ ଚାଷୀ ଲୋହରାଖଣ୍ଡି ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ଜଣଙ୍କ…

ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର

ପାଟଣା, ୧୦।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ତୋଣ୍ଡ ଗ୍ରାମର ଜାମୁନାଳିଆ ସାହିରେ ସାମାନ୍ୟ ବଚସାକୁ କେନ୍ଦ୍ର କରି ଜଣେ…

ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ ସ୍କୁଲରେ ସିନେ ତାରକା ବାବୁଶାନ୍; ଉଦ୍‌ଘାଟିତ ହେଲା ‘ମନୋଜ ଦାସ ପାଠାଗାର’

ହାଟଡିହୀ/ଛେନାପଦୀ, ୧୦।୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବେରୁଣପଦୀସ୍ଥିତ ଉତ୍କଳ ଗୌରବ ଇଣ୍ଟରନେସନାଲ ସ୍କୁଲ (UGIS)ରେ ଗୁରୁବାର ନୂତନ ଭାବେ ନିର୍ମିତ ‘ମନୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri