ଓଡ଼ିଆରେ ଶପଥ ନେଲେ ଓଡ଼ିଶା ସାଂସଦ

ନୂଆଦିଲ୍ଲୀ,୨୫।୬: ସଂସଦରେ ଶପଥ ନେଲେ ଓଡ଼ିଆ ସାଂସଦ। ସୋମବାର ଓଡ଼ିଶାର ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ ଓରାମ ଶପଥ ଗ୍ରହଣ କରିଥିଲେ। ମଙ୍ଗଳବାର ବାକି ୧୭ ଓଡ଼ିଆ ଏମ୍‌ପି ଶପଥ ନେଇଛନ୍ତି। ଏହି ପରିପ୍ରେକ୍ଷୀରେ କେନ୍ଦ୍ରାପଡ଼ା ଏମ୍‌ପି ବୈଜୟନ୍ତ ପଣ୍ଡା ଓଡ଼ିଆରେ ଲୋକସଭାର ସଦସ୍ୟ ଭାବେ ଶପଥ ନେଇଛନ୍ତି।

ସେହିପରି ପୁରୀ ଲୋକସଭା ସଦସ୍ୟ ଭାବେ ଶପଥ ନେଇଛନ୍ତି ସମ୍ବିତ୍‌ ପାତ୍ର। ବାଲେଶ୍ୱର ଏମ୍‌ପି ପ୍ରତାପ ଷଡଙ୍ଗୀ ସଂସ୍କୃତରେ ଲୋକସଭାର ସଦସ୍ୟ ଭାବେ ଶପଥ ନେଇଛନ୍ତି । ମୟୁରଭଞ୍ଜ ଏମ୍‌ପି ନବଚରଣ ମାଝୀ ଲୋକସଭାର ସଦସ୍ୟ ଭାବେ ସାନ୍ତାଳୀ ଭାଷାରେ ଶପଥ ନେଇଥିଲେ। ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଓଡ଼ିଆରେ ଲୋକସଭାର ସଦସ୍ୟ ଭାବେ ଶପଥ ନେଇଛନ୍ତି।

ଆସ୍କା ଏମ୍‌ପି ଅନିତା ଶୁଭଦର୍ଶିନୀ ମଧ୍ୟ ଲୋକସଭାର ସଦସ୍ୟ ଭାବେ ଶପଥ ନେଇଥିବା ବେଳେ ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ ମଧ୍ୟ ଶପଥ ନେଇଛନ୍ତି। କଳାହାଣ୍ଡି ଏମ୍‌ପି ମାଳବିକା ଦେବୀ ଲୋକସଭାର ସଦସ୍ୟତା ଗ୍ରହଣ କରିଛନ୍ତି। ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଲୋକସଭାର ସଦସ୍ୟ ଭାବେ ଶପଥ ନେଇଥିବା ବେଳେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ, ଭଦ୍ରକ ଏମ୍‌ପି ଅଭିମନ୍ୟୁ ସେଠୀ, ଯାଜପୁର ଏମ୍‌ପି ଡ. ରବିନ୍ଦ୍ର ନାରାୟଣ ବେହେରା, ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ, ଢେଙ୍କାନାଳ ଏମ୍‌ପି ରୁଦ୍ରନାରାୟଣ ପାଣି, କନ୍ଧମାଳ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ, ନବରଙ୍ଗପୁର ଏମ୍‌ପି ବଳଭଦ୍ର ମାଝୀ ପ୍ରମୁଖ ଲୋକସଭାର ସଦସ୍ୟ ଭାବେ ଶପଥ ନେଇଛନ୍ତି। ସଂସଦର କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ତାଙ୍କୁ ଶପଥ ପାଠ କରାଇଥିଲେ।

ଏହି ପରିପ୍ରେକ୍ଷୀରେ ସୋମବାର କଟକ ଏମ୍‌ପି ଭର୍ତ୍ତୃହରି ମହତାବଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର କାମଚଳା ବାଚସ୍ପତି ସହ ଲୋକସଭାର ସଦସ୍ୟ ଭାବେ ଶପଥ କଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?