‘ପାର୍ଲାମେଣ୍ଟରେ ଓଡ଼ିଶା ଏମ୍‌ପିମାନେ ଜାତିଗତ ଜନଗଣନା ପ୍ରସଙ୍ଗ ଉଠାନ୍ତୁ’

ଭୁବନେଶ୍ୱର,୧୨।୩(ବ୍ୟୁରୋ): ସୋମବାରଠାରୁ ପାର୍ଲାମେଣ୍ଟରେ ବଜେଟ୍‌ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ଜନଗଣନାରେ ପଛୁଆବର୍ଗଙ୍କୁ ସାମିଲ କରିବାକୁ ରାଜ୍ୟର ଏମ୍‌ପିମାନେ ଦୃଢଭାବେ ଦାବି ଉପସ୍ଥାପନ କରନ୍ତୁ। ଏନେଇ ସମାଜବାଦୀ ପାର୍ଟି ପକ୍ଷରୁ ରାଜ୍ୟ ସଭାପତି ରବି ବେହେରା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏକ ଚିଠି ଲେଖି ଦାବି ଜଣାଇଛନ୍ତି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ରାଜ୍ୟରେ ପଛୁଆବର୍ଗ ଜନଗଣନା ହୋଇ ନ ଥିବା ଯୋଗୁ ଚଳିତ ପଞ୍ଚାୟତ ଓ ପୌର ନିର୍ବାଚନରେ ୱାର୍ଡମେମ୍ବରଠାରୁ ମେୟର ପଦବୀ ପର୍ଯ୍ୟନ୍ତ କେଉଁଥିରେ ମଧ୍ୟ ରାଜ୍ୟର ୫୨ ଭାଗ ପଛୁଆବର୍ଗ ଜନସାଧାରଣ ସଂରକ୍ଷଣ ପାଇପାରିଲେ ନାହିଁ। ଫଳରେ ସେମାନେ ତାଙ୍କର ସାମ୍ବିଧାନିକ ଅଧିକାରରୁ ବଞ୍ଚତ୍ତ ହେଲେ। ସେହିଭଳି ଆଇ.ଆଇ.ଟି. ଓ ଆଇ.ଆଇ.ଏମ୍‌. ଭଳି ପ୍ରତିଷ୍ଠିତ କେନ୍ଦ୍ରୀୟ ଶିକ୍ଷାନୁଷ୍ଠାନଗୁଡ଼ିକରେ ପଛୁଆବର୍ଗ ଛାତ୍ରୀଛାତ୍ରଙ୍କ ପାଇଁ ନାମଲେଖା କ୍ଷେତ୍ରରେ ୨୭ ଭାଗ ସଂରକ୍ଷଣ ଥିଲାବେଳେ ରାଜ୍ୟର ଉଚ୍ଚ ଶିକ୍ଷାନୁଷ୍ଠାନ ଓ ମେଡିକାଲ, ଇଞ୍ଜିନିୟରିଂ ଆଦି ପ୍ରତିଷ୍ଠାନରେ ପଛୁଆବର୍ଗ ପିଲାଙ୍କ ପାଇଁ ଆଦୌ ସଂରକ୍ଷଣ ଦିଆଯାଉନାହିଁ। ଚାକିରି କ୍ଷେତ୍ରରେ ମଧ୍ୟ ଏହି ବର୍ଗର ବେକାର ଯୁବତୀ ଯୁବକମାନେ ୨୭ ଭାଗ ସଂରକ୍ଷଣ ପରିବର୍ତ୍ତେ ମାତ୍ର ୧୧.୨୫% ପ୍ରତିଶତ ସଂରକ୍ଷଣ ପାଉଛନ୍ତି। ଗତ ଅଗଷ୍ଟ ମୌସୁମୀ ଅଧିବେଶନ ସମୟରେ ପାର୍ଲାମେଣ୍ଟସ୍ଥିତ ସ୍ବରାଷ୍ଟ୍ର ବିଭାଗ କାର୍ଯ୍ୟାଳୟଠାରେ ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟି ବିଜେଡି ଏମ୍‌ପିମାନେ ପଛୁଆବର୍ଗ ଜନଗଣନା ଦାବି କରି ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ଏହା ସତ୍ତ୍ବେ କେନ୍ଦ୍ର ସରକାର ଏ ପର୍ଯ୍ୟନ୍ତ ପଛୁଆବର୍ଗ ଜନଗଣନା ନେଇ କୌଣସି ପଦକ୍ଷେପ ନେଉନାହାନ୍ତି। ତେଣୁ ଆବଶ୍ୟକ ପଡ଼ିଲେ ବିଜେଡି ଏମ୍‌ପିମାନେ ସମନ୍ବୟ ରକ୍ଷାକରି ଲୋକସଭା ଗୃହ ମଧ୍ୟରେ ଜାତିଗତ ଜନଗଣନା ସପକ୍ଷରେ କେନ୍ଦ୍ର ସରକାରଙ୍କୁ ଘେରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବାକୁ ବେହେରା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନବୀନ, ଶାହା, ରାହୁଲଙ୍କ ପ୍ରଚାରକୁ ନଜର

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ଦେଶରେ ୭ଟି ପର୍ଯ୍ୟାୟ ମଧ୍ୟରୁ ଆସନ୍ତା ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ୍‌ ହେବ। ଯଦିଓ ରାଜ୍ୟର ୩ ପ୍ରମୁଖ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri