ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ୪ ସପ୍ତାହ ମଧ୍ୟରେ ମାମଲା ସାରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ପାଟଣାଗଡ ୨୯।୧ (ସଚ୍ଚିଦାନନ୍ଦ ମହାକୁର): ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ବିଚାର ପ୍ରକ୍ରିୟା ବିଲମ୍ବନେଇ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏଥିସହ ଚାରି ସପ୍ତାହ ମଧ୍ୟରେ ମାମଲା ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଚାରପତି ହୃଷିକେଶ ରାଏ ଓ ଏସ୍‌ବିଏନ୍‌ ଭଟିଙ୍କୁ ନେଇ ଗଠିତ ଦୁଇଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିବା ସରକାରୀ ଓକିଲ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏହି ମାମଲାରେ ଆଉ ୨ ଜଣ ସାକ୍ଷୀଙ୍କର ବୟାନ ରେକର୍ଡ ହୋଇ ନ ଥିବା ସରକାରୀ ଓକିଲ ଦର୍ଶାଇଛନ୍ତି ।

ପୁର୍ବରୁ ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଥିଲେ । ପୁଞ୍ଜିଲାଲ୍‌ ପିଏଚ୍‌ଡି ପାଇଁ ଥେସିସ୍‌ ପ୍ରଦାନ କରିବା, ସାମ୍ବାଦିକତା ଓ ଗଣଯୋଗାଯୋଗ ପାଇଁ ଚତୁର୍ଥ ସେମିଷ୍ଟାର ପରିକ୍ଷା ଦେବା ସହିତ ଶରୀର ଅସୁସ୍ଥ ଥିବା ଆଦି କାରଣ ଦର୍ଶାଇ ଜାମିନ ଆବେଦନ କରିଥିଲେ। ହେଲେ ହାଇକୋର୍ଟ ତାଙ୍କୁ ଜାମିନ ଦେଇ ନ ଥିଲେ ।

ସୂଚନାଯୋଗ୍ୟ, ୨୦୧୮ ଫେବୃୟାରୀ ୨୩ ତାରିଖରେ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା ସମଗ୍ର ଦେଶକୁ ଚହଲାଇ ଦେଇଥିଲା। ପାଟଣାଗଡ଼ ଜବାହରଲାଲ କଲେଜର ତତ୍କାଳୀନ ଅଧ୍ୟାପକ ରବୀନ୍ଦ୍ର ସାହୁ ଏବଂ ଭଇଁଷା କଲେଜର ତତ୍କାଳୀନ ଅଧ୍ୟକ୍ଷା ସଞ୍ଜୁକ୍ତା ସାହୁଙ୍କ ଏକମାତ୍ର ପୁତ୍ର ସୌମ୍ୟଶେଖର ସାହୁଙ୍କ ବିବାହ ଉପହାର ଭାବେ ଆସିଥିବା ଏକ ପାର୍ସଲକୁ ଖୋଲିବାବେଳେ ଭୟଙ୍କର ବିସ୍ଫୋରଣ ହୋଇଥିଲା । ଏଥିରେ ନବବିବାହିତ ସୌମ୍ୟଶେଖର ଓ ତାଙ୍କ ଜେଜେମା ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା । ସୌମ୍ୟଶେଖରଙ୍କ ନବବିବାହିତା ସ୍ତ୍ରୀ ରିମାରାଣୀ ଗୁରୁତର ଆହତ ହୋଇଥିଲେ । ଏହି ମାମଲାରେ କ୍ରାଇମବ୍ରାଞ୍ଚ ଭଇଁଷା କଲେଜର ଇଂରାଜୀ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ମୁଖ୍ୟ ଏବଂ ଏକମାତ୍ର ଅଭିଯୁକ୍ତ ଭାବେ ଗିରଫ କରିଥିଲା । ଅଭିଯୁକ୍ତ ପୁଞ୍ଜିଲାଲ ବଲାଙ୍ଗୀର ଜିଲା କାରାଗାରରେ ବିଚାରାଧୀନ କଏଦୀ ଭାବେ ରହିଆସୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?