Posted inରାଜ୍ୟ

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ ହୋଇଥିବା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ (MKBY) ମାଧ୍ୟମରେ ଯୋଗ୍ୟ ହିତାଧିକାରୀଙ୍କୁ ୫୧,୦୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ। ବାଲ୍ୟ ବିବାହ ରୋକିବା ଏବଂ କନ୍ୟା ସନ୍ତାନର ଶିକ୍ଷାକୁ ପ୍ରୋତ୍ସାହିତ କରିବା ଏହି ଯୋଜନାର ମୁଖ୍ୟ ଲକ୍ଷ୍ୟ।

ଏହି ଯୋଜନା ଅନ୍ତର୍ଗତ ମୋଟ ୫୧,୦୦୦ ଟଙ୍କାକୁ ନିମ୍ନମତେ ପ୍ରଦାନ କରାଯିବ। କନ୍ୟାର ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ୩୫,୦୦୦ ଟଙ୍କା ଟ୍ରାନ୍ସଫର କରାଯିବ। ଶାଢ଼ୀ, ଅଳଙ୍କାର ଏବଂ ବାସନକୁସୁନ ପାଇଁ ୧୦,୦୦୦ ଟଙ୍କା ଧାର୍ଯ୍ୟ କରାଯାଇଛି। ବିବାହ ଆୟୋଜନ, ସାଜସଜ୍ଜା ଓ ଖାଦ୍ୟପେୟ ପାଇଁ ବାକି ୬,୦୦୦ ଟଙ୍କା ବ୍ୟୟ କରାଯିବ।

ଯୋଗ୍ୟତା ଓ ସର୍ତ୍ତାବଳୀ:
୧. ବୟସ ସୀମା: ବିବାହ ସମୟରେ କନ୍ୟାର ବୟସ ୧୮ ରୁ ୩୫ ବର୍ଷ ଏବଂ ବରର ବୟସ ୨୧ ରୁ ୩୫ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ।
୨. ବାସିନ୍ଦା: ଉଭୟ ବର ଓ କନ୍ୟା ଓଡ଼ିଶାର ସ୍ଥାୟୀ ବାସିନ୍ଦା ହୋଇଥିବା ଜରୁରୀ।
୩. ବର୍ଗ: ଏହି ଯୋଜନା ମୁଖ୍ୟତଃ ବିପିଏଲ୍ (BPL) ଏବଂ ଆର୍ଥିକ ଅନଗ୍ରସର ବର୍ଗର ପରିବାର ପାଇଁ ଉଦ୍ଦିଷ୍ଟ। ବିଧବା ଓ ଅସହାୟ ଶ୍ରେଣୀର ମହିଳାଙ୍କୁ ଏଥିରେ ପ୍ରାଥମିକତା ଦିଆଯିବ।

କିପରି ହେବ କାର୍ଯ୍ୟକାରୀ?
ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏହି ଯୋଜନା କାର୍ଯ୍ୟକାରୀ ହେବ। ଅଙ୍ଗନବାଡ଼ି କର୍ମୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ (BDO) ଏବଂ ସ୍ୱେଚ୍ଛାସେବୀ ସଂଗଠନମାନେ ହିତାଧିକାରୀ ଚିହ୍ନଟ ଓ ନଥିପତ୍ର ଯାଞ୍ଚରେ ସାହାଯ୍ୟ କରିବେ। ୨୦୨୫-୨୬ ରୁ ୨୦୨୯-୩୦ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ଏହି ଯୋଜନା ପାଇଁ ସରକାର ୫୯.୩୦ କୋଟି ଟଙ୍କାର ବଜେଟ୍ ବ୍ୟବସ୍ଥା କରିଛନ୍ତି। ଏହି ଯୋଜନାରେ ସମୂହ ବିବାହକୁ ମଧ୍ୟ ପ୍ରୋତ୍ସାହନ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍‌

ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…

ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା…

ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ଅଧିକାରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ କରି ସହକାରୀ ଯନ୍ତ୍ରୀ…

ମାଲକାନଗିରି,୨୭ା୯(ଦୁର୍ଯ୍ୟୋଧନ ପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ବିରୋଧରେ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲା ମାଥିଲି…

ଭାଗବତର ମହକରେ ଅତିବଡ଼ି: ଝଙ୍କୃତ ହେଲା କବିତା

ଦାରିଙ୍ଗବାଡ଼ି, ୨୭/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡ. ଭୀମରାଓ ଆମ୍ବେଦକର ଜାତୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ଅପରାହ୍ନରେ ଅତିବଡ଼ି ଜଗନ୍ନାଥ ଦାସଙ୍କ…

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

କେତୁଙ୍କ ସ୍ୱନକ୍ଷତ୍ରରେ ଗୋଚର: ୫ରାଶି ରୁହନ୍ତୁ ସତର୍କ! ଖରାପ ସମୟ ଆରମ୍ଭ; ପାଖରୁ ଚାଲିଯିବ ଟଙ୍କା…

ଜ୍ୟୋତିଷଙ୍କ ଅନୁସାରେ, କେତୁ ଗ୍ରହ ୩ ଅକ୍ଟୋବର ୨୦୨୬ରେ ମଘା ନକ୍ଷତ୍ରର ପ୍ରଥମ ପାଦକୁ ଚଳନ କରିବେ। କେତୁଙ୍କ ଏହି ପାଦ ନକ୍ଷତ୍ର ଚଳନ ଯୋଗୁଁ ଅନେକ…

ଅକ୍ଟୋବର ୨ରେ ଚାଲିବନି UPI! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍‌ଲୀ,୨୭।୯: ୨ ତାରିଖରେ ଦେଶବ୍ୟାପୀ ‘ନୋ UPI ଡେ’ ପାଳନ ହେବା ନେଇ ମିଡିଆରେ ଯେଉଁ ଖବର ପ୍ରକାଶ ପାଇଛି ତାହା ସମ୍ପୂର୍ଣ୍ଣ ମିଛ। ଏଭଳି କୌଣସି…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ ସବୁ ସରକାରୀ ବ୍ୟାଙ୍କ୍‌ର ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍‌ଲୀ,୨୭।୯: ସାରା ଦେଶରେ ୨୮ ରୁ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ସମସ୍ତ ସରକାରୀ ଏବଂ ଘରୋଇ (ପ୍ରାଇଭେଟ) ବ୍ୟାଙ୍କ ତିନି ଦିନିଆ ଧର୍ମଘଟରେ ରହିବାକୁ ଯାଉଛନ୍ତି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?